Book of Common Prayer
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଦାଉଦଙ୍କର ଏକ ଗୀତ।
21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
8 ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।
13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
110 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ,
“ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ।
ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”
2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ,
ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
3 ତୁମ୍ଭ ପରାକ୍ରମର ଦିନରେ,
ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ,
ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ।
ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ।
ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ
କାକର ଟୋପା ପରି ବେଢ଼ି ରହିବେ।
4 ସଦାପ୍ରଭୁ ପ୍ରତିଜ୍ଞା କଲେ,
ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ।
“ଯାଜକ ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”
5 ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ।
ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ।
ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।
7 ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ
ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ [a] ଉତ୍ତର ଦେଲେ।
3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
କବର ତା’ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
5 ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି।
ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି।
ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ।
7 ହେ ମୋର ପ୍ରାଣ ବିଶ୍ରାମ କର।
ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
8 ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ।
ମୋର ଲୋତକ ବନ୍ଦ କଲ।
ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କର।
9 ଜୀବିତମାନଙ୍କ ଦେଶରେ
ମୁଁ ସଦାପ୍ରଭୁଙ୍କ ସେବା କରିବି।
10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି”
ତଥାପି ମୁଁ ବିଶ୍ୱାସ କଲି।
11 ମୁଁ ଯେତେବେଳେ ଭୟରେ ଥିଲି, କହିଲି,
“ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।”
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Water From the Rock
17 ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା। 2 ତେଣୁ ଲୋକମାନେ ମୋଶାଙ୍କ ନିକଟକୁ ଗଲେ ଓ ଅଭିଯୋଗ କଲେ। “ଆମ୍ଭକୁ ପିଇବାକୁ ପାଣି ଦିଅ।”
ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ କାହିଁକି କଳି କରୁଛ? ତୁମ୍ଭେମାନେ ସଦାପ୍ରଭୁଙ୍କୁ କାହିଁକି ପରୀକ୍ଷା କରୁଛ?”
3 କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୃଷାର୍ତ୍ତ ଥିଲେ। ତେଣୁ ସେମାନେ ମୋଶାଙ୍କୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ’ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠାରେ ମରିବା ପାଇଁ?”
4 ତେଣୁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, “ମୁଁ ଏହି ଲୋକମାନଙ୍କ ପାଇଁ କ’ଣ କରିବି? ସେମାନେ ମୋତେ ପଥର ମାରି ହତ୍ୟା କରିବାକୁ ପ୍ରସ୍ତୁତ।”
5 ସଦାପ୍ରଭୁ, ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯାଅ। କେତେକ ଇସ୍ରାଏଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡ଼ି ମଧ୍ୟ ତୁମ୍ଭ ସହିତ ନିଅ। ସେହି ଆଶାବାଡ଼ି ନିଅ ଯେଉଁଥିରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ। 6 ମୁଁ ତୁମ୍ଭ ସମ୍ମୁଖରେ ହୋରେବରେ ସେହି ଶୈଳ ଉପରେ ଠିଆ ହେବି। ସେହି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରି ପାରିବେ।”
ଇସ୍ରାଏଲର ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋଶା ସେହିପରି କଲେ। 7 ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?
War With the Amalekites
8 ରଫୀଦୀମରେ ଅମାଲେକୀୟମାନେ ଆସିଲେ ଓ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। 9 ତେଣୁ ମୋଶା ଯିହୋଶୂୟଙ୍କୁ କହିଲେ, “ଶତ୍ରୁ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ କେତେକ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହୋଇ ତାହା ଦେଖିବି। ପରମେଶ୍ୱରଙ୍କ ଆଶାବାଡ଼ିଟିକୁ ମୋ’ ସହିତ ନେଇଯିବି।”
10 ଯିହୋଶୂୟ ମୋଶାଙ୍କର କଥାମାନି ତା’ ପରଦିନ ଅମାଲେକୀୟମାନଙ୍କ ସହ ଯୁଦ୍ଧ ପାଇଁ ଗଲେ। ସେହି ସମୟରେ ମୋଶା, ହାରୋଣ ଓ ହୂର ପର୍ବତ ଉପରକୁ ଗଲେ। 11 ଯେତେବେଳେ ମୋଶା ତାଙ୍କର ହସ୍ତ ଉପରକୁ କଲେ ସେତେବେଳେ ଇସ୍ରାଏଲୀୟ ବିଜୟ ହେଲେ ଓ ଯେତେବେଳେ ମୋଶା ତାଙ୍କର ହାତ ତଳକୁ ରଖିଲେ, ସେତେବେଳେ ଇସ୍ରାଏଲୀୟମାନେ ପରାସ୍ତ ହେଲେ।”
12 କିଛି ସମୟ ପରେ, ଯେହେତୁ ମୋଶାଙ୍କର ହାତ କ୍ଳାନ୍ତ ହୋଇଗଲା ତେଣୁ ସେମାନେ ଏକ ବିରାଟ ପଥର ଖଣ୍ଡ ଆଣି ମୋଶାଙ୍କ ଆଗରେ ପକାଇଲେ ସେ ବସିବା ପାଇଁ। ଏହା ପରେ ହାରୋଣ ଓ ହୂର ମୋଶାଙ୍କର ହାତକୁ ଉପରକୁ ଟେକି ଧରିଲେ। ହାରୋଣ ଗୋଟିଏ ପାର୍ଶ୍ୱରେ ଓ ହୂର ଅନ୍ୟ ଏକ ପାର୍ଶ୍ୱରେ ରହିଲା। ସେମାନେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ। 13 ତେଣୁ ଯିହୋଶୂୟ ଏବଂ ତାଙ୍କର ଲୋକମାନେ ଅମାଲେକୀୟମାନଙ୍କୁ ସେହି ଯୁଦ୍ଧରେ ପରାସ୍ତ କଲେ।
14 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳରେ ଲୋକମାନେ ମନେରଖି ପାରିବେ ଏଠାରେ ଯାହାସବୁ ଘଟିଥିଲା। ଏବଂ ଯିହୋଶୂୟଙ୍କ ପାଖରେ ସେହି ପୁସ୍ତକ ପଢ଼। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲେକୀୟମାନଙ୍କୁ ଏହି ପୃଥିବୀରୁ ଧ୍ୱଂସ କରିବି।”
15 ଏହା ପରେ ମୋଶା ଏକ ଯଜ୍ଞବେଦି ସ୍ଥାପନ କଲେ। ମୋଶା ଏହାର ନାମ ଦେଲେ, ଯିହୋବାଃ-ନିଃଷି “ସଦାପ୍ରଭୁ ମୋର ଧ୍ୱଜା ରଖିଲେ।” 16 ମୋଶା କହିଲେ, “ମୁଁ ସଦାପ୍ରଭୁଙ୍କର ସିଂହାସନ ଆଡ଼କୁ ହାତ ଉଠାଇଲି, ତେଣୁ ସଦାପ୍ରଭୁ ଅମାଲେକ ବିରୁଦ୍ଧରେ ଯୁଦ୍ଧ କଲେ, ଯେପରି ସେ ସର୍ବଦା କରିଥିଲେ।”
ପରମେଶ୍ୱରଙ୍କ ଦାନଗୁଡ଼ିକର ଭଲ ତତ୍ତ୍ୱାବଧାରକ ହୁଅ
7 ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ। 8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର। 9 ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ। 10 ତୁମ୍ଭ ମଧ୍ୟରୁ ପ୍ରତ୍ୟେକେ ଗୋଟିଏ ଗୋଟିଏ ଆଧ୍ୟାତ୍ମିକ ଦାନ ପରମେଶ୍ୱରଙ୍କଠାରୁ ପାଇଛ। ପରମେଶ୍ୱର ଅନେକ ପ୍ରକାରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦେଖାଇଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାୟିତ୍ୱପୂର୍ଣ୍ଣ ସହିତ ପରମେଶ୍ୱରଙ୍କ ସେବକ ଭଳି ବ୍ୟବହାର କର। ଅତଏବ ଭଲ ସେବକ ହୋଇ ପରସ୍ପରର ସେବାରେ ସେଗୁଡ଼ିକୁ ଲଗାଅ। 11 ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
ଖ୍ରୀଷ୍ଟିୟାନ ଭାବରେ ଯାତନା ସହିବା
12 ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି। 13 ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ। 14 ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା। 15 ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ। 16 ତୁମ୍ଭେ ସେହି ଖ୍ରୀଷ୍ଟିୟାନ ନାମଟି ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। 17 ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?
18 “ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ।
ତା’ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?” (A)
19 ଅତଏବ ଯେଉଁ ଲୋକମାନେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଯାତନା ଭୋଗ କରୁଛନ୍ତି, ସେମାନେ ତାହାଙ୍କୁ ସେମାନଙ୍କର ଆତ୍ମା ବିଶ୍ୱାସପୂର୍ବକ ସମର୍ପଣ କରିଦେବା ଉଚିତ୍। ପରମେଶ୍ୱର ସେମାନଙ୍କୁ ଗଠନ କରିଛନ୍ତି ଓ ତେଣୁ ସେମାନେ ତାହାଙ୍କୁ ବିଶ୍ୱାସ କରି ପାରିବେ। ଅତଏବ ସେମାନେ ଭଲ କାମ କରି ଗ୍ଭଲିବା ଉଚିତ୍।
ଦୁଃଖ ସୁଖରେ ପରିଣତ ହେବ
16 “ତୁମ୍ଭେ ମୋତେ ଅଳ୍ପ ସମୟ ପରେ ଆଉ ଦେଖିବ ନାହିଁ। ତା’ପରେ ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ପୁଣି ଦେଖିବ।”
17 କେତେଜଣ ଶିଷ୍ୟ ପରସ୍ପରକୁ କହିଲେ, “ଯୀଶୁଙ୍କର ଏପରି କହିବା ଅର୍ଥ କ’ଣ, ‘ଅଳ୍ପ ସମୟ ପରେ ତୁମ୍ଭେ ମୋତେ ଦେଖି ପାରିବ ନାହିଁ। ପୁଣି ଆଉ ଅଳ୍ପକ୍ଷଣ ଉତ୍ତାରେ ତୁମ୍ଭେ ମୋତେ ଦେଖି ପାରିବ।” ପିତାଙ୍କ ନିକଟକୁ ଯିବାର ଅର୍ଥ କ’ଣ? ତାହାଙ୍କ କଥାର ଅର୍ଥ ତ ଆମ୍ଭେ କିଛି ବୁଝି ପାରୁ ନାହୁଁ। 18 ଶିଷ୍ୟମାନେ ପଗ୍ଭରିଲେ, ତାହାଙ୍କ କହିବା ଅନୁସାରେ “ସେହି ‘ଅଳ୍ପ ସମୟର ଅର୍ଥ କ’ଣ?’ ସେ ଏପରି କ’ଣ କହୁଛନ୍ତି ଆମ୍ଭେ ବୁଝିପାରୁ ନାହୁଁ।”
19 ଯୀଶୁ ଜାଣିଲେ ଯେ ଶିଷ୍ୟମାନେ ତାହାଙ୍କୁ ଏ ବିଷୟରେ ପଗ୍ଭରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ମୋ’ କଥାର ଅର୍ଥ କ’ଣ, ତାହା ତୁମ୍ଭେ ପରସ୍ପରକୁ ପଗ୍ଭରୁଛ।” ମୁଁ କହିଲି, “ଅଳ୍ପକ୍ଷଣ ପରେ ତୁମ୍ଭେମାନେ ମୋତେ ଦେଖି ପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖି ପାରିବ। 20 ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ କାନ୍ଦିବ ଓ ଦୁଃଖିତ ହେବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମ୍ଭେ ଦୁଃଖୀ ହେବ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦରେ ପରିଣତ ହେବ,
21 “ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା’ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହେଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ। 22 ଏହିପରି ତୁମ୍ଭ କ୍ଷେତ୍ରରେ ମଧ୍ୟ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭକୁ ପୁଣି ଭେଟିବି ଓ ତୁମ୍ଭେମାନେ ଖୁସୀ ହେବ। କେହି ତୁମ୍ଭର ଆନନ୍ଦ ନେଇ ଯିବ ନାହିଁ। 23 ସେହି ଦିନ ତୁମ୍ଭେମାନେ ମୋତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋ’ ନାମରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦେବେ। 24 ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।
ପୃଥିବୀ ଉପରେ ବିଜୟ
25 “ମୁଁ ତୁମ୍ଭକୁ ସାଙ୍କେତିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତେବେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟରେ ସରଳ ଭାଷାରେ କହିବି। 26 ତୁମ୍ଭେ ସେହି ଦିନ ପରମପିତାଙ୍କୁ ମୋ’ ନାମରେ ଅନେକ ବିଷୟ ମାଗିବ। ମୁଁ କହୁଛି, ତୁମ୍ଭ ପାଇଁ ମୋତେ ପରମପିତାଙ୍କୁ କିଛି କହିବାର ଆବଶ୍ୟକତା ପଡ଼ିବ ନାହିଁ। 27 ପରମପିତା ତୁମ୍ଭକୁ ପ୍ରେମ କରନ୍ତି। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ତୁମ୍ଭେ ମୋତେ ପ୍ରେମ କରିଛ। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ମୁଁ ପରମେଶ୍ୱରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ୱାସ କରିଛ। 28 ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡ଼ି ପରମେଶ୍ୱରଙ୍କ ପାଖକୁ ଫେରିଯିବି।”
29 ଯୀଶୁଙ୍କର ଶିଷ୍ୟମାନେ କହିଲେ, “ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁ ନାହଁ। 30 ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁକିଛି ଜାଣ। ତୁମ୍ଭେ ଜଣକୁ ତା’ର ପ୍ରଶ୍ନ ପଗ୍ଭରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ୱାରା ଆମ୍ଭର ବିଶ୍ୱାସ ହୋଇଛି ଯେ ତୁମ୍ଭେ ପରମେଶ୍ୱରଙ୍କଠାରୁ ଆସିଛ।”
31 ଯୀଶୁ କହିଲେ, “ତେବେ ବର୍ତ୍ତମାନ ତୁମ୍ଭେ ବିଶ୍ୱାସ କରୁଛ? 32 ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହେଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି।
33 “ମୋ’ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”
2010 by World Bible Translation Center