Book of Common Prayer
ଦାଉଦଙ୍କର ଗୀତ।
37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
3 ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
6 ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
8 କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
9 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
ଓ ସେମାନେ ଶାନ୍ତି ଉପଭୋଗ କରିବେ।
12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
ହବକ୍କୂକଙ୍କ ପ୍ରାର୍ଥନା
3 ଭବିଷ୍ୟଦ୍ବକ୍ତା ହବକ୍କୂକଙ୍କର ଶିଗିୟୋନତ୍ ପ୍ରାର୍ଥନା:
2 ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି
ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି।
ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ।
ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ।
ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର।
ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର।
3 ପରମେଶ୍ୱର ତୈମନରୁ ଆସୁଛନ୍ତି।
ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି।
ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ।
ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।
4 ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ତାଙ୍କର ଶକ୍ତି ସେଠାରେ ଲୁଚିଅଛି।
5 ରୋଗଗୁଡ଼ିକ ତାଙ୍କ ଆଗେ ଆଗେ ଗ୍ଭଲିଲେ
ଏବଂ ଧ୍ୱଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
6 ସଦାପ୍ରଭୁ ଦଣ୍ଡାୟମାନ ହେଲେ ଓ ପୃଥିବୀର ବିଗ୍ଭର କଲେ।
ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ
ଭିନ୍ନଭିନ୍ନ କରି ତଡ଼ି ଦେଲେ।
ଯେଉଁ ପର୍ବତଗୁଡ଼ିକ ବହୁବର୍ଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ
ସେଗୁଡ଼ିକ ଧ୍ୱଂସ ହେଲେ।
ପୁରାତନ ପାହାଡ଼ଗୁଡ଼ିକର ମଧ୍ୟ ପତନ ହେଲା।
କିନ୍ତୁ ପରମେଶ୍ୱର ଅନନ୍ତକାଳସ୍ଥାୟୀ।
7 ମୁଁ ଦେଖିଲି କୂଶନର ନଗରଗୁଡ଼ିକ ଅସୁବିଧାରେ ଥିଲେ।
ମିଦିୟନର ଗୃହଗୁଡ଼ିକ ଭୟରେ ଥରିଲେ।
8 ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା,
ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ?
ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ
ଏବଂ ରଥକୁ ଆରୋହଣ କଲ?
9 ତା’ପରେ ତୁମ୍ଭେ ଧନୁ କାଢ଼ିଲ।
ଶପଥ ପୂର୍ବକ ତୀରଗୁଡ଼ିକୁ ନିକ୍ଷେପ କଲ।
ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ୱାରା ଭାଗ କଲ।
10 ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ।
ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା।
ସମୁଦ୍ର ଭୟଙ୍କର ଗର୍ଜନ କଲା,
ଢେଉଗୁଡ଼ିକ ଉପରକୁ ଉଠିଲା।
11 ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ।
ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁତ୍ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ।
ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
12 କ୍ରୋଧରେ ତୁମ୍ଭେ ପୃଥିବୀ ଉପରେ ଗ୍ଭଲିଲ
ଏବଂ ଦେଶଗୁଡ଼ିକୁ ଦଣ୍ତ ଦେଲ।
13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ।
ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ।
ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ।
ତୁମ୍ଭେ ତାକୁ ଆପାଦମସ୍ତକ
ଗ୍ଭବୁକରେ ପ୍ରହାର କଲ।
14 ତୁମ୍ଭେ ତା’ର ନିଜ ବର୍ଚ୍ଛାରେ
ତା’ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ।
ସେହି ସୈନ୍ୟମାନେ ଶକ୍ତିଶାଳୀ ଝଡ଼ ଭଳି
ଆମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆସିଥିଲେ।
ଗୋଟିଏ ଗରିବ ଲୋକକୁ
ଗୋପନରେ ଲୁଣ୍ଠନ କଲାପରି ସେମାନେ କଲେ।
15 କିନ୍ତୁ ତୁମ୍ଭେ ସେହି କାଦୁଅ ଓ ପ୍ରବଳ ଜଳସ୍ରୋତ ମଧ୍ୟଦେଇ
ଘୋଡ଼ାକୁ ଝପଟାଇ ଦେଲ।
16 ମୁଁ ଯେତେବେଳେ ଏହି କଥା ଶୁଣିଲି ମୋର ସମସ୍ତ ଶରୀର ଥରି ଉଠିଲା।
ସେହି ଶବ୍ଦରେ ମୋ’ ଓଷ୍ଠରେ କମ୍ପନ ହେଲା।
ମୋର ଅସ୍ଥିମଜ୍ଜାରେ ମୁଁ ଦୁର୍ବଳ ହୋଇ ପଡ଼ିଲି।
ମୁଁ ସେହି କମ୍ପନ ଅବସ୍ଥାରେ ଥରିବାକୁ ଲାଗିଲି।
ଯେତେବେଳେ ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସେହି ଆକ୍ରମଣ ଓ ଧ୍ୱଂସର ଦିନଗୁଡ଼ିକ ଆସିବା ପାଇଁ ଧୈର୍ଯ୍ୟ ଧରି ଅପେକ୍ଷା କରିବି।
ସର୍ବଦା ସଦାପ୍ରଭୁଙ୍କଠାରେ ଆନନ୍ଦ କର
17 ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ,
ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ,
ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ,
କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ,
ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି
ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।
18 କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି
ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।
ଲକ୍ଷ୍ୟସ୍ଥଳରେ ପହଞ୍ଚିବା ଲାଗି ଯତ୍ନ କରିବା
12 ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି। 13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ। 14 ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।
15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା’ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ। 16 କିନ୍ତୁ ଆମ୍ଭେ ଯେଉଁସବୁ ସତ୍ୟ ଜାଣିଛୁ, ସେହି ସତ୍ୟ ମାର୍ଗରେ ଅବିରତ ଗ୍ଭଲିବା ଉଚିତ୍।
17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। 18 ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି। 19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା’ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। 20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି। 21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।
ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଇଁ ପ୍ରାର୍ଥନା କରନ୍ତି
17 ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ ଦେଇ ପାରିବେ। 2 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି। 3 ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ। 4 ତୁମ୍ଭେ ମୋତେ ଯେଉଁ କାମ ଦେଇଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାରରେ ଗୌରବାନ୍ୱିତ କରିଛି। 5 ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।
6 “ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ। 7 ମୁଁ ସେମାନଙ୍କଠାରେ ତୁମ୍ଭକୁ ପ୍ରକାଶ କରିଛି। ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦେଲ। ସେମାନେ ଜାଣନ୍ତି, ତୁମ୍ଭେ ମୋତେ ଯାହାସବୁ ଦେଇଛ, ସେ ସବୁ ତୁମ୍ଭ ପାଖରୁ ଆସେ। 8 ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି।
2010 by World Bible Translation Center