Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
    ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
    ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
    ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
    ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
    ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
    ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
    ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
    ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
    ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
    ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
    ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
    ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
    କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
    ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
    ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
    ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

ଗୀତସଂହିତା 35

ଦାଉଦଙ୍କର ଗୀତ

35 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
    ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
ସଦାପ୍ରଭୁ, ତୁମ୍ଭେ ଢାଲ ଓ ସାଞ୍ଜୁ[a] ଉଠାଅ।
    ଜାଗ୍ରତ ହୁଅ, ମୋର ସହାୟ ହୁଅ।
ଏକ ବର୍ଚ୍ଛା ଓ କୁନ୍ତ ଧର
    ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
    ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
    ସେମାନଙ୍କୁ ଘଉଡ଼ାଇ ଦିଅ।
    ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
    ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
    ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
    ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
    ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
    ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
    ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
    ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
    ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
    ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
    ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
    ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
    ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
    ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
    ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
    ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ।
    ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
    ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
    ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
    ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।

17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
    ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
    ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
    ସେମାନେ ସିଂହ ତୁଲ୍ୟ ଅଟନ୍ତି।

18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
    ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
    ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
    ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
    ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
    ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ।
    ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
    ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
    ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
    ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ।
    ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
    ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
    ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
    ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

ହାଗୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1

ଏହା ମନ୍ଦିର ନିର୍ମାଣର ସମୟ

ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶ‌‌ଲ୍‌‌ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: “ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ଯ୍ୟନ୍ତ ପ୍ରକୃଷ୍ଟ ସମୟ ହୋଇ ନାହିଁ।”

ପୁନର୍ବାର ହାଗୟ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗୟ ବାର୍ତ୍ତାଟି କହିଲେ: “ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି। ବର୍ତ୍ତମାନ ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘କ’ଣ ଘଟୁଛି ଚିନ୍ତା କର। ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”

ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାହା କରୁଛ, ସେ ବିଷୟରେ ଚିନ୍ତା କର। ପର୍ବତ ଉପରକୁ ଯାଅ ଓ କାଠ ନେଇ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହେବା ଓ ଗୌରବାନ୍ୱିତ ହେବା।” ସଦାପ୍ରଭୁ ଏହା କହିଲେ।

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି। 10 ସେଥିସକାଶେ ଆକାଶ ବର୍ଷା ଫେରାଇ ନେଉଛି ଓ ପୃଥିବୀ ଆଉ ଶସ୍ୟ ଦେଉ ନାହିଁ।”

11 ସଦାପ୍ରଭୁ କୁହନ୍ତି, “ପର୍ବତ ଓ ପୃଥିବୀ ଶୁଷ୍କ ହେବାକୁ ଆମ୍ଭେ ଆଦେଶ ଦେଲୁ। ଶସ୍ୟ, ସଦ୍ୟ ଦ୍ରାକ୍ଷାରସ, ଅଲିଭ ତେଲ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହୋଇଯିବ। ଏହି ମରୁଡି ମଧ୍ୟ ପ୍ରତ୍ୟେକ ପଶୁ, ମନୁଷ୍ୟ ଓ ତୁମ୍ଭର ଶ୍ରମିକ ଉପରେ ପ୍ରଭାବ ପକାଇବ।”

ସଦାପ୍ରଭୁଙ୍କ ନୂତନ ମନ୍ଦିରରେ କାର୍ଯ୍ୟ ଆରମ୍ଭ ହୁଏ

12 ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ମହାଯାଜକ ଯିହୋଶୂୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ୱର ହାଗୟଙ୍କୁ ପ୍ରେରଣ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କଠାରୁ ସଦାପ୍ରଭୁ ଦେଇଥିବା ବାର୍ତ୍ତା ଶୁଣିଲେ। ସେମାନେ ସେମାନଙ୍କର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ୱରଙ୍କୁ ଜଣାଇଲେ।

13 ହାଗୟ ସଦାପ୍ରଭୁ ପରମେଶ୍ୱରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ୟମରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। “ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।’”

14 ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ। 15 ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:18-29

ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର

18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:

“ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:

19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ। 20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟ‌ଦ୍‌ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି। 21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।

22 “ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା'ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା'ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି। 23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।

24 “କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା'ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ। 25 ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।

26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। 27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।”(A)

28 ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି। 29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ମାଥିଉ ଲିଖିତ ସୁସମାଗ୍ଭର 23:27-39

27 “ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ। 28 ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।

29 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭେମାନେ ତାହାଙ୍କ ସମାଧି ସୁଶୋଭିତ କରୁଛ। 30 ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’ 31 ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କଲେ। 32 ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରିଦେଇଥିଲେ, ତୁମ୍ଭେ ତାହାକୁ ଶେଷ କରିବ।

33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ। 34 ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।

35 “ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ। 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।

ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା

(ଲୂକ 13:34-35)

37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center