Book of Common Prayer
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଦାଉଦଙ୍କର ଏକ ଗୀତ।
21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ। ସେଲା
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିଯାଏ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
8 ହେ ପରମେଶ୍ୱର, ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।
13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
110 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ,
“ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ।
ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”
2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ,
ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
3 ତୁମ୍ଭ ପରାକ୍ରମର ଦିନରେ,
ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ,
ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ।
ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ।
ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ
କାକର ଟୋପା ପରି ବେଢ଼ି ରହିବେ।
4 ସଦାପ୍ରଭୁ ପ୍ରତିଜ୍ଞା କଲେ,
ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ।
“ଯାଜକ ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”
5 ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ।
ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ।
ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।
7 ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ
ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।
3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
5 ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି।
ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି।
ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ।
7 ହେ ମୋର ପ୍ରାଣ, ବିଶ୍ରାମ କର।
ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
8 ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ।
ମୋର ଲୋତକ ବନ୍ଦ କଲ।
ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କଲ।
9 ଜୀବିତମାନଙ୍କ ଦେଶରେ
ମୁଁ ସଦାପ୍ରଭୁଙ୍କ ସେବା କରିବି।
10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି”
ତଥାପି ମୁଁ ବିଶ୍ୱାସ କଲି।
11 ମୁଁ ଯେତେବେଳେ ଭୟରେ ଥିଲି, କହିଲି,
“ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।”
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
18 ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଦାପ୍ରଭୁଙ୍କର ବିଶେଷଦିନ ପାଇଁ ଅପେକ୍ଷା କରିଛ।
କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ।
ସଦାପ୍ରଭୁଙ୍କର ସେହି ବିଶେଷ ଦିବସଟି କେବଳ ଗ୍ଭରିଆଡ଼ୁ ଅନ୍ଧକାର ଆଣିବ,
ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।
19 ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହେବ,
ଯେତେବେଳେ ଜଣେ ବ୍ୟକ୍ତି ସିଂହ ମୁହଁରୁ ରକ୍ଷା ପାଇ
ଭାଲୁ ଦ୍ୱାରା ଆକ୍ରମିତ ହୁଏ କି
ନିଜ ଘରର କାନ୍ଥରେ ହାତ ରଖି ବିଶ୍ରାମ ନେବା ସମୟରେ ଦନ୍ତଘାତ ହୁଏ।
20 ସଦାପ୍ରଭୁଙ୍କର ବିଶେଷଦିନଟି
ଆନନ୍ଦର ଦିନ ନ ହୋଇ ଦୁଃଖମୟ ହେବ।
ଏହା ଆଲୋକିତ ନ ହୋଇ ଅନ୍ଧକାର ପୂର୍ଣ୍ଣ ହେବ।
ସଦାପ୍ରଭୁ ଇସ୍ରାଏଲୀୟଙ୍କ ଉପାସନାକୁ ପ୍ରତ୍ୟାଖ୍ୟାନ କଲେ
21 “ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ।
ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।
22 ଏପରିକି ତୁମ୍ଭେ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଅର୍ପଣ କଲେ ହେଁ
ଆମ୍ଭେ ସେଗୁଡ଼ିକୁ ଗ୍ରହଣ କରିବା ନାହିଁ।
ଆଉ ମଧ୍ୟ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ୟ ପୁଷ୍ଟ ପଶୁଗଣ ପ୍ରତି
ଆମ୍ଭେ ଦୃଷ୍ଟି ଦେବା ନାହିଁ।
23 ତୁମ୍ଭମାନଙ୍କର ସେହି ଉଚ୍ଚସ୍ୱର ସଙ୍ଗୀତ ବନ୍ଦ କର।
କାରଣ ଆମ୍ଭେ ସେଗୁଡ଼ିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡ଼ିକ ଦୂର କର।
24 ତୁମ୍ଭର ନ୍ୟାୟ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହେବା ଉଚିତ୍
ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହେବା ଉଚିତ୍।
ଯାହା କେବେ ଶୁଖେ ନାହିଁ।
25 ହେ ଇସ୍ରାଏଲୀୟମାନେ, ତୁମ୍ଭେମାନେ ଦୀର୍ଘ ଗ୍ଭଳିଶ୍ ବର୍ଷ ମରୁଭୂମିରେ ଥିଲା ବେଳେ
ତୁମ୍ଭର ସେବା ଓ ବଳିଦାନ ଆମ୍ଭକୁ ଦେଇଥିଲ କି?
26 ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ
ଏବଂ କୀୟନଙ୍କୁ ତୁମ୍ଭର ତାରକା ସଦାପ୍ରଭୁ ରୂପେ
ତୁମ୍ଭେ ନିଜେ ତିଆରି କରିଛ।
27 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର
ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା।”
ସର୍ବଶକ୍ତିମାନ ପରମେଶ୍ୱର
ଏହି କଥା କହିଲେ।
ଗୋଟିଏ ସତର୍କ ବାଣୀ ଏବଂ ବ୍ୟବହାରିକ ବିଷୟ
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର। 18 ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି। 19 ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।
20 କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର। 21 ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
22 ସନ୍ଦେହରେ ପଡ଼ିଥିବା ଲୋକମାନଙ୍କୁ ସାହାଯ୍ୟ କର। 23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର।
ପରମେଶ୍ୱରଙ୍କ ପ୍ରଶଂସା କର
24 ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ। 25 ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
କେତେକ ଯିହୂଦୀ ନେତା ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା
(ମାର୍କ 12:13-17; ଲୂକ 20:20-26)
15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। 16 ସେମାନେ କେତେକ ହେରୋଦୀୟ[a]ମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ। 17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”
18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? 19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା[b] ଦେଖାଇଲେ। 20 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”
21 ଲୋକମାନେ କହିଲେ, “କାଇସରଙ୍କର।”
ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”
22 ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।
2010 by World Bible Translation Center