Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 5-6

ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ।
    ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
ହେ ମୋର ପରମେଶ୍ୱର ଓ ରାଜା,
    ମୋର ପ୍ରାର୍ଥନା ଶୁଣ।
ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
    ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।

ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
    କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
    ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
    ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।

କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
    ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
    ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
    ଓ ମୋର ପଥକୁ ସରଳ କର।
ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ।
    ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି।
ସେମାନଙ୍କର ପାଟି ଏକ କବର ସ୍ୱରୂପ
    ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।
10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ।
    ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ।
ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି,
    ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।
11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି।
    ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।
12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର,
    ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।

ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ।
    ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ରୁ‌‌ଗ୍‌‌ଣ ଓ ଦୁର୍ବଳ।
ମୋତେ ସୁସ୍ଥ କର
    କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
    ମୋର ସମଗ୍ର ଶରୀର କମ୍ପୁଅଛି।
ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର।
    ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ।
    ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେଥିପାଇଁ ମୋତେ ରକ୍ଷା କର।

ହେ ସଦାପ୍ରଭୁ,
    ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୋର ବିଛଣା ମୋର ଲୁହରେ ଭିଜିଗଲା।
    ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି।
    ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ।
    କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।

10 ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ।
    ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।

ଗୀତସଂହିତା 10-11

10 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ?
    ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି
    ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି
ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି।
    ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ।
    ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି।
    ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।
ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି।
    ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ।
    ପରମେଶ୍ୱରଙ୍କର ଶତ୍ରୁମାନେ ତାହାଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ।
    ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”
ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି।
ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି।
    ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି।
    ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି।
    ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।
ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି
    ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି।
ସେହି ନିରୀହ ଲୋକମାନେ ସହଜରେ
    ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି।
10 ବାରମ୍ବାର ସେହି ଦୁଷ୍ଟ ଲୋକମାନେ
    ନିରୀହ ଲୋକମାନଙ୍କର କ୍ଷତି କରନ୍ତି।
11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି।
    ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି।
    ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”

12 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର।
    ହେ ପରମେଶ୍ୱର, ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ!
    ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।

13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି?
    କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ।
14 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ।
    ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର।
ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି।
    ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।

15 ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର।
    ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି।
    ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।
17 ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ।
    ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।
18 ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର।
    ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ।
    ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
    ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
    ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
    ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
    ତେବେ କ’ଣ ଘଟିବ? ତା'ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
    ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
    ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
    କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
    ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
    ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-11

ଇସ୍ରାଏଲକୁ ସତର୍କ ଘଣ୍ଟି

ହେ ଇସ୍ରାଏଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇସ୍ରାଏଲ ବିଷୟରେ ସଦାପ୍ରଭୁ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇସ୍ରାଏଲୀୟ ପରିବାର ବିଷୟରେ ଏହା ବାର୍ତ୍ତା ଥିଲା। “ଏହି ପୃଥିବୀରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭେମାନେ ଏପରି ଏକ ଗୋଷ୍ଠୀ ସ୍ୱତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।”

ଇସ୍ରାଏଲର ଦଣ୍ତର କାରଣ

ଏକମତ ନ ହେଲେ
    ଦୁଇଜଣ ଏକତ୍ର ଗମନ କରିବେ ନାହିଁ।
ସିଂହଟି ଗର୍ଜନ କରେ
    ଯଦି ତାକୁ ଶିକାର ଦୃଶ୍ୟମାନ ହୁଏ।
ଯଦି ଗୋଟିଏ ଯୁବା ସିଂହ ତା'ର ଗୁମ୍ଫାରେ ଗର୍ଜନ କରୁଛି
    ତେବେ ଜାଣିବ ସେ କିଛି ଗୋଟିଏ ଶିକାର ଧରିଛି।
ଯଦି ଫାଶରେ କିଛି ଖାଦ୍ୟ ନାହିଁ,
    ତେବେ ପକ୍ଷୀଟିଏ ତା’ ମଧ୍ୟକୁ ପ୍ରବେଶ କରିବ ନାହିଁ।
ପକ୍ଷୀକୁ କବଳିତ କରିବା ପାଇଁ
    ଫାଶ ଭିତରେ ଥୋପ ନ ଥିଲେ ଫାଶ ବସାଯାଏ ନାହିଁ।
ଯଦି ନଗରରେ ତୂରୀ ବାଜି ଉଠିବ
    ତେବେ ଲୋକମାନେ ଭୟରେ ଥରହର ହେବେ।
ସଦାପ୍ରଭୁ ନ ଗ୍ଭହିଁଲା ପର୍ଯ୍ୟନ୍ତ
    ନଗର ମଧ୍ୟରେ କୌଣସି ଅସୁବିଧା ଘଟିବ ନାହିଁ।

ସଦାପ୍ରଭୁ ମୋର ପ୍ରଭୁ, କୌଣସି ଯୋଜନା ତାଙ୍କର ସେବକର ଅଗୋଚରରେ କରନ୍ତି ନାହିଁ। ଯଦି ସିଂହ ଗର୍ଜନ କରେ, ତେବେ ଲୋକମାନେ ଭୟଭୀତ ହେବେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବାକୁ, କିଏ ସେହି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର ନ କରିବ।

ତୁମ୍ଭେ ଅ‌‌ସ୍‌‌ଦୋଦର ଓ ମିଶର ରାଜପ୍ରାସାଦରେ ଏହି ବାର୍ତ୍ତା ଘୋଷଣା କର, “ଶମରିୟାର ପର୍ବତମାଳା ଶିଖରକୁ ଆସ ଏବଂ ସେଠାକାର କୋଳାହଳ ଓ ଦଙ୍ଗାକୁ ଦେଖ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି। 10 ଲୋକମାନେ ସେଠାରେ କିପରି ସାଧୁତ୍ୱଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସେମାନଙ୍କର ଗୋଦାମ ଘର ଯୁଦ୍ଧରୁ ଲୁଟିଥିବା ସମ୍ପତ୍ତିରେ ପୁରିଯାଇଛି।”

11 ତେଣୁ ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି: “ଜଣେ ଶତ୍ରୁ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ୱାରା ଲୁଣ୍ଠିତ ହେବ।”

ପିତରଙ୍କ ଦ୍ୱିତୀୟ ପତ୍ର 1:12-21

12 ତୁମ୍ଭେ ଏହି କଥା ଜାଣ। ତୁମ୍ଭଠାରେ ବର୍ତ୍ତମାନ ଥିବା ସତ୍ୟରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେପକାଇବା ପାଇଁ ସାହାଯ୍ୟ କରୁଥିବି। 13 ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ। 14 ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି। 15 ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।

ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ

16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ। 17 ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।” 18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।

19 ଭବିଷ୍ୟ‌‌ଦ୍‌‌‌‌ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି। 20 ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ। 21 କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 21:12-22

ଯୀଶୁ ମନ୍ଦିରକୁ ଗଲେ

(ମାର୍କ 11:15-19; ଲୂକ 19:45-48; ଯୋହନ 2:13-22)

12 ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ। 13 ଯୀଶୁ ସେମାନଙ୍କୁ କହିଲେ, “ଶାସ୍ତ୍ରରେ ଏ କଥା ଲେଖାଅଛି, ‘ମୋ’ ଘର ପ୍ରାର୍ଥନା ଘର ବୋଲି କୁହାଯିବ।’(A) କିନ୍ତୁ ତୁମ୍ଭେମାନେ ଏହାକୁ ଡକାୟତଙ୍କ ଆ‌ଡ୍ଡ଼ା ସ୍ଥଳି କରି ଦେଇଛ।”(B)

14 ମନ୍ଦିରରେ କେତେକ ଅନ୍ଧ ଓ କେତେକ ଛୋଟା ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 15 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସରରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସେମାନେ ଶୁଣିଲେ। ପିଲାମାନେ କହୁଥିଲେ, “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର।” ଏସବୁ ଘଟଣାରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

16 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ପିଲାମାନେ କ’ଣ କହୁଛନ୍ତି, ତୁମ୍ଭେ କ’ଣ ତାହା ଶୁଣି ପାରୁଛ?”

ଯୀଶୁ ଉତ୍ତର ଦେଲେ, “ହଁ ଶୁଣି ପାରୁଛି। ଧର୍ମଶାସ୍ତ୍ର କହେ, ‘ତୁମ୍ଭେ ବାଳକ ଓ ଶିଶୁଙ୍କୁ ପ୍ରଶଂସା ଗାନ କରିବା ପାଇଁ ଶିଖେଇଛ।’(C) ଏ କଥା କ’ଣ ତୁମ୍ଭେ ଧର୍ମଶାସ୍ତ୍ରରେ ପଢ଼ି ନାହଁ?”

17 ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।

ଯୀଶୁ ବିଶ୍ୱାସର ଶକ୍ତି ପ୍ରକାଶ କଲେ

(ମାର୍କ 11:12-14,20-24)

18 ତା’ ପରଦିନ ଅତି ସକାଳୁ ଯୀଶୁ ଯିରୁଶାଲମ ନଗରକୁ ଫେରୁଥିଲେ। ତାହାଙ୍କୁ ଭୋକ ଲାଗିଲା। 19 ରାସ୍ତା କଡ଼ରେ ସେ ଗୋଟିଏ ଡିମିରିଗଛ ଦେଖିଲେ। ସେ ଗଛ ପାଖକୁ ଗଲେ, ଗଛରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, “ଆଉ ଏଣିକି ତୋ’ଠାରେ ଫଳ ଆସିବ ନାହିଁ।” ସଙ୍ଗେ ସଙ୍ଗେ ଡିମିରିଗଛଟି ଶୁଖି ମରିଗଲା।

20 ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏତେ ଶୀଘ୍ର ଡିମିରିଗଛଟି କିପରି ଶୁଖି ମରିଗଲା?”

21 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି ତୁମ୍ଭର ବିଶ୍ୱାସ ଥିବ ଓ କୌଣସି ସନ୍ଦେହ ନ ଥିବ ତେବେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭେମାନେ ମଧ୍ୟ ଠିକ୍ ସେହିପରି କରି ପାରିବ। ତୁମ୍ଭେମାନେ ମଧ୍ୟ ଅନେକ ଅଧିକ କାମ କରି ପାରିବ। ତୁମ୍ଭେମାନେ ଏ ପର୍ବତକୁ କହିପାରିବ, ‘ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ରରେ ପଡ଼।’ ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଏହା ଘଟିବ। 22 ତୁମ୍ଭେମାନେ ଯାହାକିଛି ପ୍ରାର୍ଥନାରେ ମାଗିବ, ତାହା ପାଇବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center