Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
    ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
    ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
    ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
    ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଲାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
    ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
    ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।

12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
    ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
    ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
    ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
    ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
    ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
    ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦ‌‌ଗ୍‌‌ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

24 କିନ୍ତୁ ତା'ପରେ ସେହି ଲୋକମାନେ କିଣାନର ଆଶ୍ଚର୍ଯ୍ୟ ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ମନା କଲେ।
    ସେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ନାହିଁ ଯେ ପରମେଶ୍ୱର ସେଠାରେ ବାସ କରୁଥିବା ଲୋକମାନଙ୍କୁ ସାହାଯ୍ୟ କରିବେ।
25 ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ୱରଙ୍କୁ ମାନିବାକୁ ମନା କଲେ
    ଏବଂ ସେମାନଙ୍କ ଗୃହରେ ସେମାନେ ଅଭିଯୋଗ କଲେ।
26 ତେଣୁ ପରମେଶ୍ୱର ସେମାନଙ୍କୁ ମରୁଭୂମିରେ
    ବିନାଶ କରିବା ପାଇଁ ଶପଥ କଲେ।
27 ପରମେଶ୍ୱର ପ୍ରତିଜ୍ଞା କଲେ ଯେ, ଅନ୍ୟ ଦେଶରେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧରଙ୍କୁ ପରାସ୍ତ କରିବେ।
    ସେହି ଅନ୍ୟ ଦେଶ ମଧ୍ୟରେ ସେ ସେମାନଙ୍କ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।

28 ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ।
    ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।
29 ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ।
    ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।
30 କିନ୍ତୁ ପୀନହସ୍ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ
    ଏବଂ ପରମେଶ୍ୱର ତା'ର ମହାମାରୀ ଦୂର କଲେ।
31 ପରମେଶ୍ୱର ଜାଣିଲେ ପୀନହସ୍ ସୁକର୍ମ କଲା।
    ପରମେଶ୍ୱର ତାଙ୍କୁ ଅନନ୍ତକାଳ ମନେ ରଖିଲେ।

32 ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ,
    ତେଣୁ ସେମାନଙ୍କ ସକାଶୁ ମୋଶାଙ୍କୁ ବହୁତ ବିପଦ ଘଟିଲା।
33 ସେ ଲୋକମାନେ ମୋଶାଙ୍କୁ ବିରକ୍ତ କଲେ।
    ତେଣୁ ମୋଶା କିଛି ନ ବିଗ୍ଭରି କହିବାକୁ ଲାଗିଲେ।

34 କିଣାନୀୟଠାରେ ରହୁଥିବା ଅନ୍ୟ ବିଦେଶୀୟମାନଙ୍କୁ ନଷ୍ଟ କରିବା ପାଇଁ ପରମେଶ୍ୱର କହିଲେ,
    କିନ୍ତୁ ଇସ୍ରାଏଲୀୟମାନେ ତାଙ୍କ କଥା ମାନିଲେ ନାହିଁ।
35 ସେମାନେ ଅନ୍ୟ ଦେଶୀୟଙ୍କ ସଙ୍ଗେ ମିଶିଲେ
    ଏବଂ ସେମାନଙ୍କ କ୍ରିୟାସକଳ କଲେ।
36 ପରମେଶ୍ୱରଙ୍କ ଲୋକମାନେ ଦେବତାମାନଙ୍କୁ ପୂଜା କରିବାକୁ ଆରମ୍ଭ କଲେ,
    ଯାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସେହି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
37 ଏପରିକି ପରମେଶ୍ୱରଙ୍କର ଲୋକମାନେ
    ସେମାନଙ୍କର ପିଲାମାନଙ୍କୁ ଅନ୍ୟ ଦେବତାଙ୍କ ନିକଟରେ ବଳି ଦେଲେ।
38 ପରମେଶ୍ୱରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ୟା କଲେ।
    ସେମାନେ ମଧ୍ୟ ସେମାନଙ୍କ ନିଜ ସନ୍ତାନମାନଙ୍କୁ ହତ୍ୟା କରି ମିଥ୍ୟା ଦେବଗଣ ନିକଟରେ ବଳି ଦେଲେ।
    ତେଣୁ ଭୂମି, ହତ୍ୟା ପାପରେ ଦୂଷିତ ହୋଇଗଲା।
39 ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ।
    ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ।
    ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।
40 ଏହି ହେତୁ, ସଦାପ୍ରଭୁ ତାଙ୍କର ଲୋକମାନଙ୍କ ସହିତ ବହୁତ କ୍ରୋଧ କଲେ।
    ପରମେଶ୍ୱର ସେମାନଙ୍କ ପ୍ରତି ବିରକ୍ତ ହେଲେ।
41 ପରମେଶ୍ୱର ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ
    ଓ ସେମାନଙ୍କ ଶତ୍ରୁମାନେ ସେମାନଙ୍କ ଉପରେ ଶାସନ କଲେ।
42 ପରମେଶ୍ୱରଙ୍କ ଲୋକମାନଙ୍କର ଶତ୍ରୁମାନେ ସେମାନଙ୍କୁ ନିୟନ୍ତ୍ରଣ କଲେ
    ଏବଂ ସେମାନଙ୍କର ଜୀବନ ଦୁଃର୍ବିସହ ହୋଇଗଲା।
43 ଅନେକ ଥର ପରମେଶ୍ୱର ସେମାନଙ୍କୁ ଉଦ୍ଧାର କଲେ।
    ମାତ୍ର ସେମାନେ କ୍ରମାଗତ ପରମେଶ୍ୱରଙ୍କ ବିଦ୍ରୋହୀ ହେଲେ
    ଏବଂ ଆପଣା ଇଚ୍ଛାନୁସାରେ କାର୍ଯ୍ୟରେ ବହୁତ ଗଭୀର ପର୍ଯ୍ୟନ୍ତ ବୁଡ଼ିଗଲେ।
44 କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ।
    ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।
45 ପରମେଶ୍ୱର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି
    ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦେବାରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
46 ସେ ସେମାନଙ୍କର ସମସ୍ତଙ୍କୁ ବନ୍ଦୀ କରିଥିବା ମନରେ
    ଦୟା ଦେଖାଇଲେ।
47 ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର।
    ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
    ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
    ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”

ସଦାପ୍ରଭୁଙ୍କର ପ୍ରଶଂସା କର।

ଯୋୟେଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-2

ଯିହୁଦାର ଶତ୍ରୁମାନେ ଦଣ୍ତିତ ହେବେ

“ହଁ ଦେଖ, ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା। ଆମ୍ଭେ ମଧ୍ୟ ସମସ୍ତ ରାଜ୍ୟକୁ ଏକତ୍ରିତ କରିବା। ସେହି ସମୟରେ, ଆମ୍ଭେ ସବୁ ରାଜ୍ୟକୁ ଯିହୋଶାଫଟ୍ ଉପତ୍ୟକାକୁ ଓହ୍ଲାଇ ଆଣିବା। ସେଠାରେ ଆମ୍ଭେ ସେମାନଙ୍କର ବିଗ୍ଭର କରିବା। ସେହି ଗୋଷ୍ଠୀଗୁଡ଼ିକ ଆମ୍ଭ ଇସ୍ରାଏଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସେମାନେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ଜୋର୍ କରି ନିର୍ବାସିତ କରି ଦେଇଛନ୍ତି। ସେମାନେ ଆମ୍ଭର ଭୂମି ସେମାନଙ୍କ ମଧ୍ୟରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା।

ଯୋୟେଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:9-17

ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ

ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର।
    ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ।
ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ।
    ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ
    ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।
10 ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ‌‌ଖ‌ଡ଼୍‌ଗ ତିଆରି କର।
    ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର।
ଦୁର୍ବଳ ଲୋକ କହୁ,
    “ମୁଁ ବଳବାନ”
11 ହେ ସବୁ ରାଜ୍ୟ! ଚଞ୍ଚଳ ହୁଅ।
    ଗୋଟିଏ ସ୍ଥାନରେ ଏକତ୍ରିତ ହୁଅ।
    ହେ! ପରମେଶ୍ୱର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନେଇ ଆସନ୍ତୁ।
12 ହେ, ରାଜ୍ୟବାସୀ! ଜାଗ୍ରତ ହୁଅ,
    ଯିହୋଶାଫଟର ଉପତ୍ୟକାକୁ ଆସ
କାରଣ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲର ଚତୁର୍ପାର୍ଶ୍ୱରେ ଥିବା
    ରାଜ୍ୟମାନଙ୍କର ବିଗ୍ଭର କରିବା ପାଇଁ ଫେରି ଆସିବା।
13 ଦାଆ ଆଣ,
    କାରଣ ଶସ୍ୟ ପାଚିଅଛି।
ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ।
    କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି।
କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି,
    କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ।

14 ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ।
    ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ।
15 ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହେବ
    ଏବଂ ତାରକାଗଣ କିରଣ ଦେବା ବନ୍ଦ କରି ଦେବେ।
16 ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ,
ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ।
    ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ।
ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ
    ନିରାପଦ ସ୍ଥାନ ହେବ।
ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ
    ନିରାପଦ ସ୍ଥାନ ହେବେ।
17 “ତା'ପରେ ତୁମ୍ଭେମାନେ ଜାଣିବ ଯେ,
    ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର।
ଆମ୍ଭେ ପବିତ୍ର ପର୍ବତ ସିୟୋନରେ ବାସ କରିବା।
    ଯିରୁଶାଲମ ଗୋଟିଏ ପବିତ୍ର ସ୍ଥାନରେ ପରିଣତ ହେବ।
ବିଦେଶୀୟମାନେ ଆଉ ଏହି ନଗରରେ
    ପ୍ରବେଶ କରି ପାରିବେ ନାହିଁ।

ପିତରଙ୍କ ପ୍ରଥମ ପତ୍ର 1:1-12

ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା‌ପ୍‌ପାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳରେ ସର୍ବତ୍ର ଛିନ୍ନଭିନ୍ନ ହୋଇଥିବା ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର। ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ।

ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।

ଯୀଶୁଙ୍କ ଜୀବନ୍ତ ଭରସା

ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି। ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ।

ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ। ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ। ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ। ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।

10 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ମନୋଯୋଗ ସହକାରେ ଅଧ୍ୟୟନ କରି ଏହି ଉଦ୍ଧାର ବିଷୟରେ ଜାଣିବା ପାଇଁ ଚେଷ୍ଟା କଲେ। ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟରେ କହିଥିଲେ। 11 ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।

12 ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।

ମାଥିଉ ଲିଖିତ ସୁସମାଗ୍ଭର 19:1-12

ଯୀଶୁ ବିବାହ ବିଚ୍ଛେଦ ବିଷୟରେ ଶିକ୍ଷା ଦେଲେ

(ମାର୍କ 10:1-12)

19 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ। ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।

କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା'ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”

ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’(A) ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’(B) ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”

ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”

ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା। ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”

10 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।”

11 ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ। 12 କେତେକ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତା'ର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତେକ ଲୋକ ନପୁଂସକ ହୋଇ ଜନ୍ମ ହୋଇଥା’ନ୍ତି। କେତେକ ଲୋକ ଅନ୍ୟମାନଙ୍କ ଦ୍ୱାରା ପରବର୍ତ୍ତୀ ସମୟରେ ନପୁଂସକ ହୋଇଯାଇଥା’ନ୍ତି। ଆଉ କେତେକ ଲୋକ ସ୍ୱର୍ଗରାଜ୍ୟ ପାଇଁ ବିବାହ କରି ନ ଥା’ନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରି ପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚିତ୍।”[a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center