Book of Common Prayer
କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।
88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
2 ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
3 ମୋର ପ୍ରାଣ ଦୁଃଖରେ ଭରପୁର।
ମୁଁ ଶୀଘ୍ର ମରିଯିବି।
4 ମୁଁ ଜଣେ ଶକ୍ତି ହରାଇଥିବା
ପ୍ରାୟ ମୃତ ଲୋକପରି ହୋଇଅଛି।
5 ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
ଭୁଲିଗଲେ ଓ ସହାୟ ନାହିଁ।
6 ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
ଗଭୀର ସ୍ଥାନରେ ରଖିଅଛ।
7 ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ। ସେଲା
8 ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
ମୁଁ ଅଛୁଆଁ ପରି ସେମାନେ ମୋ'ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
9 କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ? ସେଲା
11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।
13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
ମୋତେ ସାହାରା ଦିଅ।
ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ'ଠାରୁ ଦୂରେଇ ରଖିଅଛ।
ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱରଙ୍କ ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
8 ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
ବିଶ୍ରାମବାର ନିମିତ୍ତକ ଗୀତ।
92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
2 ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
3 ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
ସୂ-ଗୀତ ଗାନ କରିବା ଭଲ।
4 ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
6 ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
7 ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
8 କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
9 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
ଲିବାନୋନ୍ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
ଶ୍ୱେତ ଅଶ୍ୱର ଆରୋହୀ
11 ତା'ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି। 12 ତାହାଙ୍କର ଚକ୍ଷୁ ଦୁଇଟି ଜ୍ୱଳନ୍ତ ଅଗ୍ନି ସଦୃଶ। ତାହାଙ୍କ ମସ୍ତକରେ ଅନେକ ଗୁଡ଼ିଏ ମୁକୁଟ ଅଛି। ତାହାଙ୍କ କପାଳରେ ଗୋଟିଏ ନାମ ଲେଖା ଯାଇଥିଲା, କିନ୍ତୁ ତାହାଙ୍କ ବ୍ୟତୀତ ଅନ୍ୟ କେହି ସେ ନାମ ଜାଣି ନ ଥିଲେ। 13 ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ ‘ପରମେଶ୍ୱରଙ୍କ ବାକ୍ୟ’। 14 ସ୍ୱର୍ଗର ସେନାବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସେମାନେ ମଧ୍ୟ ଶ୍ୱେତଅଶ୍ୱ ଉପରେ ବସିଥିଲେ। ସେମାନେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ। 15 ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ। 16 ତାହାଙ୍କ ପୋଷାକ ଓ ଜଘଂଦେଶରେ ଏହା ଲେଖାଥିଲା:
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ
(ମାର୍କ 8:27-30; ଲୂକ 9:18-21)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର[a] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ[b] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ[c] ବା ଭବିଷ୍ୟଦ୍ବକ୍ତା[d]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର[e] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି[f] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
2010 by World Bible Translation Center