Book of Common Prayer
ଆସଫ୍ର ଗୋଟିଏ ଗୀତ।
50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
2 ପରମ ସୌନ୍ଦର୍ଯ୍ୟମୟୀ[a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
3 ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
4 ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା
7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
ମୁଁ ଛେଳିର ରକ୍ତ ପିଏ ନାହିଁ।”
14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା'ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନୀରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ, ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କ ଗୀତ, ମିକ୍ତାମ୍ ଓ ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।
59 ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର।
ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।
2 କୁକର୍ମ କରୁଥିବା ସେହି ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ସେହି ହତ୍ୟାକାରୀମାନଙ୍କଠାରୁ ମୋତେ ରକ୍ଷା କର।
3 ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି।
ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ
କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
4 ମୁଁ କୌଣସି ଦୋଷ କରି ନାହିଁ।
କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି।
ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!
5 ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର!
ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ।
ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ। ସେଲା
6 ସେହି ଦୁଷ୍ଟ ଲୋକମାନେ କୁକୁର ପରି।
ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
7 ତୁମ୍ଭେ ସେମାନଙ୍କ ଧମକ ଓ ଅପମାନକୁ ଶୁଣ।
ସେମାନେ ଭାବନ୍ତି ସେମାନଙ୍କୁ କେହି ଶୁଣନ୍ତି ନାହିଁ।
ଯେହେତୁ ସେମାନେ ଖରାପ କଥା କହନ୍ତି।
8 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର।
ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।
9 ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି।
ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
10 ପରମେଶ୍ୱର ମୋତେ ଭଲପା’ନ୍ତି।
ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।
11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ।
ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି।
ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି।
ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର।
ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।
13 ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର।
ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର।
ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ,
ପରମେଶ୍ୱର ଇସ୍ରାଏଲର ଶାସକ। ସେଲା
14 ସେହି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି।
ସେମାନେ ସନ୍ଧ୍ୟାବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
15 ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି।
ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।[a]
16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି।
ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି।
କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ।
ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।
17 ମୁଁ ତୁମ୍ଭର ସ୍ତୁତିଗାନ କରିବି।
କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ,
ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।
ପ୍ରଧାନ ବାଦ୍ୟକର ନିମନ୍ତେ “ଶୂଷନ୍-ଏଦୁତ୍” ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍। ଅରାମନହରିୟମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ 12,000 ଲୋକଙ୍କୁ ବଧ କରିବା ସମୟରେ ରଚିତ।
60 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ।
ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ।
କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
2 ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ।
ଏହାର ଫାଟକକୁ ମରାମତି କର,
କାରଣ ଏହାର ପତନ ହେଉଅଛି।
3 ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ।
ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।
4 ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ।
ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ। ସେଲା
5 ଯେପରି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମୋର ପ୍ରାର୍ଥନାର ଉତ୍ତର ଦିଅ।
ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।
6 ପରମେଶ୍ୱର ତାଙ୍କ ମନ୍ଦିରରେ[b] କହିଲେ,
“ମୁଁ ଯୁଦ୍ଧରେ ଜିତିବି ଏବଂ ଜୟଲାଭ ବିଷୟରେ ବହୁତ ଖୁସୀ ହେବି।
ତା'ପରେ ମୁଁ ଏହି ଭୂମିକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବି।
ମୁଁ ଶିଖିମ ଓ ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେଇଦେବି।
7 ଗିଲିୟଦ ଓ ମନଃଶି ମୋର ହେବେ।
ଇଫ୍ରୟିମ ମୋର ଶିରସ୍ତ୍ରାଣ ହେବ।
ଯିହୁଦା ମୋର ରାଜଦଣ୍ଡ ହେବ।
8 ମୋୟାବ ମୋର ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର।
ଇଦୋମ ମୋର ପାଦୁକା ବହନ କରିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି।
ତୁମ୍ଭେ ବିଜୟ ସକାଶେ ଜୟଧ୍ୱନି କର।”
9-10 କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ?
କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ?
ପରମେଶ୍ୱର, ତୁମ୍ଭେ ନୁହଁ କି?
କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ।
ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ।
11 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ।
ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରି ପାରିବେ ନାହିଁ।
12 ପରମେଶ୍ୱର ହିଁ ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
କେବଳ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରି ପାରିବେ।
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା
ମିଶରରେ ଯୋଷେଫ ପୋଟୀଫରକୁ ବିକ୍ରି ହେଲେ
39 ଯୋଷେଫ ମିଶର ଦେଶକୁ ଅଣାଯାଆନ୍ତେ ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍ ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଲା। 2 କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।
3 ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି। 4 ପୋଟୀଫର ଯୋଷେଫଙ୍କୁ ପାଇ ବହୁତ ଖୁସୀ ହେଲେ। ସେ ଯୋଷେଫକୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବଶ୍ୱ ସମର୍ପଣ କଲେ। 5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା। 6 ପୋଟୀଫର ଯୋଷେଫଙ୍କୁ ସବୁ ଦାୟୀତ୍ୱ ଦେଇ, ସେ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ୟସ୍ତ ହେଲେ ନାହିଁ।
ଯୋଷେଫ ପୋଟୀଫରର ସ୍ତ୍ରୀକୁ ଅସ୍ୱୀକାର କଲେ
ଯୋଷେଫ ଦେଖିବାକୁ ବହୁତ ସୁନ୍ଦର ଥିଲେ। 7 କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।”
8 କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି। 9 ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”
10 ସେହି ସ୍ତ୍ରୀଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶୟନ କରିବା ପାଇଁ ସର୍ବଦା ମନା କରନ୍ତି। 11 ଦିନେ ଯୋଷେଫ ଘରକୁ ତାଙ୍କର କିଛି କାର୍ଯ୍ୟ କରିବାକୁ ଗଲେ। ସେହି ସମୟରେ ସେ ଏକା ସେହି ଘରେ ଥିଲେ। 12 ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତରେ ତାଙ୍କର ବସ୍ତ୍ର ରହିଗଲା।
13 ସ୍ତ୍ରୀଲୋକଟି ଦେଖିଲା ତା’ ହାତରେ ଯୋଷେଫଙ୍କର ବସ୍ତ୍ର ରହିଗଲା ଏବଂ ସେ ଦୌଡ଼ି ପଳାଇଲା। 14 ସେ ଗୃହର ବାହାର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଛନ୍ତି। ସେ ଭିତରକୁ ପଶି ମୋ’ ସହିତ ଶୟନ କରିବାକୁ କହିଲା। ମୁଁ ବଡ଼ ପାଟିରେ ଡାକ ପକାଇଲି। 15 ମୋର ବଡ଼ ପାଟିରେ ଡାକିବାର ଶୁଣି ସେ ତା'ର ବସ୍ତ୍ର ମୋ’ ପାଖରେ ଛାଡ଼ି ଦୌଡ଼ି ପଳାଇ ଗଲା।” 16 ଏହା ପରେ ସେ ସେହି ବସ୍ତ୍ର ତା'ର ସ୍ୱାମୀ ଆସିବା ପର୍ଯ୍ୟନ୍ତ ତା’ ପାଖରେ ରଖିଲା। 17 ସେ ତା'ର ସ୍ୱାମୀକୁ ସେହିସବୁ କଥାମାନ କହିଲା। ସେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆଣିଅଛ ସେ ମୋତେ ପରିହାସ କରିବାକୁ ମୋ’ ପାଖକୁ ଆସିଲା। 18 କିନ୍ତୁ ସେ ଯେତେବେଳେ ମୋ’ ପାଖକୁ ଆସିଲା ମୁଁ ବଡ଼ ପାଟି କରିବାରୁ ସେ ତା'ର ବସ୍ତ୍ର ଛାଡ଼ି ବାହାରକୁ ଦୌଡ଼ି ପଳାଇଗଲା।”
19 ଯୋଷେଫଙ୍କର ମୁନିବ ତାଙ୍କର ସ୍ତ୍ରୀଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କ୍ରୋଧ ହେଲେ। 20 ସେଠାରେ ଏକ କାରାଗାର ଥିଲା ଯେଉଁଠାରେ ରାଜାଙ୍କର ଶତ୍ରୁମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷେଫଙ୍କୁ ସେହି କାରାଗୃହରେ ରଖିଲା। ଏବଂ ଯୋଷେଫ ସେହିଠାରେ ରହିଲେ।
ଯୋଷେଫ କାରାଗାରରେ ରହିଲେ
21 କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ଥିଲେ। ସଦାପ୍ରଭୁ ତାହା ପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ। 22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ। 23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।
14 ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ। 15 କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ। 16 ଶାସ୍ତ୍ର କୁହେ:
“ପ୍ରଭୁଙ୍କ ମନ କିଏ ଜାଣି ଅଛି?
କ’ଣ କରିବାକୁ ହେବ ବୋଲି ପ୍ରଭୁଙ୍କୁ କିଏ କହିବ?”(A)
କିନ୍ତୁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ମନ ପାଇଅଛୁ।
ମନୁଷ୍ୟକୁ ଅନୁସରଣ କରିବା ଉଚିତ୍ ନୁହେଁ
3 ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି। 2 ସେତେବେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦେଇ କ୍ଷୀର ଦେଲି। ଏପରି କରିବାର ଉଦ୍ଦେଶ୍ୟ ଯେ, ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ୟ ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ। 3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ। 4 ତୁମ୍ଭମାନଙ୍କ ଭିତରେ ଜଣେ କହୁଛି, “ମୁଁ ପାଉଲଙ୍କ ଅନୁଗାମୀ,” ଆଉ ଜଣେ କହୁଛି “ମୁଁ ଆପଲ୍ଲଙ୍କ ଅନୁଗାମୀ,” ଏଭଳି କହିବା ଦ୍ୱାରା ତୁମ୍ଭେମାନେ ଜାଗତିକ ମଣିଷ ଭଳି ଆଚରଣ କରୁଛ।
5 ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ। 6 ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ। 7 ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି। 8 ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ। 9 ଆମ୍ଭେମାନେ ଏକତ୍ର ମିଳି ପରମେଶ୍ୱରଙ୍କ ନିମନ୍ତେ କାର୍ଯ୍ୟ କରୁଛୁ, ଓ ତୁମ୍ଭେମାନେ ପରମେଶ୍ୱରଙ୍କର ଗ୍ଭଷଜମି ଅଟ।
ତୁମ୍ଭେମାନେ ପରମେଶ୍ୱରଙ୍କ ଗୃହ ଅଟ। 10 ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍। 11 ତିଆରି ହୋଇଥିବା ମୂଳଦୁଆ ବ୍ୟତୀତ ଅନ୍ୟ ମୂଳଦୁଆ କେହି ପକାଇ ପାରିବ ନାହିଁ। 12 ଏହି ମୂଳଦୁଆ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସେହି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ନଡ଼ା, ଯାହାକିଛି ବ୍ୟବହାର କରି ନିର୍ମାଣ କରି ପାରିବ। 13 କିନ୍ତୁ ପ୍ରତ୍ୟେକ ଲୋକର କାମ ସେହି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହେବ। ସେହି ଦିନଟି ନିଆଁ ଦେଇ ଆସିବ, ଓ ସେହି ନିଆଁ ପ୍ରତ୍ୟେକ ଲୋକର କାର୍ଯ୍ୟକୁ ପରୀକ୍ଷା କରିବ। 14 ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହୋଇ ରହିଥିବ। ତା'ହେଲେ ସେ ଲୋକ ତା'ର ପୁରସ୍କାର ପାଇବ। 15 କିନ୍ତୁ ଯେଉଁ ଲୋକର କାର୍ଯ୍ୟ ନିଆଁରେ ଭସ୍ମ ହୋଇଯିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସେହି ଜ୍ୱଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହେବ।
ପକ୍ଷାଘାତ ରୋଗୀକୁ ଯୀଶୁ ସୁସ୍ଥ କଲେ
(ମାଥିଉ 9:1-8; ଲୂକ 5:17-26)
2 କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା। 2 ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। 3 ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ। 4 ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ। 5 ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”
6 କେତେଜଣ ଧର୍ମଶାସ୍ତ୍ରୀ ସେଠାରେ ବସିଥିଲେ। ଯୀଶୁଙ୍କ କାମ ସେମାନେ ଦେଖିଲେ। ସେମାନେ ନିଜ ଭିତରେ କୁହାକୁହି ହେଲେ, 7 “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”
8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ? 9 ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’ 10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, 11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”
12 ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”
2010 by World Bible Translation Center