Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 85

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।

85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
    ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
    ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
    ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ। ସେଲା

ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
    ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।

ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
    ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
    କ୍ରୋଧିତ ହୋଇ ରହିବ?
ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
    ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।

ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
    ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
    ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
    ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
    ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
    ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
    ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
    ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।

ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି। ସେଲା

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ଗୀତସଂହିତା 89:1-29

ଇଷ୍ରାହୀୟ ଏଥନର ମସ୍କୀଲ୍।

89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
    ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
    ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”

ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
    ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
    ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା

ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
    ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
    “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
    ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
    ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
    ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
    ସେ ଏକ ଶବପରି ଥିଲା।
    ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।

11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
    ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
    ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
    ତୁମ୍ଭର ଶକ୍ତି ମହାନ।
    ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
    ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।

15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
    ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
    ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି।
    ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
    ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।

19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
    ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
    ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
    ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।

ଯିହୋଶୂୟଙ୍କର ପୁସ୍ତକ 3:14-4:7

14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ। 15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା। 16 ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ। 17 ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।

ଲୋକମାନଙ୍କ ସ୍ମରଣ ପାଇଁ ଅ‌ଦ୍‌ଭୂତ ଶିଳା

ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ବାର ଜଣ ଲୋକଙ୍କୁ ବାରଟି ଗୋଷ୍ଠୀବର୍ଗରୁ ବାଛ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”

ତେଣୁ ଯିହୋଶୂୟ ବାରଟି ଗୋଷ୍ଠୀବର୍ଗରୁ ବାର ଜଣଙ୍କୁ ବାଛିଲେ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ। ତା'ପରେ ସେ ସେହି ବାର ଜଣ ଲୋକଙ୍କୁ ଗୋଟିଏ ଜାଗାରେ ଏକତ୍ର କଲେ। ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ। ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’ ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।”

ଏଫିସୀୟଙ୍କ ପ୍ରତି ପତ୍ର 5:1-20

ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।

ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ। ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍। ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।

ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ। ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ। 10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। 11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। 12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ। 13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। 14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ:

“ହେ! ଶୋଇଥିବା ଲୋକ, ଜାଗି ଉଠ
    ମୃତ୍ୟୁରୁ ଉଠି ଆସ,
ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”

15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। 16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ। 17 ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର। 18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ। 19 ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। 20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।

ଯୋହନ ଲିଖିତ ସୁସମାଗ୍ଭର 9:1-12

ଯୀଶୁ ଜଣେ ଜନ୍ମାନ୍ଧକୁ ଦୃଷ୍ଟିଶକ୍ତି ଦେଲେ

ଯୀଶୁ ଯାଉଥିବା ବେଳେ ଜଣେ ଅନ୍ଧକୁ ଦେଖିଲେ। ସେ ଲୋକଟି ଜନ୍ମରୁ ଅନ୍ଧ ଥିଲା। ଯୀଶୁଙ୍କର ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଏହି ଲୋକଟି ଜନ୍ମରୁ ଅନ୍ଧ କିନ୍ତୁ ସେ କାହାର ପାପ ହେତୁ ଅନ୍ଧ ହୋଇ ଜନ୍ମ ହେଲା? ଏହା ତା’ ନିଜର ପାପ ନା ତା’ ପିତାମାତାଙ୍କର?”

ଯୀଶୁ ଉତ୍ତର ଦେଲେ, “ଏହା ତା'ର ପାପ କି ତା’ ବାପାମାଙ୍କର ପାପ ତାକୁ ଅନ୍ଧ କରି ନାହିଁ। ଏହି ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି, ଯେପରି ଏହି ଲୋକକୁ ମୁଁ ସୁସ୍ଥ କଲାବେଳେ ଲୋକମାନଙ୍କ ଆଗରେ ପରମେଶ୍ୱରଙ୍କ ଶକ୍ତି ପ୍ରଦର୍ଶିତ ହୋଇପାରିବ। ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ। ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”

ଯୀଶୁ ଏ କଥା କହିଲା ପରେ ଭୂଇଁରେ ଛେପ ପକାଇ କାଦୁଅ କରି, ସେହି କାଦୁଅକୁ ନେଇ ସେ ସେହି ଜନ୍ମାନ୍ଧ ଲୋକଟିର ଆଖିରେ ଲଗେଇ ଦେଲେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ଶିଲୋହ ପୋଖରୀରେ ଧୋଇ ଦିଅ।” (ଶିଲୋହ ପଦର ଅର୍ଥ ‘ପ୍ରେରିତ’) ତା'ପରେ ସେ ଅନ୍ଧ ଲୋକଟି ପୋଖରୀରେ ଧୋଇ ହୋଇ ଆସିଲା। ସେ ବର୍ତ୍ତମାନ ଦେଖି ପାରୁଥିଲା।

କେତେକ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସେହି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, “ଦେଖ, ଯିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସେହି ନୁହେଁ କି?”

କେତେକ କହିଲେ, “ହଁ, ଏ ସେହି ଲୋକ।” କିନ୍ତୁ ଅନ୍ୟ ଲୋକମାନେ କହିଲେ, “ନାଁ, ଏ ସେହି ଲୋକ ନୁହେଁ। ଏ ଲୋକଟି ତା'ରି ଭଳି ଦେଖାଯାଉଛି।”

ତେଣୁ ସେ ଲୋକ ନିଜେ କହିଲା, “ମୁଁ ସେହି ଲୋକ, ଯିଏ ପ୍ରଥମେ ଅନ୍ଧ ଥିଲା।”

10 ଲୋକମାନେ ତାକୁ ପଗ୍ଭରିଲେ, “କ'ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?”

11 ସେ ଲୋକଟି ଉତ୍ତର ଦେଲା “ଲୋକମାନେ ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେ ଛେପ ଦ୍ୱାରା ମାଟିକୁ କାଦୁଅ କରି ମୋ’ ଆଖିରେ ବୋଳି ଦେଲେ। ତା'ପରେ ସେ ମୋତେ ଶିଲୋହ ପୋଖରୀରେ ଧୋଇ ହେବା ପାଇଁ କହିଲେ। ତା'ପରେ ମୁଁ ସେହି ପୋଖରୀରେ ଧୋଇ ହେବା ପରେ ଦେଖି ପାରିଲି।”

12 ଲୋକମାନେ ତାହାକୁ ପଗ୍ଭରିଲେ, “ସେ ଲୋକ କେଉଁଠି ଅଛନ୍ତି?”

ଲୋକଟି କହିଲା, “ମୁଁ ଜାଣେ ନାହିଁ।”

ଯୋହନ ଲିଖିତ ସୁସମାଗ୍ଭର 9:35-38

ଆତ୍ମିକ ଅନ୍ଧତା

35 ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡ଼ି ଦେଇଛନ୍ତି। ଯୀଶୁ ସେ ଲୋକକୁ ଖୋଜି ପାଇଲେ। ଏବଂ ସେ ତାହାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସ କର?”

36 ସେ ଲୋକଟି ପଗ୍ଭରିଲା, “ଗୁରୁ, ମନୁଷ୍ୟପୁତ୍ର କିଏ? ମୋତେ କୁହନ୍ତୁ ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିପାରେ।”

37 ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖି ସାରିଛ। ତୁମ୍ଭ ସହିତ ବର୍ତ୍ତମାନ ଯିଏ କଥା ହେଉଛନ୍ତି, ସେ ସେହି ମନୁଷ୍ୟପୁତ୍ର।”

38 ସେ ଲୋକଟି ଉତ୍ତର ଦେଲା, “ହଁ, ପ୍ରଭୁ ମୁଁ ବିଶ୍ୱାସ କରେ।” ସେ ମୁଣ୍ଡ ନୁଆଁଇ ଯୀଶୁଙ୍କୁ ପ୍ରଣାମ କଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center