Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 118

118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
    ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଇସ୍ରାଏଲ ଏବେ କହନ୍ତୁ,
    “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
ହାରୋଣର ପରିବାରବର୍ଗ[a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
    “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
    “ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
    ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
    ଲୋକମାନେ, ମୋତେ କ’ଣ କରି ପାରିବେ।
ସଦାପ୍ରଭୁ ମୋର ସାହାଯ୍ୟକାରୀ।
    ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
    ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
    ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।

10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
    କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
    ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
    କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
    ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।

13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
    କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ[b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
    ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
    ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
    ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।

17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
    ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
    ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
    ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
    କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
    ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।

22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
    ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
    କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
    ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।

25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
    ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
    ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
    ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
    ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”

28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
    ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
    ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

ଗୀତସଂହିତା 145

ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।

145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
    ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
    ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
    ଆମ୍ଭେମାନେ ତାହାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
    ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
    ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
    ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।

ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
    ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
    ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
    ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
    ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
    ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
    ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।

ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
    ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ।[a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
    କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
    ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
    ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 19:19-25

19 ସେହି ସମୟରେ ମିଶରର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ପାଇଁ ଏକ ଯଜ୍ଞବେଦି ହେବ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ। 20 ସଦାପ୍ରଭୁ ସର୍ବଶକ୍ତିମୟ ମହାନ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା'ର ସଙ୍କେତ ହେବ। ଯେକୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା କରିବେ, ସଦାପ୍ରଭୁ ସାହାଯ୍ୟ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ୟକ୍ତିକୁ ପ୍ରେରଣ କରିବେ। ସେହି ବ୍ୟକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।

21 ସେହି ଦିନ ମିଶରୀୟମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚୟ ପାଇବେ। ସେମାନେ ପରମେଶ୍ୱରଙ୍କୁ ପ୍ରେମ କରିବେ। ସେମାନେ ତାଙ୍କୁ ସେବା କରିବେ ଓ ତାଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବେ। ଆଉ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶପଥ ନେବେ ଓ ସେ ଶପଥ ପାଳନ କରିବେ। 22 ସଦାପ୍ରଭୁ ମିଶରୀୟମାନଙ୍କୁ ଦଣ୍ଡ ଦେବେ। ଆଉ ମଧ୍ୟ ସେମାନଙ୍କୁ ସେ କ୍ଷମା ଦେବେ। ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟକୁ ଗ୍ଭଲି ଆସିବେ। ସଦାପ୍ରଭୁ ସେମାନଙ୍କର ପ୍ରାର୍ଥନା ଶୁଣିବେ ଓ ସେମାନଙ୍କୁ କ୍ଷମା ଦେବେ।

23 ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା'ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ। 24 ସେ ସମୟରେ ଇସ୍ରାଏଲ, ଅଶୂର ଓ ମିଶର ଏକତ୍ରିତ ହେବେ ଓ ରାଜ୍ୟକୁ ନିୟନ୍ତ୍ରଣ କରିବେ। ଏମାନେ ପୃଥିବୀ ପାଇଁ ଆଶୀର୍ବାଦର ପାତ୍ର ହେବେ। 25 ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।”

ରୋମୀୟଙ୍କ ପ୍ରତି ପତ୍ର 15:5-13

ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ। ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ:

“ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି,
    ଓ ତୁମ୍ଭ ନାମର ମହିମା ଗାନ କରିବି।”(A)

10 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,

“ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।”(B)

11 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,

“ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର,
    ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।”(C)

12 ଯିଶାଇୟ ମଧ୍ୟ କୁହନ୍ତି,

“ଯିଶୟ[a]ଙ୍କ ବଂଶରୁ ଜଣେ ପ୍ରକାଶିତ ହେବ।
    ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ,
ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।”(D)

13 ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା'ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।

ଲୂକ ଲିଖିତ ସୁସମାଗ୍ଭର 19:11-27

ପରମେଶ୍ୱର ଯାହା ଦିଅନ୍ତି ତାହା ଉପଯୁକ୍ତ ଭାବରେ ବ୍ୟବହାର କର

(ମାଥିଉ 25:14-30)

11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ। 12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ। 13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’ 14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’

15 “ତଥାପି ସେ ରାଜା ହୋଇଗଲେ। ତା'ପରେ ସେ ଘରକୁ ଫେରି ଆସିଲେ। ତା'ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’ 16 ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’ 17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’

18 “ଦ୍ୱିତୀୟ ଗ୍ଭକରଟି ଆସିଲା ଓ କହିଲା, ‘ଆଜ୍ଞା, ଆପଣ ଦେଇଥିବା ଟଙ୍କା ଥଳିକୁ ବ୍ୟବହାର କରି ପାଞ୍ଚ ଥଳି ଟଙ୍କା ଅର୍ଜନ କରିଛି।’ 19 ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’

20 “ତା'ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି। 21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’

22 “ତା'ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’ 23 ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା'ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା 24 ସେଠାରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, ‘ଏ ଗ୍ଭକର ପାଖରୁ ଟଙ୍କା ଥଳିଟି ନେଇ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଗ୍ଭକରକୁ ଦେଇଦିଅ।”

25 “ଲୋକମାନେ ରାଜାଙ୍କୁ କହିଲେ, “କିନ୍ତୁ ଆଜ୍ଞା, ସେ ଗ୍ଭକରଟି ପାଖରେ ତ ଆଗରୁ ଦଶ ଥଳି ଟଙ୍କା ଅଛି।’

26 “ରାଜା କହିଲେ, ‘ଯଦି ଜଣେ ବ୍ୟକ୍ତି ତା’ ପାଖରେ ଯାହା ଅଛି ତାହାର ବ୍ୟବହାର କରେ ତେବେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ୟକ୍ତି ତା’ ପାଖରେ ଯେତିକି ଅଛି, ତାହା ବ୍ୟବହାର କରେନି ତା'ଠାରୁ ତାହା ମଧ୍ୟ ଛଡ଼େଇ ନିଆଯିବ। 27 ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center