Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ।
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
ଯିହୁଦା ବିନ୍ୟାମୀନ ପାଇଁ ଯୁକ୍ତି କଲା
18 ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ। 19 ପୂର୍ବରୁ ଆପଣ ଆମ୍ଭକୁ ପଗ୍ଭରି ଥିଲେ, ‘ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?’ 20 ଆମ୍ଭେ ଆପଣଙ୍କୁ ଉତ୍ତର କରିଥିଲୁ, ‘ହଁ, ଆମ୍ଭର ଏକ ପିତା ଅଛନ୍ତି, ସେ ବୃଦ୍ଧ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ୟନ୍ତ ପ୍ରେମ କରୁଥିଲେ। କାରଣ ସେ ପିତାଙ୍କର ବାର୍ଦ୍ଧକ୍ୟ କାଳରେ ଜନ୍ମ ନେଇଥିଲା। ସେହି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ୟାମୀନ ହେଉଛି ସେହି ଭାଇ ଯିଏ ଏକ ମା’ର ସନ୍ତାନ। ଆମ୍ଭର ପିତା ମଧ୍ୟ ତାକୁ ଅତ୍ୟନ୍ତ ଭଲପାନ୍ତି।’ 21 ତା’ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’ 22 ଆମ୍ଭେ କହିଲୁ, ‘ଆମ୍ଭର ସାନ ଭାଇ ଆସି ପାରିବ ନାହିଁ। ସେ ପିତାଙ୍କୁ ଛାଡ଼ି ଆସିବ ନାହିଁ। ଯଦି ପିତା ତାକୁ ହରାନ୍ତି, ତେବେ ପିତା ଦୁଃଖରେ ପ୍ରାଣତ୍ୟାଗ କରିବେ।’ 23 କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମୋତେ କେବେ ଦେଖିବ ନାହିଁ।’ 24 ତେଣୁ ଆମ୍ଭେ ପିତାଙ୍କ ନିକଟକୁ ଫେରି ଗଲୁ ଓ ଆପଣ ଯାହା କହିଥିଲେ, ତାଙ୍କୁ କହିଲୁ।
25 “ଏହା ପରେ, ଆମ୍ଭର ପିତା କହିଲେ, ‘ତୁମ୍ଭେମାନେ ଯାଇ କିଛି ଖାଦ୍ୟ ଆମ୍ଭମାନଙ୍କ ପାଇଁ ଆଣ।’ 26 ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’ 27 ଏହା ପରେ ଆମ୍ଭର ପିତା ଆମ୍ଭକୁ କହିଲେ, ‘ତୁମ୍ଭେ ଜାଣ ମୋର ସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନେଇଥିଲେ। 28 ଗୋଟିଏ ପୁତ୍ର ମୋ’ଠାରୁ ଦୂରକୁ ଗ୍ଭଲିଗଲା। ସେହି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ୱାସ କରେ ସେ ହିଂସ୍ର ଜନ୍ତୁ ଦ୍ୱାରା ଗ୍ରାସିତ ହୋଇଯାଇଛି। 29 ଯଦି ତୁମ୍ଭେ ମୋର ଆର ପୁତ୍ରକୁ ମୋ’ଠାରୁ ଦୂରେଇ ନିଅ। ଏବଂ ଯଦି ତା’ର କିଛି ହୁଏ, ତେବେ ମୁଁ ଦୁଃଖରେ ମରିଯିବି।’ 30 ବର୍ତ୍ତମାନ ଚିନ୍ତା କରନ୍ତୁ, କ’ଣ ହେବ। ଯେତେବେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫେରିବୁ। ସେହି ବାଳକ ଆମ୍ଭ ପିତାଙ୍କର ଅମୂଲ୍ୟ ସମ୍ପଦ। 31 ଆମ୍ଭର ପିତା ଏକ ଦୁଃଖୀ ବୃଦ୍ଧ ଲୋକ, ସେ ଯେତେବେଳେ ଦେଖିବେ ବିନ୍ୟାମୀନ ଆମ୍ଭ ସହିତ ନାହିଁ। ଏହା ଆମ୍ଭର ଦୋଷ ହେବ। ଆମ୍ଭ ଯୋଗୁଁ ସେ ଦୁଃଖୀ ମଣିଷ ପରି ମୃତ୍ୟୁବରଣ କରିବେ।
32 “ମୁଁ ଏହି ଭାଇ ପାଇଁ ଦାୟିତ୍ୱ ନେଇଛି। ମୁଁ ମୋର ପିତାଙ୍କୁ କହିଥିଲି, ‘ଯଦି ମୁଁ ବିନ୍ୟାମୀନଙ୍କୁ ସାଙ୍ଗରେ ନ ନିଏ ତେବେ ସେ ମୋତେ ଜୀବନ ସାରା ଦୋଷ ବହନ କରିବ।’ 33 ତେଣୁ ମୁଁ ଆପଣଙ୍କୁ ଭିକ୍ଷା ମାଗୁଛି। ଦୟାକରି ତାଙ୍କୁ ଆମ୍ଭର ଭାଇମାନଙ୍କ ସହିତ ଯିବାକୁ ଦିଅନ୍ତୁ। ଏବଂ ମୁଁ ଆପଣଙ୍କ ଦାସ ହୋଇ ରହିବି। 34 ମୁଁ ମୋର ପିତାଙ୍କ ନିକଟକୁ ଫେରିଯାଇ ପାରିବି ନାହିଁ। ଯଦି ବିନ୍ୟାମୀନ ମୋ’ ସହିତ ନ ଯାଏ। ମୋତେ ଡର ଲାଗୁଛି ମୋର ପିତାଙ୍କର କ’ଣ ହେବ।”
ବିବାହ କରିବା ବିଷୟକ ପ୍ରଶ୍ନ
25 ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି। 26 ଏହା ସଙ୍କଟର ସମୟ। ଅତଏବ, ମୋ’ ମତରେ ତୁମ୍ଭେ ଯେପରି ଅଛ ସେହିପରି ରହିବା ଉତ୍ତମ। 27 ଯଦି ତୁମ୍ଭେମାନେ ବିବାହିତ, ତେବେ ପତ୍ନୀଠାରୁ ମୁକ୍ତ ହେବାକୁ ଚେଷ୍ଟା କର ନାହିଁ। କିନ୍ତୁ ଯଦି ତୁମ୍ଭମାନଙ୍କର ବିବାହ ହୋଇ ନାହିଁ, ତେବେ ପତ୍ନୀଟିଏ ଖୋଜିବା ପାଇଁ ଚେଷ୍ଟା କର ନାହିଁ। 28 କିନ୍ତୁ ଯଦି ତୁମ୍ଭେମାନେ ବିବାହ କରିବା ପାଇଁ ମନସ୍ଥ କରିଛ, ତେବେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ୟା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସେମାନେ ଏହି ଜୀବନରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।
29 ଭାଇ ଓ ଭଉଣୀମାନେ! ମୋର କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହା ପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସେମାନେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସେମାନଙ୍କ ପତ୍ନୀ ନାହିଁ। 30 ଯେଉଁମାନେ ଦୁଃଖୀ ସେମାନେ ଦୁଃଖୀ ନ ହେଲା ଭଳି ରୁହନ୍ତୁ। ଯେଉଁମାନେ ସୁଖୀ, ସେମାନେ ଏପରି ରୁହନ୍ତୁ ଯେପରି ସୁଖୀ ନୁହନ୍ତି। ଯେଉଁମାନେ ଜିନିଷ ପତ୍ର କିଣି ପାରନ୍ତି ସେମାନେ ନିଜ ପାଖରେ କିଛି ନ ଥିଲା ଭଳି ରୁହନ୍ତୁ। 31 ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ୟବହାର କରୁଛନ୍ତି, ସେମାନେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସେମାନଙ୍କ ପାଇଁ ଆଦୌ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହ୍ୟିକ ବିଷୟ ସବୁ ଶୀଘ୍ର ଲୋପ ପାଇବ।
ଯୀଶୁ ମୃତ ବାଳିକାକୁ ଜୀବନ ଦେଲେ ଓ ଏକ ଅସୁସ୍ଥ ସ୍ତ୍ରୀକୁ ସୁସ୍ଥ କଲେ(A)
21 ଯୀଶୁ ନୌକାରେ ବସି ହ୍ରଦର ଅପର ପାର୍ଶ୍ୱକୁ ଫେରିଗଲେ। ପୁଣି ହ୍ରଦ କୂଳରେ ତାହାଙ୍କ ଗ୍ଭରି ପଟେ ବହୁତ ଲୋକ ଜମିଗଲେ। 22 ଯିହୂଦୀ ସମାଜଗୃହର ଜଣେ ଅଧିକାରୀ ସେଠାକୁ ଆସିଲେ। ତାହାଙ୍କ ନାମ ଯାଈରସ ଥିଲା। ଯାଈରସ ଯୀଶୁଙ୍କୁ ଦେଖିବା ମାତ୍ରେ ତାହାଙ୍କ ପାଦ ତଳେ ପଡ଼ିଗଲେ। 23 ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା’ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”
24 ଯୀଶୁ ଯାଈରସଙ୍କ ସାଥୀରେ ବାହାରିଲେ। ଅନେକ ଲୋକ ଯୀଶୁଙ୍କ ପଛେ ପଛେ ଗଲେ। ଭିଡ଼ ହୋଇଥିବା ଯୋଗୁଁ ଲୋକେ ଯୀଶୁଙ୍କ ଆଡ଼କୁ ମାଡ଼ି ଆସୁ ଥିଲେ।
25 ସେଠାରେ ଲୋକଙ୍କ ଭିତରେ ଜଣେ ସ୍ତ୍ରୀଲୋକ ଥିଲା। ବିଗତ ବାରବର୍ଷ ଧରି ତା’ର ରକ୍ତସ୍ରାବ ହେଉଥିଲା। 26 ଅନେକ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା କରାଇ ସାରିବା ପରେ ସେ ନିରାଶ ହୋଇ ପଡ଼ିଥିଲା। ସେ ବହୁତ କଷ୍ଟ ପାଉଥିଲା। ତା’ର ସମସ୍ତ ଟଙ୍କା ଖର୍ଚ୍ଚ ହୋଇଯାଇଥିଲା। ତଥାପି ତା’ର ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟୁ ନ ଥିଲା। ବରଂ ତା’ର ଦେହ ଅତ୍ୟଧିକ ଖରାପ ହୋଇ ଯାଉଥିଲା।
27 ସେହି ସ୍ତ୍ରୀ ଲୋକଟି ଯୀଶୁଙ୍କ ବିଷୟରେ ଶୁଣିବା ପରେ ଲୋକଙ୍କ ସହିତ ତାହାଙ୍କର ଅନୁସରଣ କଲା। ସେ ପଛ ପଟରୁ ଆସି ଯୀଶୁଙ୍କ ନିକଟତର ହେଲା ଓ ତାହାଙ୍କ ବସ୍ତ୍ର ଛୁଇଁଦେଲା। 28 ସେ ମନେ ମନେ କହୁଥିଲା, “ଯଦି ମୁଁ ଖାଲି ଟିକିଏ ତାହାଙ୍କ ବସ୍ତ୍ର ଛୁଁଇ ପାରିବି ତେବେ ଭଲ ହୋଇଯିବି।” 29 ସେ ଯୀଶୁଙ୍କ ବସ୍ତ୍ର ଛୁଇଁବା ମାତ୍ରେ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା ଓ ତା’ର ଶରୀରର ରୋଗ ଭଲ ହୋଇଗଲା ବୋଲି ସେ ଅନୁଭବ କଲା। 30 ସେହି ସମୟରେ ଯୀଶୁ ଅନୁଭବ କଲେ ଯେ ତାହାଙ୍କଠାରୁ ଶକ୍ତି ବାହାରି ଯାଇଛି। ସେ ଅଟକି ଗଲେ ଓ ପଛକୁ ବୁଲି ପଡ଼ି ପଗ୍ଭରିଲେ, “ମୋର ବସ୍ତ୍ର କିଏ ଛୁଇଁଲା?”
31 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଏଠାରେ ତ ଅନେକ ଲୋକ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି। ପୁଣି ଆପଣ ପଗ୍ଭରୁଛନ୍ତି, “ମୋତେ କିଏ ଛୁଇଁଲା?”
32 କିନ୍ତୁ ଯୀଶୁ ତାହାଙ୍କୁ କେଉଁ ଲୋକ ଛୁଇଁଲା ବୋଲି ଗ୍ଭରିଆଡ଼କୁ ଦେଖିବାକୁ ଲାଗିଲେ। 33 ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା। 34 ଯୀଶୁ ତାକୁ କହିଲେ,
“ଆଗୋ ନାରୀ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି। ଶାନ୍ତିରେ ଯାଅ ଏବଂ ତୁମ୍ଭ ରୋଗରୁ ମୁକ୍ତ ହୁଅ।”
35 ଯୀଶୁ ସେଠାରେ ଏସବୁ କହୁଥିବା ସମୟରେ ଯିହୂଦୀ ସମାଜଗୃହର ଅଧିକାରୀ ଯାଈରସଙ୍କ ଘରୁ କେତେକ ଲୋକ ଆସି ତାହାଙ୍କୁ କହିଲେ, “ତୁମ୍ଭର ଝିଅ ମରିଗଲାଣି। ବର୍ତ୍ତମାନ ତୁମ୍ଭେ ଗୁରୁ (ଯୀଶୁ)ଙ୍କୁ ଅଯଥାରେ ଆଉ କାହିଁକି ହଇରାଣ କରିବ?”
36 କିନ୍ତୁ ଯୀଶୁ ସେମାନଙ୍କ କଥା ଶୁଣିସାରି ଯିହୂଦୀ ସମାଜଗୃହର ଅଧିକାରୀଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
37 ତା’ପରେ ସେ ସମସ୍ତଙ୍କୁ ଛାଡ଼ି କେବଳ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ। 38 ସେମାନେ ଯିହୂଦୀ ସମାଜଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସେଠାରେ ଲୋକମାନଙ୍କୁ ଉଚ୍ଚ ସ୍ୱରରେ ବିଳାପ କରୁଥିବାର ଦେଖିଲେ। ସେଠାରେ ବହୁତ କୋଳାହଳ ହେଉଥିଲା। 39 ଯୀଶୁ ଘର ଭିତରେ ପ୍ରବେଶ କରି ଲୋକମାନଙ୍କୁ କହିଲେ, “ତୁମ୍ଭେ ସବୁ କାହିଁକି ଏତେ ପାଟିତୁଣ୍ଡ ଓ କନ୍ଦାକଟା କରୁଛ? ଏ ପିଲାଟି ମରି ନାହିଁ, ସେ କେବଳ ଶୋଇ ଯାଇଛି।” 40 ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ।
କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠେଇ ଦେଲେ। କେବଳ ପିଲାଟିର ବାପାମା ଓ ତାହାଙ୍କ ସହିତ ଆସିଥିବା ଶିଷ୍ୟମାନଙ୍କୁ ସାଙ୍ଗରେ ନେଇ ପିଲାଟି ଯେଉଁ କୋଠରିରେ ଥିଲା, ସେହି କୋଠରିକୁ ଗଲେ। 41 ତା’ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, “ଟଲିଥା, କୂମ୍” ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଗ୍ଭଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା। 42 ତା’ର ବାପାମା ଓ ଶିଷ୍ୟମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। 43 ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଙ୍କୁ ଦୃଢ଼ ଭାବରେ ନିର୍ଦ୍ଦେଶ ଦେଲେ। ତା’ପରେ ଯୀଶୁ ଝିଅଟିର ବାପା-ମାଙ୍କୁ ଝିଅକୁ କିଛି ଖାଇବାକୁ ଦେବାକୁ କହିଲେ।
2010 by World Bible Translation Center