Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 41

ଦାଉଦଙ୍କର ଗୀତ।

41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
    ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି।
    ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
    ପରମେଶ୍ୱର ତା'ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
    ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।

ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ! ମୋ’ ପ୍ରାଣକୁ ସୁସ୍ଥ କର।”
ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
    ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
    ତା'ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
    ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
    ଓ ସେଥିପାଇଁ ବେମାର ଅଛି।
    ସେ ଆଉ ଭଲ ହେବ ନାହିଁ।”
ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
    କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
    ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
    ତୁମ୍ଭେ ମୋତେ ସାହାଯ୍ୟ କରିଲ।
    ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।

13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
    ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।

ଆମେନ୍, ଆମେନ୍।

ଗୀତସଂହିତା 52

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।

52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
    ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
    ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ।
    ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
    ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ। ସେଲା

ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
    ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
    ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ। ସେଲା

ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
    “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
    ସେ ଭାବିଲା, ତା'ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”

କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
    ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
    ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

ଗୀତସଂହିତା 44

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।

44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
    ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
    ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
    ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
    ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
ଆମ୍ଭର ପିତୃପୁରୁଷଙ୍କ ଖ‌ଡ଼୍‌ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
    ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
    ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
    କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
    ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
    ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
    କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
    ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
    ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ। ସେଲା

କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
    ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
    ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
    ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
    ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
    ଓ ସେମାନଙ୍କର ଉଚିତ୍ ଦାମ୍ ପାଇଁ ମଧ୍ୟ ଆଲୋଚନା କରି ନାହଁ।

13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
    ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
    ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
    ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
    ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।

17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
    ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
    ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
    ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
    ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
    ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।

20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
    ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
    ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
    ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।

23 ମୋର ପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ।
    କାହିଁକି ତୁମ୍ଭେ ଶୋଇ ରହିଛ?
    ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
    ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?

25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
    ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
    ଆମ୍ଭକୁ ସାହାଯ୍ୟ କର।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:7-17

ଦାରିୟାବସଙ୍କ ଶାସନର ଦ୍ୱିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ୟ‌ଦ୍‌ବକ୍ତା ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ, ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।

ରାତିରେ ମୁଁ ଲା‌‌ଲ୍‌‌ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ। ମୁଁ ପଗ୍ଭରିଲି, “ହେ ମୋର ସଦାପ୍ରଭୁ, ଏଗୁଡ଼ିକ କ’ଣ ପାଇଁ?”

ତା'ପରେ ସେହି ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, ଉତ୍ତର ଦେଲେ, “କ’ଣ ପାଇଁ ଏହି ଅଶ୍ୱଗୁଡ଼ିକ, ତାହା ତୁମ୍ଭକୁ ଜଣାଇବି।”

10 ତା'ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।”

11 ତା'ପରେ ସେହି ଅଶ୍ୱଗୁଡ଼ିକ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ସଦାପ୍ରଭୁଙ୍କ ସ୍ୱର୍ଗଦୂତକୁ କହିଲେ, “ଦେଖ ଆମ୍ଭେମାନେ ସାରା ପୃଥିବୀରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।”

12 ତା'ପରେ ସଦାପ୍ରଭୁଙ୍କ ସ୍ୱର୍ଗଦୂତ କହିଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ କେତେକାଳ ତୁମ୍ଭେ ତୁମ୍ଭର ଦୟାରୁ ଯିରୁଶାଲମ ଏବଂ ଯିହୁଦା ନଗରକୁ ଦୂରେଇ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡ଼ିକ ଉପରେ ତୁମ୍ଭର କ୍ରୋଧ ପ୍ରକାଶ କରିଛ।”

13 ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ।

14 ତା'ପରେ ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, କହିଲେ, ମୋର ଏହି ବାକ୍ୟ ଘୋଷଣା କର। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି;

“ଆମ୍ଭର ଯିରୁଶାଲମ ଓ ସିୟୋନ ପ୍ରତି ପ୍ରଗାଢ଼ ଅନୁରାଗ ଅଛି।
15     ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ୟନ୍ତ କ୍ଷୁବ୍ଧ ଥିଲୁ।
କାରଣ ସେମାନେ ବିପର୍ଯ୍ୟୟକୁ
    ସର୍ବଦା ଆମନ୍ତ୍ରଣ କରୁଥିଲେ।”
16 ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।”
    ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ
    ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।”

17 ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି,
    ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ।
ଆମ୍ଭର ସିୟୋନ ପ୍ରତି ଦୟା ରହିବ।
    ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:7-13

ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର

“ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:

“ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।

“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ। ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି। 10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। 12 ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି। 13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ମାଥିଉ ଲିଖିତ ସୁସମାଗ୍ଭର 24:15-31

15 “ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’[a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପ‌ଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।

19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ[b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।

22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।

23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ। 25 ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।

26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 27 ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ। 28 ଯେଉଁ ସ୍ଥାନରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହୋଇଥିବାର ଦେଖ, ତୁମ୍ଭେ ସହଜରେ ଜାଣିପାର ଯେ ସେହି ସ୍ଥାନରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସେହିଭଳି ମୋର ଆସିବା ଦିନ ଏହି ପ୍ରକାର ହେବ।

29 “ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:

‘ସୂର୍ଯ୍ୟ ଅନ୍ଧକାରମୟ ହେବ,
    ଚନ୍ଦ୍ର ଆଲୋକ ଦେବ ନାହିଁ।
ତାରାମାନେ ଆକାଶରୁ ଖସି ପଡ଼ିବେ,
    ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’(A)

30 “ସେତିକିବେଳେ ମନୁଷ୍ୟପୁତ୍ରଙ୍କ ଆସିବା ସଙ୍କେତ ଆକାଶରେ ଦେଖାଦେବ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକାଶରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ୟପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ। 31 ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center