Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:97-120

ମେମ୍

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
    ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
    ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
    କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
    ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
    କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
    ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
    ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।

ନୂନ୍

105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
    ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
    ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
    ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
    କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
    ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
    ତାହା ମୋର ପୁରସ୍କାର ହେବ।

ସାମକ୍

113 ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି, ମୁଁ ସେମାନଙ୍କୁ ଘୃଣା କରେ।
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
114 ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି।
    ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।
115 ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ,
    ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।
116 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ମନୋନୀତ କଲ, ଯେପରି ମୁଁ ବଞ୍ଚିପାରିବି।
    ମୁଁ ତୁମ୍ଭ ଉପରେ ଭରସା ରଖେ, ମୋତେ ହତୋତ୍ସାହ କର ନାହିଁ।
117 ମୋର ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହେବି।
    ମୁଁ ସର୍ବଦା ତୁମ୍ଭର ନିୟମ ମାନିବି।
118 ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରେଇ ଯାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ।
    କାରଣ ସେମାନେ ମିଥ୍ୟାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
119 ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ।
    ଯେପରି ମୁଁ ତୁମ୍ଭର ନିୟମକୁ ସ୍ନେହ କରିବି।
120 ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ।
    ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।

ଗୀତସଂହିତା 81-82

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ଗୀତ ଆରମ୍ଭ କର
    ଓ ଦାରା ବଜାଅ,
    ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
    ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
କାରଣ ଏହା ଇସ୍ରାଏଲ ପାଇଁ ନିୟମ।
    ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
    ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
    ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
    ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
    ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା

“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
    ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
    ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
    ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
    ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
    ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
    ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
    ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
    ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”

ଆସଫର ଗୀତ।

82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
    ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
    ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା

“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
    ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
    ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
    କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
    ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
ମୁଁ (ପରମେଶ୍ୱର) କହିଲି,
    “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
    ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
    ସମସ୍ତ ଜାତିଗଣ ତୁମ୍ଭର ଅଟେ।

ନିହିମିୟାଙ୍କର ପୁସ୍ତକ 7:73-8:3

73 ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ।

ଏଜ୍ରା ବ୍ୟବସ୍ଥାମାନ ପଢ଼ିଲେ

ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ। ସପ୍ତମ ମାସର ପ୍ରଥମ ଦିନରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖରେ ବ୍ୟବସ୍ଥା ପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ। ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।

ନିହିମିୟାଙ୍କର ପୁସ୍ତକ 8:5-18

ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ। ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ୱରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, “ଆମେନ୍! ଆମେନ୍!”

ଯେଶୂୟ, ବାନି, ଶେରେବିୟ, ଯାମୀନ୍, ଅ‌କ୍‌କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ୍, ଅସରିୟ, ଯୋଷାବଦ୍, ହାନନ୍, ପଲାୟ ଏହି ଲୋକମାନେ ଲେବୀୟ ଗୋଷ୍ଠୀର ଥିଲେ। ସେମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିଲେ। ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥିରେ ଲୋକମାନେ ବୁଝି ପାରିଲେ।

ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।

10 ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚି‌କ୍‌କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।”

11 ଏହିପରି ଭାବରେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇଲେ। “ତୁମ୍ଭେ ସମସ୍ତେ ନୀରବ ହୁଅ, କାରଣ ଆଜି ପବିତ୍ର ଦିନ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ।”

12 ଏହା ପରେ ସମସ୍ତ ଲୋକମାନେ ଭୋଜନପାନ କରିବାକୁ, ଉପହାର ପଠାଇବାକୁ ଓ ଆନନ୍ଦ କରିବାକୁ ଗ୍ଭଲିଗଲେ, କାରଣ ସେମାନେ ପଢ଼ିଥିବା ବାକ୍ୟର ଅର୍ଥ ବୁଝି ପାରିଲେ।

13 ଏହା ପରେ ଦ୍ୱିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରିତ ହେଲେ।

14 ସେମାନେ ମୋଶାଙ୍କର ବ୍ୟବସ୍ଥା ପୁସ୍ତକ ପଢ଼ିଲେ ଏବଂ ତାଙ୍କର ନିର୍ଦ୍ଦେଶ ସବୁ ପାଇଲେ। ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସରେ ଇସ୍ରାଏଲୀୟ ବାସୀମାନେ କ୍ଷଣସ୍ଥାୟୀ କୁଟୀରପର୍ବ ପାଳନ କରିବା ଉଚିତ୍। 15 ସେମାନେ ଯେତେବେଳେ ଏହା ଶୁଣିଲେ, ସେମାନେ ଏହି ବାର୍ତ୍ତା ଯିରୁଶାଲମକୁ ଓ ସେମାନଙ୍କ ସମସ୍ତ ନଗରକୁ ପଠାଇଲେ। “ପର୍ବତମୟ ଦେଶକୁ ଯାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ୟ, ମେହେନ୍ଦି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡ଼ିର କ୍ଷଣସ୍ଥାୟୀ ପତ୍ରକୂଟୀର ତିଆରି କରିବାରେ ବ୍ୟବହାର କର। ଏହିପରି କର କାରଣ ତାହା ବ୍ୟବସ୍ଥା ପୁସ୍ତକରେ ଲିଖିତ ଅଛି।”

16 ତହିଁରେ ଲୋକମାନେ ବାହାରେ ଯାଇ ତାହା ସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ। ପ୍ରତ୍ୟେକ ନିଜ ନିଜ ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ପରମେଶ୍ୱରଙ୍କ ଗୃହର ସବୁ ପ୍ରାଙ୍ଗଣରେ ଓ ଜଳ ଦ୍ୱାର ଛକରେ ଓ ଇଫ୍ରୟିମ ଦ୍ୱାର ଛକରେ ଅସ୍ଥାୟୀ କୁଟୀର ନିର୍ମାଣ କଲେ। 17 ନିର୍ବାସିତ ଫେରି ଆସିଥିବା ଲୋକଙ୍କର ସମଗ୍ର ଦଳ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ। ନୂନର ପୁତ୍ର ଯିହୋଶୂୟର ସମୟାବଧି ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନଗଣ ସେପରି କରି ନ ଥିଲେ। ଏଣୁ ଏଥିପାଇଁ ବଡ଼ ଆନନ୍ଦ ହେଲା।

18 ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:21-24

21 ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ:

“ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ।
    ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।
22 ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି
    ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ।
ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ
    ଆଉ ଦେଖାଯିବେ ନାହିଁ।
ତୋ’ଠାରେ ଚକିପେଷାର ଶବ୍ଦ
    ଆଉ କେବେ ହେଲେ ଶୁଣାଯିବ ନାହିଁ।
23 ତୋ’ ପାଖରେ ଦୀପର ଆଲୋକ
    ଆଉ ଜଳିବ ନାହିଁ।
ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି
    ଆଉ କେବେ ହେଲେ ଶୁଣାଯିବ ନାହିଁ।
ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ।
    ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।
24 ସେ (ବାବିଲ) ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର
    ଏବଂ ପୃଥିବୀରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ରକ୍ତ ପାଇଁ ଦାୟୀ ଅଟେ।”

ମାଥିଉ ଲିଖିତ ସୁସମାଗ୍ଭର 15:29-39

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ

29 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।

30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।

ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ

(ମାର୍କ 8:1-10)

32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”

33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।”

34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”

ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”

35 ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ: 36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। 37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା'ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। 38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ। 39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମ‌‌ଗ୍‌‌ଦାନ୍ ଅଞ୍ଚଳକୁ ଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center