Book of Common Prayer
ଦାଉଦଙ୍କର ମିକ୍ତାମ୍ ଗୀତ
16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
2 ମୁଁ ସଦାପ୍ରଭୁଙ୍କୁ କହିଅଛି,
“ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।
4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
5 ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।
8 ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
9 ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ମୋ’ ପାଇଁ ଚିରଦିନ ନିତ୍ୟ ସୁଖ ଭୋଗ ଆଣିଦେବ।
ଦାଉଦଙ୍କର ପ୍ରାର୍ଥନା
17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ।
ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
ତୁମ୍ଭର ଆଦେଶ ମାନିବାକୁ।
5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
ତେଣୁ ବର୍ତ୍ତମାନ ମୋର କଥା ଶୁଣ।
7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ
ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
8 ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ।
ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି।
ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି
ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ।
ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।
13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ
ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର।
ତୁମ୍ଭେ ଆପଣା ଖଡ଼୍ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି
ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର।
ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି।
ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ।
ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର।
ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର।
ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।
15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।
ପ୍ରଧାନ ବାଦ୍ୟକର ନିମନ୍ତେ ଅରଣ୍ୟର ମୃଗ ସ୍ୱରରେ ଦାଉଦଙ୍କର ଏକ ଗୀତ।
22 ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ?
ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ?
ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ଦିନରେ ଡାକିଲି
କିନ୍ତୁ ତୁମ୍ଭେ ଉତ୍ତର ଦେଲ ନାହିଁ
ଓ ପୁନର୍ବାର ତୁମ୍ଭକୁ ରାତିରେ ଡାକିଲି।
3 ହେ ପରମେଶ୍ୱର, ତୁମ୍ଭେ ଏକମାତ୍ର ପବିତ୍ର ଅଟ।
ତୁମ୍ଭେ ରାଜାର ଆସନରେ ଆସୀନ।
ଇସ୍ରାଏଲ ପ୍ରଶଂସା ହିଁ ତୁମ୍ଭର ସିଂହାସନ ଅଟେ।
4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ।
ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ।
5 ହେ ପରମେଶ୍ୱର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲେ ଏବଂ ସେମାନେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ।
ସେମାନେ ତୁମ୍ଭଙ୍କୁ ବିଶ୍ୱାସ କରିଥିବାରୁ ସେମାନେ ନିରାଶ ହେଲେ ନାହିଁ।
6 କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ,
ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି।
7 ପ୍ରତ୍ୟେକ ଯିଏ ମୋତେ ଦେଖେ ସେମାନେ ମୋର ପରିହାସ କରନ୍ତି।
ସେମାନେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।
8 ସେମାନେ ମୋତେ କହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକ, ସେ ତୁମ୍ଭକୁ ଉଦ୍ଧାର କରି ପାରନ୍ତି।
ଯଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥା’ନ୍ତି ତେବେ ନିଶ୍ଚୟ ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।”
9 ହେ ପରମେଶ୍ୱର, ସତ୍ୟ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ଯାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ।
ତୁମ୍ଭେ ମୋର ଯତ୍ନ ନେଇଛ, ଯେଉଁ ଦିନରୁ ମୁଁ ଜନ୍ମଲାଭ କରିଛି।
ତୁମ୍ଭେ ମୋତେ ସୁରକ୍ଷା ତଥା ବିଶ୍ୱାସ ପ୍ରଦାନ କରିଛ, ଯେବେଠୁଁ ମୁଁ ଏକ ଛୋଟ ପିଲା ଥିଲି।
10 ମାତୃ ଗର୍ଭରୁ ଜନ୍ମଲାଭ କଲାପରଠାରୁ ମୁଁ ତୁମ୍ଭକୁ ପରମେଶ୍ୱର ବୋଲି ମାନି ଆସିଛି।
ମୁଁ ମାତୃ ଗର୍ଭରୁ ବାହାରିବା ପରଠାରୁ ତୁମ୍ଭ ଯତ୍ନରେ ଲାଳିତ ପାଳିତ ହୋଇଛି।
11 ତେଣୁ ହେ ପରମେଶ୍ୱର ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
ଆଗରେ ବିପଦ ମାଡ଼ି ଆସୁଛି, ମୋତେ ସାହାଯ୍ୟ କରିବାକୁ କେହି ନାହିଁ।
12 ଲୋକମାନେ ମୋର ଗ୍ଭରିପାଖରେ ଘେରି ରହିଛନ୍ତି।
ସେମାନେ ସମସ୍ତେ ଏକ ଶକ୍ତିଶାଳୀ ମାରଣା ଷଣ୍ଢ ପରି।
13 ସେମାନେ ମୁଖ ମେଲାଇ ରହିଛନ୍ତି ସତେ ଯେମିତି
ଏକ ସିଂହ ତା’ର ଶିକାର ପଶୁକୁ ଆଗରେ ଦେଖି ଗର୍ଜନ କରେ।
14 ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି,
ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି।
ମୋର ଅସ୍ଥିସବୁ ଭାଙ୍ଗି ଯାଉଛି।
ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।
15 ମୋର ପାଟି ଖଣ୍ଡେ ଖପରା ପରି ଶୁଷ୍କ ହୋଇ ଯାଉଛି।
ମୋର ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମୋତେ ମୃତ୍ୟୁର ଧୂଳିରେ ଫିଙ୍ଗି ଦେଇଛ।
16 “କୁକୁରମାନେ” ମୋର ଗ୍ଭରିକଡ଼ରେ ଘେରି ରହିଛନ୍ତି।
ସେହି ଦୁଷ୍ଟ ଲୋକମାନେ ଦଳବଦ୍ଧ ହୋଇ ମୋତେ ଯନ୍ତାରେ ପକାଇଛନ୍ତି।
ସେମାନେ ମୋର ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।
17 ମୋର ପଞ୍ଜରା ସବୁ ଗଣି ହୋଇ ଯାଉଛି
ଓ ସେହି ଲୋକମାନେ ମୋ’ ଆଡ଼କୁ କ୍ରୁର ଦୃଷ୍ଟିରେ ଗ୍ଭହୁଁଛନ୍ତି।
18 ସେହି ଲୋକମାନେ ମୋର ବସ୍ତୁସବୁ ନିଜ ଭିତରେ ବାଣ୍ଟି ନେଲେ।
ସେମାନେ ମୋର ଗ୍ଭେଗାକୁ ବାଜି ଲଗାନ୍ତି।
19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ।
ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।
20 ହେ ସଦାପ୍ରଭୁ, ମୋର ପ୍ରାଣକୁ ସେହି ଖଡ଼୍ଗରୁ ରକ୍ଷା କର।
ସେହି କୁକୁରମାନଙ୍କ କବଳରୁ ମୋର ମୂଲ୍ୟବାନ ଆତ୍ମାକୁ ରକ୍ଷା କର।
21 ମୋତେ ସିଂହ ମୁଖରୁ ଉଦ୍ଧାର କର।
ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
22 ହେ ସଦାପ୍ରଭୁ, ମୁଁ ମୋର ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି।
ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି
ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ।
ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ
ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
30 ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ।
ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
31 ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ,
ଯାହାସବୁ ପରମେଶ୍ୱର କରିଛନ୍ତି।
ସିଦିକିୟ ରାଜା ଯିରିମିୟଙ୍କୁ ଅଧିକ ପ୍ରଶ୍ନ ପଗ୍ଭରିଲେ
14 ତତ୍ପରେ ସିଦିକିୟ ରାଜା ଲୋକ ପଠାଇ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ତୃତୀୟ ପ୍ରବେଶ ଦ୍ୱାର ଦେଇ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, “ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଗ୍ଭରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସତ ସତ କହିବ।”
15 ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”
16 ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
17 ତା’ପରେ ଯିରିମିୟ ରାଜା ସିଦିକିୟଙ୍କୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ୱୀକାର କରିବ, ତେବେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ। 18 ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦଗ୍ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”
19 ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।”
20 କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ। 21 ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ୟ ନ ମାନି କଲ୍ଦୀୟମାନଙ୍କର ଅଧୀନତା ସ୍ୱୀକାର ନ କରିବ, ତେବେ ସଦାପ୍ରଭୁ ମୋତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା। 22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ,
‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ
ତୁମ୍ଭକୁ ପରାସ୍ତ କରିଅଛନ୍ତି,
ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ
ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
23 “ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କଲ୍ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
24 ତା’ପରେ ସିଦିକିୟ ଯିରିମିୟଙ୍କୁ କହିଲେ, “ମୋର ତୁମ୍ଭ ସହିତ କଥା ହେବା କେହି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ। 25 ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’ 26 ସେହି ସମୟରେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନୟ କଲି। ତା’ ନ ହେଲେ ମୁଁ ସେଠାରେ ମରିଯିବି।’”
27 ଏହା ପରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସେମାନେ ଯିରିମିୟଙ୍କୁ ପ୍ରଶ୍ନ ପଗ୍ଭରିବା ବନ୍ଦ କଲେ। କାରଣ କେହି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।
28 ତେଣୁ ଯିରୁଶାଲମ ଅଧିକୃତ ହେବା ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
ଖ୍ରୀଷ୍ଟଙ୍କର ସୁସମାଗ୍ଭର
15 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ। 2 ତୁମ୍ଭେମାନେ ଏହି ସୁସମାଗ୍ଭର ଦ୍ୱାରା ପରିତ୍ରାଣ ପାଇଛ। କିନ୍ତୁ ମୋ’ କହିଥିବା କଥାଗୁଡ଼ିକୁ ତୁମ୍ଭେମାନେ ବିଶ୍ୱାସ କରି ଗ୍ଭଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
3 ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ। 4 ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନରେ ସେ ମୃତ୍ୟୁରୁ ଉଠିଲେ। 5 ସେ କେଫାଙ୍କୁ ଓ ତା’ପରେ ବାରଜଣ ପ୍ରେରିତଙ୍କୁ ଦେଖା ଦେଲେ। 6 ତା’ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦେଖାଦେଇଥିଲେ। ତାହାଙ୍କ ମଧ୍ୟରୁ ଅଧିକାଂଶ ଲୋକ ଆଜି ମଧ୍ୟ ଜୀବିତ। କିନ୍ତୁ କେତେକ ମରି ଯାଇଛନ୍ତି। 7 ତା’ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ। 8 ଯଥା ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମୋତେ ସର୍ବ ଶେଷରେ ଦେଖା ଦେଲେ।
9 ମୁଁ ସମସ୍ତ ପ୍ରେରିତମାନଙ୍କ ମଧ୍ୟରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମୋର ପ୍ରେରିତ ବୋଲି ଡକା ଯିବାର ଯୋଗ୍ୟତା ମଧ୍ୟ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଛି। 10 କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି। 11 ମୁଁ ତୁମ୍ଭକୁ ପ୍ରଗ୍ଭର କରେ ବା ଅନ୍ୟମାନେ ପ୍ରଗ୍ଭର କରନ୍ତି, ସେଥିରେ କିଛି ଯାଏ ଆସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଗ୍ଭର କରିଥାଉ। ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଅଛ।
ଯୀଶୁ ଓ ବାପ୍ତିଜକ ଯୋହନ(A)
11 ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ।
2 ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। 3 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”
4 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। 5 ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। 6 ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”
2010 by World Bible Translation Center