Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
7 ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
8 ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
ଦାଉଦଙ୍କର ଗୀତ
35 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
2 ସଦାପ୍ରଭୁ, ତୁମ୍ଭେ ଢାଲ ଓ ସାଞ୍ଜୁ[a] ଉଠାଅ।
ଜାଗ୍ରତ ହୁଅ, ମୋର ସହାୟ ହୁଅ।
3 ଏକ ବର୍ଚ୍ଛା ଓ କୁନ୍ତ ଧର
ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
ସେମାନଙ୍କୁ ଘଉଡ଼ାଇ ଦିଅ।
ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
5 ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
6 ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
9 ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ।
ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
ସେମାନେ ସିଂହ ତୁଲ୍ୟ ଅଟନ୍ତି।
18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ।
ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ।
ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
ଯଜ୍ଞବେଦିର ପୁନଃନିର୍ମାଣ
3 ଏହା ପରେ ସପ୍ତମ ମାସରେ ଇସ୍ରାଏଲ ସନ୍ତାନଗଣ ଯିରୁଶାଲମଠାରେ ଏକ ବ୍ୟକ୍ତି ତୁଲ୍ୟ ଏକତ୍ରିତ ହେଲେ। 2 ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
3 ସେହି ଲୋକମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଭୟ କରୁଥିଲେ ଯେଉଁମାନେ ସେମାନଙ୍କ ନିକଟରେ ବାସ କରୁଥିଲେ। କିନ୍ତୁ ତାହା ସେମାନଙ୍କୁ ଏହା କରିବାରୁ ନିବୃତ୍ତ କରିପାରି ନ ଥିଲା। ସେମାନେ ସେହି ପୁରୁଣା ଯଜ୍ଞବେଦି ଆଧାର ଉପରେ ନୂତନ ଯଜ୍ଞବେଦି ନିର୍ମାଣ କଲେ। ସେମାନେ ସକାଳେ ଓ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ। 4 ଏହା ପରେ ସେମାନେ ପତ୍ରକୁଟୀର ପର୍ବ ପାଳନ କଲେ। ସେମାନେ ପ୍ରତିଦିନର ବ୍ୟବସ୍ଥାରେ ଲେଖାଯାଇଥିବା ପ୍ରତ୍ୟେକ ଦିନର ଆବଶ୍ୟକ ସଂଖ୍ୟା ଅନୁସାରେ ସେମାନେ ହୋମବଳି ଉତ୍ସର୍ଗ କଲେ। 5 ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ। 6 ସପ୍ତମ ମାସର ପ୍ରଥମ ଦିନରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହୋଇ ନ ଥିଲା।
ମନ୍ଦିରର ପୁନଃନିର୍ମାଣ
7 ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।
8 ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ। 9 ସେତେବେଳେ ଯୋଶୂୟ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀୟେଲ ଓ ତା'ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ୱରଙ୍କ ମନ୍ଦିରରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣରେ ଭାରପ୍ରାପ୍ତ ହେବା ପାଇଁ ଏକତ୍ର ଠିଆ ହେଲେ। ହେନାଦଦର ପୁତ୍ରଗଣ ସେମାନଙ୍କର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲେବୀୟ ଥିଲେ। 10 ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିର୍ଣ୍ଣୟ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ। 11 ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ,
“ସେ ମଙ୍ଗଳମୟ,
ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।”
ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସେମାନଙ୍କ ଦୃଷ୍ଟିରେ ଏହି ମନ୍ଦିର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚ ସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦରେ ଜୟଧ୍ୱନି କଲେ। 13 ତହିଁରେ ଲୋକମାନେ ଆନନ୍ଦଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ବାରଣ କରି ପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ୱରରେ ମହାଧ୍ୱନି କଲେ। ଆଉ ତହିଁର ଶବ୍ଦ ବହୁ ଦୂରକୁ ଶୁଣାଗଲା।
10 ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧ୍ୟରେ ସେ ଯେପରି ସ୍ୱଚ୍ଛନ୍ଦରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋଯୋଗୀ ହୁଅ। ମୋ’ ଭଳି ସେ ମଧ୍ୟ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି। 11 ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।
12 ଆପଲ୍ଲ ଭାଇଙ୍କ ବିଷୟରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୁଁ ତାହାକୁ ବହୁତ ଅନୁରୋଧ କଲି କିନ୍ତୁ ଏବେ ଯିବା ପାଇଁ ସେ ଆଦୌ ଗ୍ଭହୁଁ ନାହାନ୍ତି। କିନ୍ତୁ ଯେତେବେଳେ ସୁଯୋଗ ହେବ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।
ପାଉଲଙ୍କ ପତ୍ରର ଶେଷ ଅଂଶ
13-14 ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର।
15 ତୁମ୍ଭେମାନେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସେମାନେ ଆଖାୟା ଦେଶର ପ୍ରଥମ ବିଶ୍ୱାସୀ ଥିଲେ। ସେମାନେ ପରମେଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। 16 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି ଯେ ତୁମ୍ଭେମାନେ, ଏହି ପ୍ରକାର ଲୋକ ଓ ସେମାନଙ୍କ ସହିତ ପରମେଶ୍ୱରଙ୍କ ପାଇଁ ପରିଶ୍ରମ କରି ସେବା କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ।
17 ମୁଁ ସ୍ତିଫାନ, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ଆନନ୍ଦ କରୁଛି। କାରଣ ମୋ’ ପାଇଁ ଯାହା ତୁମ୍ଭେମାନେ କରି ପାରି ନାହଁ, ତାହା ସେମାନେ କରି ପାରିଲେ। 18 ସେମାନେ ମୋ’ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ୟ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭେମାନେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।
19 ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ। 20 ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।
21 ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।
22 ଯଦି କିଏ ପ୍ରଭୁଙ୍କୁ ପ୍ରେମ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ୱରଙ୍କଠାରୁ ବିଚ୍ଛିନ୍ନ ହୋଇ ସେ ଅନନ୍ତକାଳ ପାଇଁ ବିନଷ୍ଟ ହେବ।
ମାରାନାଥା[a] ଅର୍ଥାତ୍ ପ୍ରଭୁ ଆସୁଛନ୍ତି।
23 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କର ସହବର୍ତ୍ତୀ ହେଉ।
24 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭ ସମସ୍ତଙ୍କ ପ୍ରତି ମୋର ପ୍ରେମ ଭାବ ରହିଥାଉ।
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି
(ମାର୍କ 3:20-30; ଲୂକ 11:14-23; 12:10)
22 ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା’ ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା। 23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”
24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ୍[a]ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”
25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। 26 ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା'ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା'ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। 27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। 28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି। 29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା'ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। 30 ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।
31 ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି। 32 ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।
2010 by World Bible Translation Center