Book of Common Prayer
ଇଷ୍ରାହୀୟ ଏଥନର ମସ୍କୀଲ୍।
89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
2 ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”
3 ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
4 ‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା
5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
6 ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
“ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
7 ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
8 ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
9 ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
ସେ ଏକ ଶବପରି ଥିଲା।
ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
ତୁମ୍ଭର ଶକ୍ତି ମହାନ।
ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅଦ୍ଭୂତ ଶକ୍ତି।
ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।” ସେଲା
38 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୋଧ ହୋଇଅଛି,
ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ୟାଗ କରିଅଛ।
39 ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଙ୍ଗ କରିଅଛ।
ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛ।
40 ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ।
ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ୱଂସ କରିଅଛ।
41 ପଥ ଦେଇ ଯିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି।
ଆପଣା ପ୍ରତିବାସୀମାନେ ତାଙ୍କୁ ପରିହାସ କରନ୍ତି।
42 ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ।
ତୁମ୍ଭେ ତା'ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।
43 ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ।
ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।
44 ତୁମ୍ଭେ ତାଙ୍କୁ ଜିତିବାକୁ ଦେଇ ନାହଁ।
ତୁମ୍ଭେ ତା'ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
45 ତୁମ୍ଭେ ତା'ର ଜୀବନକୁ କ୍ଷୀଣ କଲ।
ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ। ସେଲା
46 ହେ ସଦାପ୍ରଭୁ, ଏହିପରି କେତେ ଦିନ ଗ୍ଭଲିବ?
ତୁମ୍ଭେ କ’ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚେଇ ରହିବ?
ତୁମ୍ଭର କ୍ରୋଧ କ’ଣ ଚିରକାଳ ଅଗ୍ନି ତୁଲ୍ୟ ଜଳିବ?
47 ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ।
ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।
48 ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି କେବେବି ନ ମରି ବଞ୍ଚି ରହିବ।
ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି ସମାଧିରୁ ରକ୍ଷା ପାଇ ପାରିବ। ସେଲା
49 ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା?
ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।
50 ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।
51 ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି,
ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ।
ଆମେନ୍! ଆମେନ୍!
ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ
49 ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି।
2 “ହେ ଯାକୁବର ପୁତ୍ରଗଣ ଏକତ୍ର ହୋଇ ମୋ’ କଥା ଶୁଣ।
ତୁମ୍ଭେମାନେ ତୁମ୍ଭର ପିତା, ଇସ୍ରାଏଲଙ୍କ କଥା ଶୁଣ।
ରୁବେନ୍
3 “ହେ ମୋର ପ୍ରଥମ ପୁତ୍ର ରୁବେନ୍,
ତୁମ୍ଭେ ମୋର ପ୍ରଥମଜାତ ପୁତ୍ର।
ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ
ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ
ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।
4 କିନ୍ତୁ ତୁମ୍ଭର ଆବେଗ ବନ୍ୟା ତୁଲ୍ୟ ଥିଲା, ତୁମ୍ଭେ ନିୟନ୍ତ୍ରଣ କରିପାରିଲ ନାହିଁ।
ତୁମ୍ଭର ପ୍ରଧାନତା ରହିବ ନାହିଁ।
କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ।
ତେବେ ତାହା ଅଶୁଚି କଲ।
ଶିମିୟୋନ ଓ ଲେବୀ
5 “ଶିମିୟୋନ ଓ ଲେବୀ ଦୁଇ ସହୋଦର,
ସେମାନଙ୍କର ଖଡ଼୍ଗ ଦୌରାତ୍ମ୍ୟର ଅସ୍ତ୍ର।
6 ସେମାନେ ଗୁପ୍ତରେ ମନ୍ଦ ଯୋଜନା କରନ୍ତି।
ହେ ମୋର ପ୍ରାଣ ସେମାନଙ୍କର ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ।
ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ, କାରଣ ସେମାନେ କ୍ରୋଧିତ ଥିଲାବେଳେ ମନୁଷ୍ୟମାନଙ୍କୁ ହତ୍ୟା
ଏବଂ ସେମାନଙ୍କ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ୟା କଲେ।
7 ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ।
କାରଣ ତାହା ପ୍ରଚଣ୍ଡ ଥିଲା।
ସେମାନଙ୍କ କୋପ ଅଭିଶପ୍ତ ହେଉ,
କାରଣ ତାହା ନିଷ୍ଠୁର ଥିଲା।
ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି।
ଏବଂ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
ଯିହୁଦା
8 “ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ।
ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ।
ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।
9 ଯିହୁଦା ଏକ ସିଂହ ପରି ଅଟେ।
ହେ ମୋହର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ।
ସେ ବିଶ୍ରାମ ନେବା ପାଇଁ ଗଡ଼ିପଡ଼େ।
ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା।
କେହି ତାହାକୁ ଉଠାଇ ପାରବ ନାହିଁ।
10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ
ଓ ତା'ର ଚରଣ ଦ୍ୱୟ ମଧ୍ୟରୁ
ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ।
ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ।
ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ।
ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ।
12 ତା'ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ
ଏବଂ ତା'ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହେବ।
ସବୂଲୂନ୍
13 “ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ।
ସେ ଜାହାଜର ଆଶ୍ରିତ ବନ୍ଦର ହେବ।
ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।
ଇଷାଖର
14 “ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ।
ଭାରି ବୋଝ ବହିଲା ପରେ ସେ ଶୁଏ।
15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ
ଓ ଦେଶକୁ ସୁରମ୍ୟ ଦେଖିବ।
ଏହା ପରେ ସେ ଭାରି ଭାର ବୋହିବା ପାଇଁ ରାଜି ହେବ।
ସେ ବେଠିକାମ କରିବାକୁ ରାଜି ହେବ।
ଦାନ
16 “ଦାନ, ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ
ଆପଣା ଆପଣା ଲୋକମାନଙ୍କର ବିଗ୍ଭର କରିବ।
17 ଦାନ ପଥସ୍ଥିତ ସର୍ପ ତୁଲ୍ୟ
ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ୟ।
ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ
ଅଶ୍ୱାରୋହୀମାନେ ଭୂମିରେ ଲୋଟନ୍ତି।
18 “ହେ ସଦାପ୍ରଭୁ, ମୁଁ ତୁମ୍ଭ ଦ୍ୱାରା ପରିତ୍ରାଣର ଅପେକ୍ଷାରେ ଅଛି।
ଗାଦ୍
19 “ସୈନ୍ୟଦଳ ଗାଦକୁ ଆକ୍ରମଣ କରିବେ।
କିନ୍ତୁ ଗାଦ୍ ସେମାନଙ୍କୁ ପଛରୁ ଆକ୍ରମଣ କରିବ।
ଆଶେର
20 “ଆଶେର ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ।
ସେ ରାଜାଙ୍କୁ ରାଜକୀୟ ଭକ୍ଷ୍ୟ ଯୋଗାଇବ।
ନପ୍ତାଲି
21 “ନପ୍ତାଲି ଏକ ମନୋହର ହରିଣୀ ସ୍ୱରୂପ,
ସେ ଆନନ୍ଦଦାୟକ ବାକ୍ୟ କହିବ।
ଯୋଷେଫ
22 “ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ।
ସେ ନିର୍ଝର ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ।
ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।
23 ଧନୁର୍ଦ୍ଧରମାନେ ତାଙ୍କୁ ଅତିଶୟ କ୍ଳେଶ ଦେଇଛନ୍ତି।
ପୁଣି ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।
24 କିନ୍ତୁ ତାହାର ଧନୁ ଦୃଢ଼ ଥିଲା
ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳୀ
ପରମେଶ୍ୱର ଇସ୍ରାଏଲର ମେଷପାଳକଠାରୁ
କୌଶଳ ପ୍ରାପ୍ତ ହୋଇଥିଲା।
25 ପୈତୃକ ପରମେଶ୍ୱର, ସାହାଯ୍ୟ କରିବେ
ଏବଂ ସର୍ବଶକ୍ତିମାନ ପରମେଶ୍ୱର ସ୍ୱର୍ଗରୁ
ତୁମ୍ଭଙ୍କୁ ଆଶୀର୍ବାଦ ଦେବେ।
ଆକାଶରୁ, ଗଭୀର ସାଗରରୁ, ଗର୍ଭାଶୟ ସ୍ତନ
ବାରିଧିରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ।
26 ତୁମ୍ଭର ପିତାଙ୍କ ଆଶୀର୍ବାଦ
ପ୍ରାଚୀନ ପର୍ବତଠାରୁ ଅଧିକ ଏବଂ ଭଲ ବିଷୟ
ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ହେବ।
ଯୋଷେଫ ଯିଏ କି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସେହି ଆଶୀର୍ବାଦ ସମସ୍ତ ଭୋଗ କରୁ।
ବିନ୍ୟାମୀନ
27 “ବିନ୍ୟାମୀନ ଏକ ଭୋକିଲା ଗଧିଆ ତୁଲ୍ୟ।
ପ୍ରଭାତରେ ସେ ଶିକାର କରି ଖାଏ।
ଅବଶିଷ୍ଟାଂଶ ସନ୍ଧ୍ୟାରେ ସେ ଦୁହେଁ ଭାଗ କରନ୍ତି।”
28 ଏମାନେ ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି, ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ।
14 ତା'ହେଲେ ତୁମ୍ଭେମାନେ ସମସ୍ତ କିଛି ସହି ପାରିବ। ମୋର ପ୍ରିୟ ବନ୍ଧୁଗଣ! ଶେଷରେ ମୁଁ କହୁଛି ଯେ, ମୂର୍ତ୍ତି ପୂଜାରୁ ଦୂରରେ ରୁହ। 15 ତୁମ୍ଭେମାନେ ବୁଦ୍ଧିମାନ, ତେଣୁ ମୁଁ ଏହା କହୁଛି। ମୁଁ ଯାହା କହୁଛି, ତୁମ୍ଭେମାନେ ନିଜେ ପରୀକ୍ଷା କରି ଦେଖ। 16 ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି? 17 କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର।
18 ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି? 19 ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ। 20 କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ। 21 ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ[a] ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ। 22 ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!
ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର
23 “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ। 24 କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।
25 ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ। 26 ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”(A)
27 ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ। 28 ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି। 29 ତୁମ୍ଭେମାନେ ଏହାକୁ ଭୁଲ୍ ବିବେଚନା କର ବୋଲି ମୁଁ ତୁମ୍ଭମାନଙ୍କୁ କହୁ ନାହିଁ କିନ୍ତୁ ଅନ୍ୟ ଲୋକ ଏହାକୁ ବିବେଚନା କରୁ ଥିବାରୁ ମୁଁ ଏହାକୁ ଖାଇବି ନାହିଁ। ଅନ୍ୟର ମନୋଭାବ ହେତୁ ମୋ’ ନିଜର ସ୍ୱାଧୀନତାରେ ଆଞ୍ଚ ଆଣିବାକୁ ଇଚ୍ଛା କରୁ ନାହିଁ। 30 କାରଣ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସାରି ଭୋଜନ କରିଥିବା ଯୋଗୁଁ ମୁଁ ସମାଲୋଚିତ ହେବା ଅନୁଚିତ୍।
31 ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍। 32 ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ। 33 ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।
11 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।
ଯୀଶୁ ଜଣେ ଅଣଯିହୂଦୀ ସ୍ତ୍ରୀଲୋକକୁ ସାହାଯ୍ୟ କଲେ
(ମାଥିଉ 15:21-28)
24 ଯୀଶୁ ସେ ସ୍ଥାନ ଛାଡ଼ି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଗ୍ଭହୁଁ ନ ଥିଲେ ଯେ, କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସେଠାରେ ଲୁଚି ରହି ପାରିଲେ ନାହିଁ। 25 ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା'ର ଝିଅ ଦେହରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡ଼ିଗଲା। 26 ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସୁର ଫୈନୀକୀୟାଠାରେ ଜନ୍ମ ହୋଇଥିଲା। ସେ ତା’ ଝିଅଠାରୁ ଭୂତକୁ ବାହାର କରି ଦେବା ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।
27 ଯୀଶୁ ତାହାକୁ କହିଲେ, “ପ୍ରଥମେ ପିଲାମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନେଇ ଯାଇ କୁକୁରମାନଙ୍କ ଆଗରେ ଫିଙ୍ଗି ଦେବା ଠିକ୍ ନୁହେଁ।”
28 ସେ ସ୍ତ୍ରୀ ଲୋକଟି ଉତ୍ତର ଦେଲୋ, “ହେ ପ୍ରଭୁ, ତାହା ସତ୍ୟ, କିନ୍ତୁ ପିଲାମାନେ ଖାଉଥିବା ସମୟରେ ତଳକୁ ଖସି ପଡ଼ୁଥିବା ଖାଦ୍ୟର ଟିକି ଟିକି ଅଂଶତକ ଟେବୁଲ ତଳେ ଥିବା କୁକୁରମାନେ ମଧ୍ୟ ଖାଇ ଥା’ନ୍ତି।”
29 ତା'ପରେ ଯୀଶୁ ସେହି ସ୍ତ୍ରୀଲୋକଟିକୁ କହିଲେ, “ଏହା ହିଁ ଉପଯୁକ୍ତ ଉତ୍ତର। ଏବେ ତୁମ୍ଭେ ଘରକୁ ଯାଇ ପାର। ଭୂତ ତୁମ୍ଭର ଝିଅକୁ ଛାଡ଼ି ଗ୍ଭଲି ଗଲାଣି।”
30 ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଗ୍ଭଲି ଯାଇଛିା
ଯୀଶୁ ଜଣେ ମୂକ ବଧିର ଲୋକକୁ ସୁସ୍ଥ କଲେ
31 ତା'ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ। 32 ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।
33 ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା'ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ। 34 ଯୀଶୁ ପୁଣି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଦୀର୍ଘ ନିଶ୍ୱାସ ପକାଇଲେ। ସେ ଲୋକଟିକୁ କହିଲେ, 35 “ଇପ୍ପଥଃ” ଅର୍ଥାତ ‘ଖୋଲିଯାଉ। ତତ୍କ୍ଷଣାତ୍ ତା'ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।
36 ଯୀଶୁ ସେମାନଙ୍କୁ ଆଜ୍ଞା ଦେଲେ ଯେ ଏ ବିଷୟରେ କାହାକୁ କିଛି ଯେପରି ନ କୁହନ୍ତି। ଯୀଶୁ ସଦାବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସେମାନେ ଅନ୍ୟ କାହାକୁ ତାହାଙ୍କ ବିଷୟରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମରେ ଲୋକେ ତାହାଙ୍କ ବିଷୟରେ ଅଧିକରୁ ଅଧିକ ପ୍ରଗ୍ଭର କରୁଥିଲେ। 37 ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”
2010 by World Bible Translation Center