Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।
61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
ମୋର ପ୍ରାର୍ଥନାରେ ମନୋଯୋଗ କର।
2 ମୁଁ ଯେତେବେଳେ ଭୟଭୀତ ହୁଏ,
ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
ନିରାପଦ ସ୍ଥାନକୁ ନେଇଯାଅ।
3 ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।
4 ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି। ସେଲା
5 ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।
6 ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
7 ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
8 ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।
ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ।
62 ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ।
ମୋର ପରିତ୍ରାଣ ତାଙ୍କଠାରୁ ଆସେ।
2 ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି।
ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ।
ମୁଁ ଧ୍ୱଂସରୁ ନିରାପଦ ରହିବି।
3 କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ
ଓ ହତ୍ୟା କରିବାକୁ ଚେଷ୍ଟା କରିବ?
ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ।
ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
4 ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ
ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି।
ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି,
କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା
5 ହେ ମୋର ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ୱରଙ୍କୁ ଅପେକ୍ଷା କର।
କାରଣ ତାଙ୍କଠାରୁ ମୋର ଆଶା ଆସେ।
6 ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି।
ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ।
ମୁଁ ଧ୍ୱଂସରୁ ନିରାପଦ ରହିବି।
7 ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ।
ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
8 ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର।
ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ।
ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ। ସେଲା
9 ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ।
ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ।
ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି,
ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10 ଦୌରାତ୍ମ୍ୟରେ ଭରସା କର ନାହିଁ।
ଗ୍ଭେରି କରି ଲାଭ କରିବାର ଚିନ୍ତା କର ନାହିଁ,
ଏବଂ ଯଦି ତୁମ୍ଭେ ଧନୀ ହେଲେ
ତୁମ୍ଭର ଧନ ତୁମ୍ଭକୁ ସାହାଯ୍ୟ କରିବ ବୋଲି ଆଶା କର ନାହିଁ।
11 ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି:
“ପରମେଶ୍ୱର ବଳବାନ୍ ଅଟନ୍ତି।”
12 ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ।
ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।
68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
2 ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
3 ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
4 ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
ତାଙ୍କ ଆଗରେ ଆନନ୍ଦିତ ହୁଅ।
5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
6 ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ। ସେଲା
8 ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
9 ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
11 ତୁମ୍ଭର ଲୋକମାନେ ଉତ୍ତମ ଖବର
ଘୋଷଣା କରିବାକୁ ବାହାରି ଗଲେ।
12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ।
ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
13 ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ।
ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ।
ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”
14 ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ।
ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
15 ବାଶନ ପର୍ବତ ମହାନ ପର୍ବତ ଅଟେ,
ଯାହାର ବୃହତ ଶୃଙ୍ଗ ଅଛି।
16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ?
ପରମେଶ୍ୱର ଏହାକୁ ପ୍ରେମ କରନ୍ତି।
ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
17 ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି।
ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
18 ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ,
ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ
ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ।
ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
19 ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି,
ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି। ସେଲା
20 ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି।
ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
21 ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ।
ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
22 ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି।
କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
23 ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ।
ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”
24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ”[a] ଦଣ୍ଡ ଦିଅ।
ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ”[b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର। ସେଲା
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
ସ୍ୱପ୍ନଗୁଡ଼ିକ ସତ୍ୟ ହେଲା
42 ଯାକୁବ ଶୁଣିଲେ ଯେ, ମିଶରରେ ପ୍ରଚୁର ଖାଦ୍ୟ ଶସ୍ୟ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, “କିଛି ନ କରି କାହିଁକି ତୁମ୍ଭେ ଅଳସୁଆ ହୋଇ ବସୁଛ? 2 ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।”
3 ତେଣୁ ଯୋଷେଫଙ୍କର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶସ୍ୟ କିଣିବା ପାଇଁ। 4 କିନ୍ତୁ ଯାକୁବ ବିନ୍ୟାମୀନକୁ ପଠାଇଲେ ନାହିଁ। ବିନ୍ୟାମୀନ ଥିଲା ଯୋଷେଫଙ୍କର ଏକ ମାତାର ଭାଇ। ଯାକୁବ ଭୟ କଲେ ଯେ ସେଠାରେ ମଧ୍ୟ ବିନ୍ୟାମୀନ ପାଇଁ କିଛି ଅଘଟଣ ଘଟିପାରେ।
5 କିଣାନ ଦେଶରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣାନ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶସ୍ୟ କିଣିବାକୁ ଗଲେ। ସେମାନଙ୍କ ମଧ୍ୟରେ ଯାକୁବର ପୁତ୍ରମାନେ ମଧ୍ୟ ଥିଲେ।
6 ସେହି ସମୟରେ ମିଶରରେ ଯୋଷେଫ ଅଧ୍ୟକ୍ଷ ଥିଲେ। ଯେଉଁମାନେ ମିଶରରୁ ଖାଦ୍ୟ ଶସ୍ୟ କ୍ରୟ କରୁଥିଲେ ସେମାନଙ୍କୁ ଯୋଷେଫ ଖାଦ୍ୟ ବିକ୍ରୀ କରୁଥିଲେ। ତେଣୁ ଯୋଷେଫଙ୍କର ଭାଇମାନେ ଆସିଲେ ଏବଂ ସେମାନଙ୍କର ମୁଖ ଭୂମି ଆଡ଼କୁ କରି ଯୋଷେଫକୁ ପ୍ରଣାମ କଲେ। 7 ଯୋଷେଫ ଭାଇମାନଙ୍କୁ ଦେଖିଲେ। ଯୋଷେଫ ସେମାନଙ୍କୁ ଚିହ୍ନି ପାରିଲେ। କିନ୍ତୁ ସେମାନଙ୍କୁ ନ ଚିହ୍ନିଲାପରି ଅଭିନୟ କଲେ। ଯୋଷେଫ ସେମାନଙ୍କୁ ମଧ୍ୟ ରୁକ୍ଷ ବ୍ୟବହାର କଲେ। ଯୋଷେଫ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାରୁ ଆସିଛ?”
ତାଙ୍କର ଭାଇମାନେ ଉତ୍ତର ଦେଲେ, “ଆମ୍ଭେମାନେ କିଣାନୀୟମାନଙ୍କ ଦେଶରୁ ଆସିଛୁ। ଆମ୍ଭେ ଏଠାକୁ କିଛି ଖାଦ୍ୟ ଶସ୍ୟ କିଣିବାକୁ ଆସିଛୁ।”
8 ଯୋଷେଫ ଜାଣିଥିଲେ ଯେ ସେମାନେ ତାଙ୍କର ଭାଇ। କିନ୍ତୁ ସେମାନେ ଯୋଷେଫକୁ ଚିହ୍ନି ପାରିଲେ ନାହିଁ। 9 ଯୋଷେଫ ପୂର୍ବରୁ ସେମାନଙ୍କର ଭାଇମାନଙ୍କ ବିଷୟରେ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ମନେ କଲେ।
ଯୋଷେଫ ସେମାନଙ୍କର ଭାଇମାନଙ୍କୁ କହିଲେ, “ତୁମ୍ଭେମାନେ ଏଠାକୁ ଖାଦ୍ୟ ଶସ୍ୟ କ୍ରୟ କରିବାକୁ ଆସି ନାହଁ। ତୁମ୍ଭେମାନେ ଗୁପ୍ତଚର। ଆମ୍ଭେ କେଉଁଥିରେ ଦୁର୍ବଳ ସେ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ଆସିଛ।”
10 କିନ୍ତୁ ତାଙ୍କର ଭାଇମାନେ ତାଙ୍କୁ କହିଲେ, “ନା ମହାଶୟ, ଆମ୍ଭେମାନେ ଆପଣଙ୍କ ଦାସତୁଲ୍ୟ ଆସିଅଛୁ। ଆମ୍ଭେ କେବଳ ଖାଦ୍ୟ ସଂଗ୍ରହ କରିବାକୁ ଆସିଅଛୁ। 11 ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଏକ। ଆମ୍ଭେ ସଚ୍ଚୋଟ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।”
12 ତା'ପରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।”
13 ଏବଂ ଭାଇମାନେ କହିଲେ, “ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ। ଆମ୍ଭର ସାନଭାଇ ଆମ୍ଭର ଗୃହରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିଯାଇଛି। ଆମ୍ଭେମାନେ ଆପଣଙ୍କ ନିକଟରେ ଦାସତୁଲ୍ୟ। ଆମ୍ଭେମାନେ କିଣାନ ଦେଶରୁ ଆସିଅଛୁ।”
14 କିନ୍ତୁ ଯୋଷେଫ ସେମାନଙ୍କୁ କହିଲେ, “ନା ମୁଁ ଜାଣି ପାରୁଛି ତୁମ୍ଭେମାନେ ଚର। 15 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ୟତାର ପ୍ରମାଣ ଦେଖାଅ। ଫାରୋଙ୍କ ନାମରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନ ଆସିବା ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କୁ ଯିବାକୁ ଦେବି ନାହିଁ। 16 ମୁଁ ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ଛାଡ଼ିବି ସେ ଯାଇ ତୁମ୍ଭର ସାନ ଭାଇକୁ ଏଠାକୁ ନେଇ ଆସିବ। ସେ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ବନ୍ଦୀଶାଳାରେ ରହିବ। ମୁଁ ଦେଖିବି ତୁମ୍ଭେମାନେ ସତ କହୁଛ ନା ତୁମ୍ଭେମାନେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦେଇ ଶପଥ କରୁଛୁ।” 17 ତେଣୁ ଯୋଷେଫ ସେମାନଙ୍କୁ ତିନି ଦିନ ପାଇଁ ବନ୍ଦୀଶାଳାରେ ରଖିଲେ।
ମଣ୍ଡଳୀରେ ନୈତିକ ସମସ୍ୟା
5 ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି, 2 ତଥାପି ମଧ୍ୟ ତୁମ୍ଭେମାନେ ଏହିସବୁ ପାଇଁ ଗର୍ବୀ। ତୁମ୍ଭେମାନେ ଏଥିପାଇଁ ଦୁଃଖିତ ହେବା ଉଚିତ୍। ଯିଏ ଏପରି ବ୍ୟଭିଗ୍ଭର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦେବା ଉଚିତ୍। 3 ମୁଁ ସ୍ୱଶରୀରରେ ତୁମ୍ଭମାନଙ୍କ ପାଖରେ ନାହିଁ କିନ୍ତୁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁ ଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଗ୍ଭର କରିଥା’ନ୍ତି, ସେହିପରି ମୁଁ ବିଗ୍ଭର କରି ସାରିଛି। 4 ଆମ୍ଭର ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହୁଅ। 5 ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭେମାନେ ପ୍ରଭୁ ଯୀଶୁଙ୍କ ଶକ୍ତିରେ ଏହି ଲୋକକୁ ଶୟତାନ ହସ୍ତରେ ସମର୍ପଣ କରିଦିଅ, ଯଦ୍ଦ୍ୱାରା ତା'ର ପାପର ଶରୀର ନଷ୍ଟ ହୋଇଯିବ। ତା'ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନରେ ରକ୍ଷା ପାଇ ପାରିବ।
6 ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।” 7 ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ[a] ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି। 8 ଅତଏବ, ଆସ ଆମ୍ଭେମାନେ ନିସ୍ତାରପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସେହି ପୁରୁଣା ଖମୀରଯୁକ୍ତ ରୋଟୀ ନୁହେଁ। ସେହି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସେହି ରୋଟୀ ଖାଇବା ଯେଉଁଥିରେ ଖମୀର ମିଶା ହୋଇ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ୟର ରୋଟୀ।
19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।
ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ
(ମାଥିଉ 12:22-32; ଲୂକ 11:14-23; 12:10)
20 ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବାଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”
23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।
27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା'ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।
28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”
30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର
(ମାଥିଉ 12:46-50; ଲୂକ 8:19-21)
31 ତା'ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”
33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା'ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center