Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ;
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା'ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର, ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ[a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 77

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।

77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
    ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
    ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
    କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
    କିନ୍ତୁ ମୁଁ ପାରୁ ନାହିଁ। ସେଲା

ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
    ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
    ମୁଁ ଚିନ୍ତା କରେ।
ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
    ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
    ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
    ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
    ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
    ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?” ସେଲା

10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
    ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”

11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
    ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
    ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
    ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
    ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
    ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ। ସେଲା

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
    ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
    ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
    ତା'ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
    ବିଜୁଳି ଜଗତକୁ ଆଲୋକମୟ କଲା।
    ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
    କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
    ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।

ଗୀତସଂହିତା 79

ଆସଫର ଗୀତ।

79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
    ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
    ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
    ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
    ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
    ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
    ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
    ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
    ଓ ସେମାନେ ତା'ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
    ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
    ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
    ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
    “ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
    ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
    ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
    ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
    ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା'ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
    ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
    ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

ନିହିମିୟାଙ୍କର ପୁସ୍ତକ 9:1-25

ଇସ୍ରାଏଲୀୟମାନେ ସେମାନଙ୍କର ପାପ ସ୍ୱୀକାର କଲେ

ସେହି ମାସର ଚବିଶ ଦିନରେ ଇସ୍ରାଏଲର ଲୋକମାନେ ଏକତ୍ରିତ ହେଲେ। ସେମାନେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସେମାନଙ୍କ ମୁଣ୍ତରେ କାଦୁଅ ବୋଳି ଏକତ୍ର ଠିଆ ହେଲେ। ସେହି ଲୋକମାନଙ୍କ ମଧ୍ୟରୁ ଯେଉଁମାନେ ଇସ୍ରାଏଲୀୟ ବଂଶ ସେମାନେ ବିଦେଶିମାନଙ୍କ ନିକଟରୁ ଅଲଗା ଠିଆ ହେଲେ। ଇସ୍ରାଏଲୀୟମାନେ ମନ୍ଦିରରେ ଠିଆ ହୋଇ ନିଜର ପାପ ସ୍ୱୀକାର କରିବା ସଙ୍ଗେ ସଙ୍ଗେ ସେମାନଙ୍କ ପୂର୍ବପୁରୁଷଗଣ କରିଥିବା ପାପ ସ୍ୱୀକାର କଲେ। ସେମାନେ ସେଠାରେ ପ୍ରାୟ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ବ୍ୟବସ୍ଥା ପୁସ୍ତକ ପାଠ କଲେ। ଏହା ପରେ ସେମାନେ ସେଠାରେ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସେମାନଙ୍କର ପାପ ସ୍ୱୀକାର କଲେ ଓ ନତମସ୍ତକ ହୋଇ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ଉପାସନା କଲେ।

ଏହା ପରେ, ଯେଶୂୟ, ବାନି, କ‌‌‌‌‌ଦ୍‌‌‌‌‌ମୀୟେଲ୍, ଶବନିୟ, ବୁନ୍ନି, ଶେରେବିୟ, ବାନି ଓ କନାନି ଲେବୀୟମାନଙ୍କ ପଛରେ ଛିଡ଼ା ହୋଇ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କଠାରେ ଉଚ୍ଚସ୍ୱରରେ କ୍ରନ୍ଦନ କଲେ। ଏହା ପରେ ଲେବୀୟମାନେ: ଯେଶୂୟ, କ‍ଦ୍‍ମୀୟେଲ, ବାନି, ହଶବନିୟ, ଶେରେବିୟ, ହୋଦିୟ, ଶବନିୟ, ଓ ପାଥାଦିୟ କହିଲେ, “ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର।

“ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ
    ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
ତୁମ୍ଭେ ହିଁ ପରମେଶ୍ୱର ଅଟ।
    ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ।
ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ।
    ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଅଛ।
ତୁମ୍ଭେ ପୃଥିବୀ ଓ
    ତହିଁରେ ସକଳର ସୃଷ୍ଟିକର୍ତ୍ତା।
ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା
    ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା।
ତୁମ୍ଭେ ପ୍ରତ୍ୟେକର ଜୀବନଦାତା।
    ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।
ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ।
    ତୁମ୍ଭେ ହିଁ ଅବ୍ରହାମଙ୍କୁ ମନୋନୀତ କଲ।
ବାବିଲୋନିୟାର ଊର୍ ଦେଶରୁ
    ତାଙ୍କୁ ବାହାର କରି ଆଣି ଅବ୍ରହାମ ନାମ ଦେଲ।
ତୁମ୍ଭେ ତା'ଠାରେ ତା'ର ଅନ୍ତକରଣ ବିଶ୍ୱସ୍ତ ଦେଖିଲ,
    ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ।
କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ଯିବୂଷୀୟ ଓ ଗିର୍ଗାଶୀୟର ଭୂମି
    ଅବ୍ରହାମର ବଂଶଧରମାନଙ୍କୁ ଏହା ଦେବାକୁ ପ୍ରତିଜ୍ଞା କରିଥିଲ।
ତୁମ୍ଭେ ତୁମ୍ଭର ପ୍ରତିଜ୍ଞା ରକ୍ଷା କରିଅଛ।
    କାରଣ ତୁମ୍ଭେ ଧର୍ମମୟ ଅଟ।
ତୁମ୍ଭେ ମିଶରଠାରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ
    ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ।
10 ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି
    ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇଲ।
କାରଣ ମିଶରୀୟମାନେ ସେମାନଙ୍କ ବିରୁଦ୍ଧରେ
    ରୁକ୍ଷ ବ୍ୟବହାର କଲେ।
ଏଣୁ ତୁମ୍ଭେ ଆଜିର ନ୍ୟାୟ
    ଆପଣା ନାମ ପ୍ରସିଦ୍ଧ କରିଅଛ।
11 ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ଭାଗ କଲ।
    ସେମାନେ ଶୁଷ୍କ ଭୂମି ଦେଇ ଯିବାପରି ସମୁଦ୍ର ମଧ୍ୟରେ ଗଲେ।
ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ
    ତୁମ୍ଭେ ସେମାନଙ୍କ ପଛେ ଗୋଡ଼ଇବା ଲୋକମାନଙ୍କୁ
    ଅଗାଧ ସମୁଦ୍ରରେ ନିକ୍ଷେପ କଲ।
12 ତୁମ୍ଭେ ଦିବସରେ ମେଘ ସ୍ତମ୍ଭ ଦ୍ୱାରା,
    ରାତ୍ରିରେ ସେମାନଙ୍କ ଯିବା ବାଟକୁ
ଦୀପ୍ତି ଦେବା ନିମନ୍ତେ
    ଅଗ୍ନିସ୍ତମ୍ଭ ଦ୍ୱାରା ଗମନ କରାଇଲ।
13 ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସିଲ।
    ସ୍ୱର୍ଗରୁ ସେମାନଙ୍କ ସହିତ କଥାବାର୍ତ୍ତା କଲ।
ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା,
    ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
14 ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ।
    ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା
    ଓ ବିଧି ବ୍ୟବସ୍ଥା ଆଦେଶ କଲ।
15 ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ
    ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ।
ସେମାନଙ୍କ ତୃଷାପାଇଁ
    ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ।
ତୁମ୍ଭେ ଆଜ୍ଞା ଦେଲ,
    ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।
16 ମାତ୍ର ସେମାନେ, ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବ ଆଚରଣ କଲେ।
    ସେମାନେ ଜି‌‌‌‌‌ଦ୍‌‌‌‌‌ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସେମାନେ ପାଳନ କଲେ ନାହିଁ।
17 ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ
    ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ।
ସେମାନେ ଜି‌‌‌‌‌ଦ୍‌‌‌‌‌ଖୋର ଥିଲେ।
    ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ।

“ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ,
    କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର
ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ।
ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
18 ସେମାନେ ଯେତେବେଳେ ଛାଞ୍ଚ ଢଳା ଗୋବତ୍ସ ନିର୍ମାଣ କଲେ, ‘ଯେଉଁ ଦେବତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ, ସେ ଇଏ ଅଟେ।’
    ଏହା କହି ସେମାନେ ପରମେଶ୍ୱରଙ୍କର ବହୁତ ନିନ୍ଦା କଲେ।
19 ସେତେବେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ
    ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ।
ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ
    ଓ ରାତ୍ରିରେ ଅଗ୍ନି ମଶାଲକୁ ସେମାନଙ୍କଠାରୁ ଛଡ଼ାଇ ନେଇ ନାହିଁ।
20 ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ।
    ତୁମ୍ଭେ ସେମାନଙ୍କଠାରୁ ତୁମ୍ଭର ମାନ୍ନା ଛଡ଼ାଇ ନେଲ ନାହିଁ।
    ସେମାନଙ୍କର ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
21 ତୁମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ।
    ସେମାନଙ୍କର କିଛି ଅଭାବ ହେଲା ନାହିଁ।
ସେମାନଙ୍କର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ
    ଓ ସେମାନଙ୍କର ପାଦ ଫୁଲିଲା ନାହିଁ।
22 ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ
    ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ।
ତେଣୁ ସେମାନେ ସୀହୋନ ଦେଶ ହି‌‌‌‌ଷ୍‌‌‌‌ବୋନ୍ ରାଜାର ଦେଶ,
    ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
23 ତୁମ୍ଭେ ସେମାନଙ୍କ ବଂଶଧରଗଣଙ୍କୁ
    ଆକାଶର ନକ୍ଷେତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ।
ଯେଉଁଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି
    ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣଙ୍କଠାରେ ଶପଥ କରିଥିଲ,
    ସେହି ଦେଶକୁ ସେମାନଙ୍କୁ ଆଣିଲ।
24 ଏହିପରି ସେହି ସନ୍ତାନଗଣ ଦେଶରେ ପଶି ଅଧିକାର କଲେ।
ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ।
    ସେମାନେ ଯେପରି ନିଜ ଇଚ୍ଛାମତେ ବ୍ୟବହାର କରିବେ।
ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣଙ୍କୁ
    ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।
25 ତହିଁରେ ସେମାନେ ପ୍ରାଚୀର ବେଷ୍ଟୀତ ନଗର ସକଳ
    ଓ ଉର୍ବର ଭୂମି ନେଲେ।
ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ,
    ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଓ
ଅପାର ଫଳବୃକ୍ଷ ଅଧିକାର କଲେ।
    ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଖାଇଲେ।
ସେମାନେ ତୁମ୍ଭର ମହା ମଙ୍ଗଳ ଦାନରେ ଆନନ୍ଦ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:1-8

ବାବିଲର ଧ୍ୱଂସ

18 ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ:

“ତା'ର ପତନ ହେଲା।
    ମହାନଗରୀ ବାବିଲର ପତନ ହୋଇଗଲା।
ତାହା ଭୂତମାନଙ୍କର ବାସସ୍ଥଳୀ ହେଲା।
    ତାହା ପ୍ରତ୍ୟେକ ଭୂତାତ୍ମା,
ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ
    ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।
ପୃଥିବୀର ସବୁ ଲୋକମାନେ
    ତା'ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି।
ପୃଥିବୀର ରାଜାମାନେ ତା'ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି।
    ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”

ତା'ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି

“ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ,
    ତୁମ୍ଭେମାନେ ବାହାରି ଆସିଲେ, ତା'ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।
ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି।
    ପରମେଶ୍ୱର ତା'ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି।
    ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।
ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ।
    ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ।
ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି,
    ତା'ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।
ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି,
    ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ।
ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି।
    ମୁଁ ବିଧବା ନୁହେଁ,
    ମୁଁ କେବେ ଶୋକ କରିବି ନାହିଁ।’
ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ:
    ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା।
ସେ ଅଗ୍ନିରେ ଜଳିଯିବ,
    କାରଣ ପ୍ରଭୁ ପରମେଶ୍ୱର ତା'ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 15:1-20

ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼

(ମାର୍କ 7:1-23)

15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”

ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ,(A) କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’(B) କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳରେ ଜଣେ ଲୋକ ତା'ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠି‌କ୍‌ ଭାବରେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ।

ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
    କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ।
ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
    ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’”(C)

10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”

12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”

13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”

15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’

16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center