Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
    ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
    ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
    ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
    ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ'ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
    ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
    ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
    ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
    ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
    ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
    ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
    ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
    ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
    କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
    ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
    ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
    ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

ଗୀତସଂହିତା 35

ଦାଉଦଙ୍କର ଗୀତ

35 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
    ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
ସଦାପ୍ରଭୁ, ତୁମ୍ଭେ ଢାଲ ଓ ସାଞ୍ଜୁ[a] ଉଠାଅ।
    ଜାଗ୍ରତ ହୁଅ, ମୋର ସହାୟ ହୁଅ।
ଏକ ବର୍ଚ୍ଛା ଓ କୁନ୍ତ ଧର
    ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
    ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
    ସେମାନଙ୍କୁ ଘଉଡ଼ାଇ ଦିଅ।
    ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
    ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
    ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
    ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
    ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
    ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
    ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
    ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
    ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
    ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
    ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
    ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
    ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
    ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
    ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
    ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ।
    ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
    ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
    ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
    ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।

17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
    ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
    ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
    ସେମାନେ ସିଂହ ତୁଲ୍ୟ ଅଟନ୍ତି।

18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
    ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
    ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
    ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
    ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
    ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ, ଜାଗ୍ରତ ହୁଅ, ଉଠ।
    ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
    ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
    ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
    ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ।
    ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
    ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
    ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
    ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

ଆଦିପୁସ୍ତକ 11:27-12:8

ତେରହର ବଂଶାବଳୀ

27 ଏହା ଅଟେ ତେରହର ବଂଶାବଳୀ। ତେରହ ଥିଲା ଅବ୍ରାମ, ନାହୋର ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା। 28 ହାରୋଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶରେ ମଲା। 29 ଏହା ପରେ ଅବ୍ରାମ ଓ ନାହୋର ଉଭୟ ବିବାହ କଲେ। ଅବ୍ରାମଙ୍କ ସ୍ତ୍ରୀର ନାମ ସାରୀ ଏବଂ ନାହୋରର ସ୍ତ୍ରୀ ମି‌ଲ୍‌କା, ହାରୋଣର କନ୍ୟା। ହାରୋଣର ଅନ୍ୟ ଝିଅର ନାମ ଯିସ୍କା। 30 ସାରୀ ବନ୍ଧ୍ୟା ଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲେ।

31 ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ। 32 ତେରହ ହାରଣ ନଗରରେ ଥାଇ 205 ବର୍ଷରେ ମଲା।

ଅବ୍ରାମଙ୍କୁ ପରମେଶ୍ୱରଙ୍କର ଡାକରା

12 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି।
    ମୁଁ ତୁମ୍ଭକୁ ଆଶୀର୍ବାଦ କରିବି
    ଓ ତୁମ୍ଭକୁ ମହାନ କରିବି
ଏବଂ ତୁମ୍ଭେ ଆଶୀର୍ବାଦର
    ସଙ୍କେତ ହେବ।
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି।
    ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି।
ତୁମ୍ଭଠାରୁ ପୃଥିବୀର ସବୁବଂଶ
    ଆଶୀର୍ବାଦ ପାଇବେ।”

ଅବ୍ରାମଙ୍କର କିଣାନ ଯାତ୍ରା

ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲ‌ବ୍‌ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ। ଅବ୍ରାମ ସେହି ଦେଶ ମଧ୍ୟଦେଇ ଗଲେ, ଶିଖିମରେ ପହଞ୍ଚିବା ପର୍ଯ୍ୟନ୍ତ, ମୋରିର ଅଲୋନବୃକ୍ଷମୂଳରେ ରହିଲେ। ସେହି ସମୟରେ କିଣାନୀୟମାନେ ସେହି ସ୍ଥାନରେ ବାସ କଲେ।

ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।”

ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।

ଏବ୍ରୀ 7:1-17

ଯାଜକ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ।

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”। କେହିହେଲେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା'ମଧ୍ୟ କେହି ଜାଣନ୍ତି ନାହିଁ। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।

ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା'ର ଏକ ଦଶମାଂଶ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ। ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ। ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ। 10 ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ।

11 ଲେବୀ ପରିବାରବର୍ଗଙ୍କ[a] ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା। 12 ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ। 13 ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସେହି ଗୋଷ୍ଠୀର କେହି କେବେ ହେଲେ ଆଗରୁ ଯାଜକ ଭାବେ ବେଦୀ[b]ରେ ସେବା କରି ନ ଥିଲେ। 14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।

ଯୀଶୁ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଜଣେ ଯାଜକ

15 ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଆଉ ଜଣେ ଯାଜକ ଅଛନ୍ତି। 16 ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ। 17 ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”(A)

ଯୋହନ ଲିଖିତ ସୁସମାଗ୍ଭର 4:16-26

16 ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”

17 ସ୍ତ୍ରୀଲୋକଟି କହିଲା, “କିନ୍ତୁ ମୋର ସ୍ୱାମୀ ନାହିଁ।”

ଯୀଶୁ କହିଲେ, “ଠିକ୍ କଥା କହିଛ ତୁମ୍ଭର ସ୍ୱାମୀ ନାହିଁ। 18 ପ୍ରକୃତରେ ତୁମ୍ଭର ପାଞ୍ଚ ଜଣ ସ୍ୱାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ୱାମୀ ନୁହେଁ। ତୁମ୍ଭେ ମୋତେ ସତ୍ୟ କହିଲ।”

19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟ‌‌‌ଦ୍‌‌‌ବକ୍ତା। 20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”

21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ। 22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ। 23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। 24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”

25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”

26 ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center