Book of Common Prayer
ଦାଉଦଙ୍କର ସଙ୍ଗୀତ।
26 ହେ ସଦାପ୍ରଭୁ, ମୋର ବିଗ୍ଭର କର।
ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି।
ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ
ମୋର ହୃଦୟ ଓ ମନକୁ ପରିଷ୍କାର କର।
3 ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି।
ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
4 ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ।
କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
5 ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ।
ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।
6 ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି।
ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
7 ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ,
ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ
ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
9 ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ।
ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।
10 ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି।
ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ।
ତେଣୁ ହେ ପରମେଶ୍ୱର, ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି।
ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।
ଦାଉଦଙ୍କର ଗୀତ।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
2 ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
ମୋ’ ନିବେଦନ ଟିକେ ଶୁଣ।
ମୋ’ ପ୍ରତି କୃପା ପ୍ରଦର୍ଶନ କର।
3 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
4 ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।
6 ସଦାପ୍ରଭୁଙ୍କର ପ୍ରଶଂସା ହେଉ,
କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
7 ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
9 ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।
ସଦାପ୍ରଭୁଙ୍କର ଦାସ ଦାଉଦଙ୍କର ଗୀତ
36 ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦକାର୍ଯ୍ୟ କରେ।
ଯେତେବେଳେ ସେ ଆପଣା ହୃଦୟକୁ କହେ, “ମୁଁ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।”
2 ସେହି ଲୋକ ଆପଣାକୁ ମିଥ୍ୟା କହେ।
ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତେଣୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
3 ତା'ର ବାକ୍ୟସବୁ କେବଳ ମୂଲ୍ୟହୀନ ମିଥ୍ୟା ଅଟେ।
ସେ ଜ୍ଞାନୀ ହୋଇପାରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
4 ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ।
ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।
5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
6 ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
7 ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
8 ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
9 ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି।
ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।
12 ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି।
ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି।
ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।
39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
ମୁଁ ମୋର ମୁଖକୁ ବନ୍ଦ ରଖିବି।”
2 ତେଣୁ ମୁଁ କିଛି କହିଲି ନାହିଁ।
ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
3 ମୁଁ ଅତି କ୍ରୋଧିତ ଥିଲି।
ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
9 ମୁଁ ମୋର ପାଟି ଖୋଲି ନାହିଁ।
ମୁଁ କିଛି କହି ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା
12 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ
30 ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା।[a]
2 ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ'ଠାରେ ମନୁଷ୍ୟର ବିବେଚନା ନାହିଁ। 3 ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ। 4 କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା'ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?
24 ଗ୍ଭରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ସେମାନେ ଅତିଶୟ ଜ୍ଞାନବାନ୍ ଅଟନ୍ତି।
25 ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶୟ ଜ୍ଞାନବାନ, ସେମାନେ ଗ୍ରୀଷ୍ମ ସମୟରେ ସେମାନଙ୍କର ଖାଦ୍ୟ ସଞ୍ଚୟ କରି ରଖନ୍ତି।
26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସେମାନେ ଶୈଳରେ ଆପଣାର ବସା ନିର୍ମାଣ କରନ୍ତି।
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେମାନେ ଦଳବଦ୍ଧ ହୋଇ ଗମନ କରନ୍ତି।
28 ଝିଟିପିଟି ହସ୍ତଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29 ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତେବେଳେ ସେମାନେ ସୈନିକ ରୀତିରେ ଅଗ୍ରସର ହୁଅନ୍ତି। ପୁଣି ଗ୍ଭରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତେବେଳେ ସେମାନେ ଗ୍ଭଲନ୍ତି।
30 ସମସ୍ତ ପଶୁମାନଙ୍କ ମଧ୍ୟରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କେବେ ଭୟ କରେ ନାହିଁ।
31 ଯୁଦ୍ଧାଶ୍ୱ, ଛାଗ ଓ ରାଜା ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33 କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ, ଠିକ୍ ସେହିପରି କ୍ରୋଧ ମନ୍ଥନରେ ବିବାଦ ବାହାରେ।
ଯୀଶୁ ଖ୍ରୀଷ୍ଟ ସବୁଠାରୁ ମହାନ
3 ଆଉ ଏବେ ହେ ମୋର ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠାରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସେହି ଏକାକଥା ଲେଖିବାରେ, ମୋତେ କଷ୍ଟ ହୁଏ ନାହିଁ, କାରଣ ଏହା ଦ୍ୱାରା ତୁମ୍ଭେମାନେ ଅଧିକ ପ୍ରସ୍ତୁତ ହୋଇ ରହିବ।
2 ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ[a] ହେବା ପାଇଁ ଦାବୀ କରନ୍ତି। 3 କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ। 4 ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍। 5 ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ। 6 ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ'ଠାରେ କୌଣସି ଦୋଷ ପାଇ ନ ଥିଲେ।
7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। 8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି। 9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। 10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ। 11 ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇପାରେ, ଏ ଭରସା ମୋର ଅଛି।
ଯୀଶୁଙ୍କୁ ପୀଲାତଙ୍କ ସମ୍ମୁଖକୁ ଅଣାଗଲା
(ମାଥିଉ 27:1-2,11-31; ମାର୍କ 15:1-20; ଲୂକ 23:1-25)
28 ତା'ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ଘରୁ ରୋମୀୟ ରାଜ୍ୟପାଳଙ୍କ ପ୍ରାସାଦକୁ ନେଇଗଲେ। ସେତେବେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସେମାନେ ନିଜକୁ ଅପବିତ୍ର କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ସେମାନେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଗ୍ଭହୁଁଥିଲେ। 29 ତେଣୁ ପୀଲାତ ପ୍ରାସାଦ ବାହାରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଗ୍ଭରିଲେ, “ଏହି ଲୋକ ବିରୁଦ୍ଧରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?”
30 ସେମାନେ ଉତ୍ତର ଦେଲେ, “ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।”
31 ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେ ତାହାକୁ ନେଇଯାଅ ଓ ତୁମ୍ଭ ବ୍ୟବସ୍ଥା ଅନୁସାରେ ତାହାର ବିଗ୍ଭର କର।”
ଯିହୂଦୀମାନେ କହିଲେ, “କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ୟୁଦଣ୍ଡ ଦେଇ ପାରିବୁ ନାହିଁ।” 32 ଏହା ଦ୍ୱାରା ସେ କିପରି ମରିବେ, ସେ ବିଷୟରେ ଯୀଶୁଙ୍କର ବାଣୀ ସତ୍ୟ ହେଲା।
33 ତା'ପରେ ପୀଲାତ ପ୍ରାସାଦ ଭିତରକୁ ଗ୍ଭଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?”
34 ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”
35 ପୀଲାତ କହିଲେ, “ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସେମାନଙ୍କର ପ୍ରଧାନଯାଜକମାନେ ତୁମ୍ଭକୁ ମୋ’ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?”
36 ଯୀଶୁ କହିଲେ, “ମୋର ରାଜ୍ୟ ଏ ଜଗତର ନୁହେଁ। ଯଦି ଏହା ଜଗତର ହୋଇଥା'ନ୍ତା, ତେବେ ମୋର ଦାସମାନେ ଯୁଦ୍ଧ କରିଥାଆନ୍ତେ ଓ ମୋତେ ଯିହୂଦୀମାନେ ଧରିପାରି ନ ଥା'ନ୍ତେ। କିନ୍ତୁ ମୋ’ ରାଜ୍ୟ ଅନ୍ୟ ଏକ ସ୍ଥାନରେ।”
37 ପୀଲାତ କହିଲେ, “ତେବେ ତୁମ୍ଭେ ଜଣେ ରାଜା।”
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ରାଜା ବୋଲି କହୁଛ। ଏହା ସତ୍ୟ। ମୁଁ ଏଥିପାଇଁ ଜନ୍ମ ନେଇଛି। ଲୋକମାନଙ୍କୁ ସତ୍ୟ ବିଷୟରେ କହିବା ପାଇଁ, ସେଥିପାଇଁ ମୁଁ ଜଗତକୁ ଆସିଛି। ସତ୍ୟକୁ ଭଲପାଉଥିବା ପ୍ରତ୍ୟେକ ଲୋକ ମୋ’ କଥା ଶୁଣନ୍ତି।”
38 ପୀଲାତ କହିଲେ, “ସତ୍ୟ କ'ଣ?” ସେ ଏହା କହିବା ପରେ ପୁଣି ଯିହୂଦୀମାନଙ୍କ ପାଖକୁ ଗଲେ। ପୀଲାତ କହିଲେ, “ଏହି ଲୋକ ବିରୁଦ୍ଧରେ କୌଣସି ଅଭିଯୋଗ ମୁଁ ପାଉ ନାହିଁ।
2010 by World Bible Translation Center