Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।
61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
ମୋର ପ୍ରାର୍ଥନାରେ ମନୋଯୋଗ କର।
2 ମୁଁ ଯେତେବେଳେ ଭୟଭୀତ ହୁଏ,
ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
ନିରାପଦ ସ୍ଥାନକୁ ନେଇଯାଅ।
3 ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।
4 ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି।
5 ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।
6 ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
7 ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
8 ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।
ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ।
62 ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ।
ମୋର ପରିତ୍ରାଣ ତାଙ୍କଠାରୁ ଆସେ।
2 ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି।
ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ।
ମୁଁ ଧ୍ୱଂସରୁ ନିରାପଦ ରହିବି।
3 କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ
ଓ ହତ୍ୟା କରିବାକୁ ଚେଷ୍ଟା କରିବ?
ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ।
ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
4 ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ
ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି।
ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି,
କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।
5 ହେ ମୋର ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ୱରଙ୍କୁ ଅପେକ୍ଷା କର।
କାରଣ ତାଙ୍କଠାରୁ ମୋର ଆଶା ଆସେ।
6 ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି।
ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ।
ମୁଁ ଧ୍ୱଂସରୁ ନିରାପଦ ରହିବି।
7 ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ।
ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
8 ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର।
ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ।
ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ।
9 ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ।
ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ।
ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି,
ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10 ଦୌରାତ୍ମ୍ୟରେ ଭରସା କର ନାହିଁ।
ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ,
ଏବଂ ଯଦି ତୁମ୍ଭେ ଧନୀ ହେଲେ
ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।
11 ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି:
“ପରମେଶ୍ୱର ବଳବାନ୍ ଅଟନ୍ତି।”
12 ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ।
ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।
68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
2 ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
3 ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
4 ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
ତାଙ୍କ ଆଗରେ ଆନନ୍ଦିତ ହୁଅ।
5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
6 ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
8 ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
9 ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
11 ତୁମ୍ଭର ଲୋକମାନେ ଉତ୍ତମ ଖବର
ଘୋଷଣା କରିବାକୁ ବାହାରି ଗଲେ।
12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ।
ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
13 ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ।
ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ।
ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”
14 ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ।
ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
15 ବାଶନ ପର୍ବତ ମହାନ ପର୍ବତ ଅଟେ,
ଯାହାର ବୃହତ ଶୃଙ୍ଗ ଅଛି।
16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ?
ପରମେଶ୍ୱର ଏହାକୁ ପ୍ରେମ କରନ୍ତି।
ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
17 ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି।
ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
18 ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ,
ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ
ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ।
ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
19 ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି,
ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
20 ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି।
ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
21 ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ।
ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
22 ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି।
କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
23 ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ।
ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”
24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
ଶେଷରେ ସାରା ଏକ ଶିଶୁକୁ ଜନ୍ମ ଦେଲେ
21 ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ। 2 ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। 3 ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା’ର ନାମ ଦେଲେ ଇସ୍ହାକ, 4 ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।
5 ଇସ୍ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା। 6 ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। 7 କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”
ଗୃହରେ ବିବାଦ ଦେଖା ଦେଲା
8 ଯେତେବେଳେ ଇସ୍ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ। 9 ହାଗାରର ପୁଅ ଖେଳୁଥିବାର [a] ସାରା ଦେଖିଲେ। ଯାହା ହାଗାର ମିଶରୀୟ ଏହି ପୁତ୍ର ଅବ୍ରହାମଙ୍କ ଦ୍ୱାରା ହୋଇଥିଲା। 10 ସାରା ଅବ୍ରହାମଙ୍କୁ କହିଲେ, “ସେହି ଦାସୀ ଓ ତା’ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତେବେଳେ ଆମ୍ଭେ ମରିଯିବା ମୋର ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହେବ। ମୁଁ ସେହି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଗ୍ଭହେଁ ନାହିଁ।”
11 ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଏଲ ବିଷୟରେ ବହୁତ ଭାବିଲେ। 12 କିନ୍ତୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭର ସେହି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ୟସ୍ତ ହେବାର ନାହିଁ। ସାରା ଯେପରି ଗ୍ଭହୁଁଛି ସେପରି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ। 13 କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।”
14 ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା’ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ବେର୍ଶେବା ମରୁଭୂମିରେ ଭ୍ରମଣ କଲେ।
15 ଯେତେବେଳେ ସମସ୍ତ ପାଣି ଶେଷ ହୋଇଗଲା ସେତେବେଳେ ହାଗାର ତା’ର ପୁତ୍ରକୁ ଏକ ବୁଦା ତଳେ ରଖିଲା। 16 ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା’ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା।
17 ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି। 18 ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା’ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।”
19 ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା’ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା।
20 ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା। 21 ତା’ର ମା ତା’ ପାଇଁ ଏକ ସ୍ତ୍ରୀ ମିଶରରେ ଠିକ୍ କଲା। ସେମାନେ ପାରଣ ନାମକ ମରୁଭୂମିରେ ବାସ କଲେ।
13 ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି। 14 ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି। 15 ଯଦି ସେମାନେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟରେ ଭାବୁ ଥିଲେ, ସେମାନେ ସେହି ସ୍ଥାନକୁ ଫେରିବାକୁ ଗୋଟିଏ ସୁଯୋଗ ଖୋଜି ପାଇ ପାରି ଥା’ନ୍ତେ। 16 କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।
17-18 ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ। 19 ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ।
20 ବିଶ୍ୱାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ। 21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।
22 ବିଶ୍ୱାସ ଦ୍ୱାରା ହଁ, ନିଜର ଶେଷ ସମୟ ନିକଟ ହେବା ପୂର୍ବରୁ ଯୋଷେଫ ଇସ୍ରାଏଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟରେ, ତାହାଙ୍କ ମୃତ୍ୟୁ ପରେ ତାହାଙ୍କୁ କିପରି କବର ଦେବେ, ସେ ବିଷୟରେ କହିଥିଲେ।
41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”
43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ [a] ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।
47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”
2010 by World Bible Translation Center