Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 95

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ଗୀତସଂହିତା 88

କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।

88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
    ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
    ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ମୋର ପ୍ରାଣ ଦୁଃଖରେ ଭରପୁର।
    ମୁଁ ଶୀଘ୍ର ମରିଯିବି।
ମୁଁ ଜଣେ ଶକ୍ତି ହରାଇଥିବା
    ପ୍ରାୟ ମୃତ ଲୋକପରି ହୋଇଅଛି।
ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
    ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
    ଭୁଲିଗଲେ ଓ ସହାୟ ନାହିଁ।
ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
    ଗଭୀର ସ୍ଥାନରେ ରଖିଅଛ।
ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
    ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ।

ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
    ମୁଁ ଅଛୁଆଁ ପରି ସେମାନେ ମୋ’ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
    କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
    ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
    ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ?

11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
    ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
    ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।
13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
    ମୋତେ ସାହାରା ଦିଅ।
    ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
    ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
    ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
    ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
    ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ’ଠାରୁ ଦୂରେଇ ରଖିଅଛ।
    ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

ଗୀତସଂହିତା 91-92

91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
    ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
    ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
    ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
    ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
    କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
ଅନ୍ଧକାରଗାମୀ ମହାମାରୀ,
    କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
    ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
    କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
    ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
    ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
    କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
    ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
    ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
    ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
    ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
    ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
    ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
    ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”

ବିଶ୍ରାମବାର ନିମିତ୍ତକ ଗୀତ।

92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
    ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
    ସୂ-ଗୀତ ଗାନ କରିବା ଭଲ।
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
    ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
    ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
    କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
    ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
    ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
    ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
    ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
    ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
    ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।

12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
    ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
    ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
    ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
    ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ଆଦିପୁସ୍ତକ 47:1-26

ଇସ୍ରାଏଲ ଗୋଶନରେ ବସତି ସ୍ଥାପନ କଲେ

47 ଯୋଷେଫ ଫାରୋଙ୍କ ନିକଟକୁ ଯାଇ କହିଲେ, “ମୋର ପିତା ଓ ଭାଇମାନେ ସେମାନଙ୍କର ସମସ୍ତ ପରିବାର ଏବେ କିଣାନ ଦେଶରୁ ଆସିଛନ୍ତି। ସେମାନଙ୍କର ସର୍ବଶ୍ୱ ଓ ପଶୁପଲ ସହ ସେମାନେ ଏହିଠାରେ ଅଛନ୍ତି। ସେମାନେ ବର୍ତ୍ତମାନ ଗୋଶନ ପ୍ରଦେଶରେ ଅଛନ୍ତି।” ଯୋଷେଫ ତାଙ୍କର ଭାଇମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।

ଫାରୋ ତାଙ୍କର ଭାଇମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କି କାର୍ଯ୍ୟ କରୁଅଛ?”

ଭାଇମାନେ ଫାରୋଙ୍କୁ ଉତ୍ତର ଦେଲେ, “ହେ ଆମ୍ଭର ମହାଶୟ, ଆମ୍ଭେମାନେ ମେଷପାଳକ ଅଟୁ, ଆମ୍ଭର ପୂର୍ବପୁରୁଷମାନେ ପୂର୍ବରୁ ମେଷପାଳକ ଥିଲେ।” ସେମାନେ ଫାରୋଙ୍କୁ କହିଲେ, “କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସେଠାରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭେମାନେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋଶନ ଦେଶରେ ରହି ପାରିବୁ କି?”

ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ପିତା ଓ ତୁମ୍ଭର ଭାଇମାନେ ତୁମ୍ଭ ନିକଟକୁ ଆସି ଅଛନ୍ତି। ତୁମ୍ଭେ ସେମାନଙ୍କୁ ମିଶରର ଯେକୌଣସି ସ୍ଥାନରେ ଆମ୍ଭମାନଙ୍କର ଭୂମିର ଅଂଶରୁ ନିଜର ରୁଚି ଅନୁସାରେ ଦେଇ ପାର। ମିଶରର ସବୁଠାରୁ ଭଲ ଭୂମି ତୁମ୍ଭର ପିତା ଓ ତୁମ୍ଭର ଭାଇମାନଙ୍କୁ ଦିଅ। ସେମାନେ ଗୋଶନ ଦେଶରେ ରୁହନ୍ତୁ। ରହିବା ପାଇଁ ସେମାନଙ୍କୁ ଗୋଶନ ପ୍ରଦେଶ ଦିଅ। ଏବଂ ସେମାନେ ଯଦି ପାରଙ୍ଗମ ତେବେ ସେମାନଙ୍କୁ ମୋର ପଶୁପଲଗୁଡ଼ିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କର।”

ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।

ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”

ଯାକୁବ ଫାରୋଙ୍କୁ କହିଲେ, “ମୋର ପ୍ରବାସ କାଳର ଦିନ 130 ବର୍ଷ, ମୋର ପରମାୟୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମୋରହ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”

10 ଏହା ପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁରୁ ବିଦାୟ ନେଲେ।

11 ଫାରୋ ଯେପରି ଆଜ୍ଞା ଦେଲେ ଯୋଷେଫ ସେହିପରି କଲେ ଓ ଭାଇମାନଙ୍କୁ ଭୂମି ଦେଲେ। ସେହି ଭୂମି ମିଶରରେ ସବୁଠାରୁ ଉତ୍ତମ ଭୂମି ଥିଲା। ରାମିଷେଷ୍ ଅଞ୍ଚଳ ତାଙ୍କ ଅଧିକାରରେ ଦେଲେ। 12 ଯୋଷେଫ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ପରିମାଣରେ ଖାଦ୍ୟ ଦେଲେ।

ଯୋଷେଫ ଫାରୋଙ୍କ ପାଇଁ ଜମି କିଣିଲେ

13 ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା। ତହିଁରେ ମିଶର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ। 14 ଆଉ ମିଶର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା। ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେ ସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ। 15 ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।”

16 କିନ୍ତୁ ଯୋଷେଫ ଉତ୍ତର ଦେଲେ, “ତୁମ୍ଭର ପଇସା ସବୁ ଶେଷ ହେବାରୁ ତୁମ୍ଭର ପଶୁମାନଙ୍କୁ ମୋତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦେବି।” 17 ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ।

18 କିନ୍ତୁ ତା’ପର ବର୍ଷ, ସେମାନଙ୍କୁ ପଶୁ ଦେଇ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନ ଥିଲା। ତେଣୁ ଲୋକମାନେ ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ଆପଣ ଜାଣନ୍ତି ଯେ ଆମ୍ଭ ନିକଟରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ୟ ମହାଶୟଙ୍କର ହୋଇଅଛି। ଏବେ ମହାଶୟଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ। 19 ନିଶ୍ଚିତରେ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ। କିନ୍ତୁ ଯଦି ଆପଣ ଆମ୍ଭକୁ ଖାଦ୍ୟ ଦିଅନ୍ତି ତେବେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦେବୁ। ଏବଂ ଆମ୍ଭେ ତାଙ୍କର ଦାସ ହେବୁ। ଆମ୍ଭକୁ କିଛି ବିହନ ମଧ୍ୟ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥିରେ ଆମ୍ଭେ ନ ମରି ବଞ୍ଚିବୁ। ଏବଂ ଭୂମି ମଧ୍ୟ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗାଇବ।”

20 ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ। 21 ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶରରେ ଗ୍ଭରିଆଡ଼େ ଲୋକମାନେ ଫାରୋଙ୍କର ଦାସ ହେଲେ। 22 ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ।

23 ଏହା ପରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଆଜି ପର୍ଯ୍ୟନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲି। ଏବେ ଏହି ବିହନ ନେଇ ଭୂମିରେ ବୁଣ। 24 ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।”

25 ଲୋକମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”

26 ପଞ୍ଚମାଂଶ ଫାରୋ ପାଇବେ। ମିଶରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି। କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:16-27

16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। 17 ତା’ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। 18 ତା’ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। 20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। 21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। 22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। 23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।

24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼। 25 ଖେଳରେ ପ୍ରତ୍ୟେକ ପ୍ରତି ଯୋଗୀକୁ କଠୋର ପ୍ରଶିକ୍ଷଣ ନେବାକୁ ହୁଏ। ସେମାନେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାୟୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ। 26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। 27 ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।

ମାର୍କ ଲିଖିତ ସୁସମାଗ୍ଭର 6:47-56

47 ସନ୍ଧ୍ୟା ହେବା ପରେ ମଧ୍ୟ ଡଙ୍ଗାଟି ହ୍ରଦ ମଝିରେ ଥିଲା ଓ ଯୀଶୁ ସ୍ଥଳ ଭାଗରେ ଏକୁଟିଆ ଥିଲେ। 48 ଯୀଶୁ ଦେଖିଲେ ଯେ ଶିଷ୍ୟମାନଙ୍କୁ ଡଙ୍ଗାରେ ଆହୁଲା ମାରିବା ପାଇଁ ବଡ଼ ଅସୁବିଧା ହେଉଛି। କାରଣ ସେତେବେଳେ ପବନ ତାହାଙ୍କର ବିପରୀତ ଦିଗରେ ବହୁଥିଲା। ପ୍ରାତଃକାଳର ପ୍ରାୟ ତିନିଟାରୁ ଛଅଟା ଭିତରେ ଯୀଶୁ ହ୍ରଦ ଉପରେ ଗ୍ଭଲି ଗ୍ଭଲି ଶିଷ୍ୟମାନଙ୍କ ପାଖକୁ ଆସିଲେ। ସେ ଶିଷ୍ୟମାନଙ୍କ ପାଖଦେଇ ଯେତେବେଳେ ଆଗେଇ ଯିବା ଉପରେ, 49 ସେତେବେଳେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲୁଥିବାର ଦେଖି ତାହାଙ୍କୁ ଭୂତ ବୋଲି ଭାବିନେଲେ। ସେମାନେ ଚିତ୍କାର କରିବାକୁ ଲାଗିଲେ। 50 ସମସ୍ତ ଶିଷ୍ୟମାନେ ଯେମିତି ତାହାଙ୍କୁ ଦେଖିଲେ ସେମାନେ ଡରିଗଲେ। ଯୀଶୁ ତୁରନ୍ତ ସେମାନଙ୍କୁ କହିଲେ, “ସାହସ ଧର। ଏହି ମୁଁ, ଭୟ କର ନାହିଁ।” 51 ତା’ପରେ ସେ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଚଢ଼ିଗଲେ। ପବନ ବନ୍ଦ ହୋଇଗଲା। ଏଥିରେ ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। 52 ସେମାନେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ଯ୍ୟକାର୍ଯ୍ୟକୁ ବୁଝି ପାରି ନ ଥିଲେ। ସେମାନଙ୍କ ବୁଦ୍ଧି ଜଡ଼ ହୋଇଯାଇଥିଲା।

ଯୀଶୁ ବହୁତ ଲୋକଙ୍କୁ ସୁସ୍ଥ କଲେ(A)

53 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସର‌ତ୍‌ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ। 54 ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ। 55 ତା’ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ। 56 ଯୀଶୁ ସେ ଅଞ୍ଚଳର ନଗର, ଗାଁ ଓ ପୁରପଲ୍ଲୀ ଯେଉଁଆଡ଼େ ଗଲେ, ଲୋକେ ରୋଗୀମାନଙ୍କୁ ସେଠାକାର ହାଟ ବଜାରରେ ଥୋଇ ଦେଇ ତାହାଙ୍କୁ ଅନୁରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସେମାନଙ୍କୁ ଛୁଇଁ ଦେବାକୁ ସୁଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center