Book of Common Prayer
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି।
କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର।
କାରଣ ତୁମ୍ଭେ ମହାନ।
12 ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ,
ତା'ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।
13 ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ
ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।
14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି।
ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।
15 ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ।
ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।
16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ।
ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ।
17 ମୋତେ ବିପଦରୁ ମୁକ୍ତ କର।
ମୋର ସମସ୍ୟାର ସମାଧାନରେ ସହାୟକ ହୁଅ।
18 ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର।
ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।
19 ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ।
ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।
20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର।
ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି।
ତେଣୁ ମୋତେ ନିରାଶ କର ନାହିଁ।
21 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
22 ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ
ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ବେନ୍ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ।
9 ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ।
ହେ ସଦାପ୍ରଭୁ, ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
2 ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ।
ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
3 ଯେତେବେଳେ ସେମାନେ ମୋ'ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ,
ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।
4 ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ।
ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ।
ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା'ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
5 ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ।
ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ।
ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ।
ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
6 ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି।
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ।
ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ।
ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।
7 କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ,
ସେ ତାହାଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି।
ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
8 ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି।
ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ, ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
11 ହେ ସିୟୋନ ନିବାସୀ, ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି, କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍ ସେଲା
17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
ସେମାନେ ମନ୍ଦ ଲୋକ ଅଟନ୍ତି।
ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି। ସେଲା
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
ପଙ୍ଗପାଳର ଦର୍ଶନ
7 ସଦାପ୍ରଭୁ ମୋତେ ଏହା ଦେଖାଇଲେ। ଦ୍ୱିତୀୟବାର ଶସ୍ୟ ଉତ୍ପାଦନ ଆରମ୍ଭ ହେବା ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ୟଅମଳ କଲାପରେ ଏହା ଦ୍ୱିତୀୟବାର ଶସ୍ୟ ଥିଲା। 2 ପଙ୍ଗପାଳ ଦଳ ରାଜ୍ୟର ସମସ୍ତ ତୃଣ ଖାଇଗଲେ। ତା'ପରେ ମୁଁ କହିଲି, “ହେ ମୋର ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କେବେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।”
3 ତା'ପରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, “ଏହା ଘଟିବ ନାହିଁ।”
ଅଗ୍ନିର ଦର୍ଶନ
4 ମୋର ପ୍ରଭୁ ସଦାପ୍ରଭୁ ମୋତେ ଏହିସବୁ ଦେଖାଇଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସେହି ଅଗ୍ନି ମହାସାଗରକୁ ଧ୍ୱଂସ କଲା। ସେ ପୃଥିବୀକୁ ମଧ୍ୟ ଶେଷ କରିବାକୁ ଆରମ୍ଭ କଲା। 5 କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, “ହେ ମୋର ସଦାପ୍ରଭୁ ପରମେଶ୍ୱର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।”
6 ତା'ପରେ ସଦାପ୍ରଭୁ ଏବିଷୟରେ ତାଙ୍କର ମନ ପରିବର୍ତ୍ତନ କଲେ। ସଦାପ୍ରଭୁ ପରମେଶ୍ୱର କହିଲେ, “ତାହା ଘଟିବ ନାହିଁ।”
ଓଳମର ଦର୍ଶନ
7 ସଦାପ୍ରଭୁ ଏହି ଜିନିଷ ମୋତେ ଦେଖାଇଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡ଼ା ହେଲେ। କାନ୍ଥ ଓଳମ ଦ୍ୱାରା ସଳଖ କରାଯାଏ। 8 ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?”
ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।”
ତା'ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ। 9 ଇସ୍ହାକର ଉଚ୍ଚସ୍ଥାନ ଧ୍ୱଂସ ହେବ। ଇସ୍ରାଏଲର ପବିତ୍ର ସ୍ଥାନଗୁଡ଼ିକ ପଥରରେ ପରିଣତ ହେବ। ଆମ୍ଭେ ଖଡ଼୍ଗ ଦ୍ୱାରା ଯାରବିୟାମର ପରିବାରକୁ ଆକ୍ରମଣ କରିବା ଏବଂ ସେମାନଙ୍କୁ ହତ୍ୟା କରିବା।”
ଯୋହନଙ୍କର ଏହି ପୁସ୍ତକ ବିଷୟରେ କହନ୍ତି
1 ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ। 2 ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। 3 ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।
ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି
4 ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:
ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। 5 ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। 6 ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
7 ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।
8 ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆଲ୍ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା
(ମାର୍କ 12:18-27; ଲୂକ 20:27-40)
23 ସେହି ଦିନ କେତେକ ସାଦ୍ଦୂକୀ[a] ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 24 ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା'ର ଭାଇ ତା'ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ। 25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା'ର କୌଣସି ସନ୍ତାନ ନ ଥିଲେ। ତେଣୁ ତା'ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। 26 ଦ୍ୱିତୀୟ ଭାଇଟି ମଧ୍ୟ ମରିଗଲା। ଏହା ପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସେହି ଅବସ୍ଥା ହେଲା। 27 ଶେଷରେ ସେ ସ୍ତ୍ରୀଲୋକଟି ମଧ୍ୟ ମରିଗଲା। 28 କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁତ୍ଥାନ ପରେ ସେ କାହାର ସ୍ତ୍ରୀ ହେବ?”
29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ। 30 ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ। 31 ମୃତର ପୁନରୁତ୍ଥାନ ବିଷୟରେ ପରମେଶ୍ୱର ତୁମ୍ଭକୁ କ’ଣ କହିଛନ୍ତି, ତାହା କ’ଣ ତୁମ୍ଭେ ପଢ଼ି ନାହଁ? 32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ[b] ପରମେଶ୍ୱର ଅଟେ।’(A) ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।”
33 ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
2010 by World Bible Translation Center