Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 30

ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।

30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
    ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
    ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
    ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
    ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।

ହେ ପରମେଶ୍ୱରଙ୍କ ଅନୁଗାମୀମାନେ ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
    ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
    କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
    ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
    ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
    ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
    ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
ତେଣୁ ହେ ପରମେଶ୍ୱର,
    ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
    ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
    ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
    ହେ ସଦାପ୍ରଭୁ ମୋର ସହାୟ ହୁଅ।”

11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
    ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
    ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
    ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଗୀତସଂହିତା 32

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା’ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ।

କିନ୍ତୁ ତା’ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ।

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି।

ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
    ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
    କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”

10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
    କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।

ଗୀତସଂହିତା 42-43

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42-72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
    ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
    ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
    କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
    କାହିଁକି ମୁଁ ଏତେ ଦୁଃଖ ପାଇବି।
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
    ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
    ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
    ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
    ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
    ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।

ଆଦିପୁସ୍ତକ 12:9-13:1

ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।

ମିଶରରେ ଅବ୍ରାମ

10 ସେହି ସମୟରେ ସେହି ଦେଶରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ଯାତ୍ରା କଲେ। 11 ସେ ଯେତେବେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, “ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦରୀ। 12 ମିଶରୀୟମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, ‘ତୁମ୍ଭେ ମୋର ସ୍ତ୍ରୀ।’ ତା’ପରେ ସେମାନେ ମୋତେ ମାରି ଦେବେ ଏବଂ ତୁମ୍ଭକୁ ଦୂରକୁ ନେଇଯିବେ। 13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।”

14 ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ। 15 ଏହା ପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କଲେ। ଏହା ପରେ ସେହି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା। 16 ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦେଖାଇଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।

17 ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ। 18 ତେଣୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ମୋ’ ପ୍ରତି ଏପରି ମନ୍ଦ ଆଚରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନ ଥିଲ କାହିଁକି? 19 ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।” 20 ଅବ୍ରାମଙ୍କୁ ମିଶରରୁ ତଡ଼ି ଦେବା ପାଇଁ ଫାରୋ ତାଙ୍କର ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ସମସ୍ତ ଦ୍ରବ୍ୟ ଧରି ସେହି ସ୍ଥାନ ପରିତ୍ୟାଗ କଲେ।

ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ

13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ।

ଏବ୍ରୀ 7:18-28

18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା। 19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।

20 ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା। 21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ:

“ପ୍ରଭୁ ଶପଥ କରିଛନ୍ତି
    ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ,
‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’” (A)

22 ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମି‌ନ୍‌ଦାର।

23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ। 24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ। 25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।

26 ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି। 27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। 28 ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।

ଯୋହନ ଲିଖିତ ସୁସମାଗ୍ଭର 4:27-42

27 ସେହି ସମୟରେ ଯୀଶୁଙ୍କର ଶିଷ୍ୟମାନେ ନଗରରୁ ଫେରିଲେ। ସେମାନେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହେବା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। କିନ୍ତୁ କେହି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଗ୍ଭରିଲେ ନାହିଁ, “ତୁମ୍ଭେ କ’ଣ ଗ୍ଭହଁ?” କିମ୍ବା “ତୁମ୍ଭେ କାହିଁକି ତା’ ସହିତ କଥାବାର୍ତ୍ତା ହେଉଛ?”

28 ତା’ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା, 29 “ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।” 30 ତେଣୁ ଲୋକମାନେ ନଗର ଛାଡ଼ି ଯୀଶୁଙ୍କୁ ଦେଖିବାକୁ ଗଲେ।

31 ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”

32 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”

33 ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”

34 ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର। 35 ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି। 36 ବର୍ତ୍ତମାନ ମଧ୍ୟ ଯେଉଁ ଲୋକ ଶସ୍ୟ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ ‌‌କଟାଳୀ ଉଭୟ ମିଳି ଆନନ୍ଦିତ କରିବେ। 37 କଥାରେ ଅଛି, ‘ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ’, ଏହି ଉକ୍ତିଟି ସତ୍ୟ। 38 ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”

39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।” 40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ। 41 ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠାରେ ବିଶ୍ୱାସ କଲେ।

42 ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center