Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ କରୁ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଧନ୍ୟବାଦାର୍ଥକ ଗୀତ।
100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
ପରମେଶ୍ୱର ତାଙ୍କର ପ୍ରିୟ ଦାସଙ୍କୁ ଆହ୍ୱାନ କରନ୍ତି
49 ହେ ଦ୍ୱୀପ ସମୂହର ଲୋକମାନେ, ମୋ’ କଥା ଶୁଣ।
ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମୋ’ କଥାକୁ ଅବଧାନ କର।
ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହେବା ପୂର୍ବରୁ ସଦାପ୍ରଭୁ ତାଙ୍କର ସେବା ପାଇଁ ମୋତେ ଆହ୍ୱାନ କରିଛନ୍ତି।
ମୁଁ ମାତୃଗର୍ଭରେ ଥିବା କାଳରୁ ସେ ମୋର ନାମ ଉଲ୍ଲେଖ କରିଛନ୍ତି।
2 ସଦାପ୍ରଭୁ ତାଙ୍କର ବାକ୍ୟ ପ୍ରଗ୍ଭର ପାଇଁ ମୋତେ ପଠାଇଛନ୍ତି।
ତେଣୁ ସେ ମୋର ମୁଖକୁ ତୀକ୍ଷ୍ଣ ଖଡ଼୍ଗ ସ୍ୱରୂପ କରିଛନ୍ତି।
ନିଜର ହସ୍ତ ଛାୟାରେ ସେ ମୋତେ ଲୁଗ୍ଭଇ ରଖିଛନ୍ତି
ଓ ସେ ମୋତେ ଶାଣିତ ବାଣସ୍ୱରୂପ କରି
ନିଜର ତୁଣୀରରେ ଲୁଗ୍ଭଇ ରଖିଛନ୍ତି।
3 ସେ ପୁଣି ମୋତେ କହିଲେ, “ତୁମ୍ଭେ ମୋର ଦାସ, ତୁମ୍ଭେ ଇସ୍ରାଏଲ,
ତୁମ୍ଭଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
4 ମାତ୍ର ମୁଁ କହିଲି, “ମୁଁ ବୃଥା ପରିଶ୍ରମ କରିଅଛି।
ମୁଁ ନିରର୍ଥକ ଓ ଅସାରତାରେ ମୋର ଶକ୍ତି ବ୍ୟୟ କରିଅଛି।
ତଥାପି ନିଶ୍ଚୟ ମୋର ବିଗ୍ଭର ସଦାପ୍ରଭୁଙ୍କ ନିକଟରେ
ଓ କର୍ମଫଳ ମୋର ପରମେଶ୍ୱରଙ୍କଠାରେ ଅଛି।
5 ପୁଣି ମୋତେ ତାଙ୍କର ସେବକ ହେବା ପାଇଁ,
ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ
ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ।
ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ
ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”
6 ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ
ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ
ଆମ୍ଭର ସେବକ ହେବ।
ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ
ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ,
ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”
7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି,
ଯେ ଶାସକ କର୍ତ୍ତାମାନଙ୍କର ଦାସ,
ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି।
ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ
ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି,
“ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ,
ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।
24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।
14 କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।
ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ
15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। 16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,
18 “ଏ ମୋର ସେବକ।
ମୁଁ ତାହାଙ୍କୁ ବାଛିଛି।
ମୁଁ ତାହାଙ୍କୁ ଭଲ ପାଏ।
ମୁଁ ତାହାଙ୍କ ଉପରେ ଖୁସୀ।
ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି।
ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ।
ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ
କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ।
ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21 ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”(A)
2010 by World Bible Translation Center