Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148-150

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
    ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
    ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
    ଦାରା ଓ ବୀଣା ବାଦନ କରି।
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
    ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
    ସେ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
    ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।

ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
    ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖ‌ଡ଼୍‌ଗମାନ ଧରନ୍ତୁ।
ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
    ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
    ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
    ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
    ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
    ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱରଙ୍କର ପ୍ରଶଂସା କର।
    ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।

ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଗୀତସଂହିତା 114-115

114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
    ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
    ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
    ଯର୍ଦ୍ଦନ ନଦୀ ଉଜାଣି ବହିଲା।
ପର୍ବତଗଣ ମେଷପରି ଡେଇଁଲେ।
    ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
    ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
    ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
    ସମ୍ମୁଖରେ କମ୍ପିତ ହୁଅ।
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
    ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 29:1

ବାବିଲସ୍ଥିତ ଜୀଉ ନିର୍ବାସିତମାନଙ୍କୁ ଏକ ପତ୍ର

29 ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ, ଯାଜକଗଣଙ୍କ ପାଖକୁ, ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖ‌ଦ୍‌ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 29:4-14

ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ଆମ୍ଭେ ଯିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି। “ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପଭୋଗ କର। ତୁମ୍ଭେମାନେ ବିବାହ କରି ପୁତ୍ରକନ୍ୟା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସେହି ପୁତ୍ରକନ୍ୟାମାନଙ୍କୁ ବିବାହ କରାଇ ସେମାନଙ୍କଠାରୁ ପୁତ୍ରକନ୍ୟା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ୟା ବୃଦ୍ଧି କର କିନ୍ତୁ ଊଣା କର ନାହିଁ। ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।” ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ। ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।

10 ତା'ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।” 11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି। 12 ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା। 13 ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।” 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ପୁନଃ ଏକତ୍ରିତ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫେରାଇ ଆଣିବା।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 16:6-15

ଏସିଆରୁ ବାହାରକୁ ଯିବା ପାଇଁ ପାଉଲଙ୍କୁ ଆଦେଶ

ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ। ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ତା'ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।

ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।” 10 ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।

ଲୂଦିଆଙ୍କ ହୃଦୟ ପରିବର୍ତ୍ତନ

11 ଆମ୍ଭେ ତ୍ରୋୟା ନଗରରୁ ଜଳଯାତ୍ରାରେ ସାମଥ୍ରାକୀ ଉପଦ୍ୱୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିୟାପଲି ନଗରକୁ ଗଲୁ। 12 ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ।

13 ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ। 14 ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ। 15 ସେ ଓ ତା'ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ଯିବା ପାଇଁ ରାଜି କରାଇଲା।

ଲୂକ ଲିଖିତ ସୁସମାଗ୍ଭର 10:1-12

ଯୀଶୁ ବାସ୍ତରି ଜଣକୁ ପଠାଇଲେ

10 ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ। ଯୀଶୁ ସେମାନଙ୍କୁ କହିଲେ, “ଅମଳ ହେବାକୁ ପ୍ରଚୁର ଫସଲ ପଡ଼ି ରହିଛି। କିନ୍ତୁ ମୂଲିଆ ଖୁବ୍ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।

“ଯାଅ, କିନ୍ତୁ ମନେରଖ, ମୁଁ ତୁମ୍ଭମାନଙ୍କୁ ଗଧିଆମାନଙ୍କ ମଧ୍ୟରେ ମେଣ୍ଢାଛୁଆ ଭାବରେ ପଠାଉଛି। ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ। ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’ ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ଥିବ, ତେବେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ନ ଥିବ, ତେବେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫେରି ଆସିବ। ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।

“ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ। ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’

10 “କିନ୍ତୁ ତୁମ୍ଭେମାନେ ଯଦି ଏଭଳି ଏକ ନଗରକୁ ଯାଅ ଓ ସେଠାରେ ଲୋକେ ତୁମ୍ଭମାନଙ୍କର ସ୍ୱାଗତ ନ କରନ୍ତି, ତେବେ ସେହି ନଗରର ଗଳିମାନଙ୍କରେ ଯାଅ ଏବଂ କୁହ, 11 ଆମ୍ଭର ପାଦରେ ଲାଗିଥିବା ଏହି ଧୂଳିତକ ମଧ୍ୟ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିଠାରେ ଝାଡ଼ି ଦେଇ ଯାଉଛୁ।’ ତଥାପି ମନେରଖ, ‘ପରମେଶ୍ୱରଙ୍କ ରାଜ୍ୟ ଖୁବ୍ ଶୀଘ୍ର ଆସୁଛି।’ 12 ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।

ଲୂକ ଲିଖିତ ସୁସମାଗ୍ଭର 10:17-20

ଶୟତାନର ପତନ

17 ଯେତେବେଳେ ବାସ୍ତରି[a] ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।”

18 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ମୁଁ ଶୟତାନକୁ ଆକାଶରୁ ବିଜୁଳି ଭଳି ଖସିଥିବାର ଦେଖିଛି। 19 ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ। 20 ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center