Book of Common Prayer
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
8 ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
9 ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
ପରମେଶ୍ୱର ଇସ୍ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
ଏବଂ ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
ହାମ ଦେଶରେ ବହୁ ଅଦ୍ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।
ପରମେଶ୍ୱରଙ୍କର ପ୍ରଶଂସା କର!
ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି
24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। 2 କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”
3 ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”
4 ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। 5 ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।
6 ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ।
7 ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”
8 ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।”
9 ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ। 10 ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା। 11 ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।
ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ
12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”
13 ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ। 14 ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”
ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ
15 ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା। 16 ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। 17 ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।
18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।
8 ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା। 9 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ। 10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
11 ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଏକ ଭିନ୍ନ ପ୍ରକାରର ସୁନ୍ନତ ହୋଇଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି। 12 ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। 14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ। 15 ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।
ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ
16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) [a] ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ। 17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। 18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। 19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।
20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ: 21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” 22 ଏହି ଜାଗତିକ ନିୟମଗୁଡ଼ିକ ସେହିସବୁ ବିଷୟରେ ଅଟେ, ଯାହାକି ବ୍ୟବହାର ହେବା ପରେ ନଷ୍ଟ ହୋଇଯାଆନ୍ତି। ସେହି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ୟମାନଙ୍କଠାରୁ, ପରମେଶ୍ୱରଙ୍କଠାରୁ ନୁହେଁ। 23 ଏହି ବ୍ୟବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ୟ ମନୁଷ୍ୟ ଦ୍ୱାରା ଗଠନ କରାଯାଇଥିବା ଧର୍ମର ଗୋଟିଏ ଗୋଟିଏ ଅଂଶ, ଯାହାଦ୍ୱାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସେମାନଙ୍କୁ ସେମାନଙ୍କର ପାପ ସ୍ୱଭାବ ଓ ମନ୍ଦ କାର୍ଯ୍ୟରୁ ଦୂରରେ ରହିବା ପାଇଁ ସାହାଯ୍ୟ କରେ ନାହିଁ।
ଗାଲିଲୀରେ ଯୀଶୁ କାର୍ଯ୍ୟ ଆରମ୍ଭ କଲେ(A)
12 ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ। 13 ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ। 14 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ।
15 “ସବୂଲୂନ ଓ ନପ୍ତାଲି ପ୍ରଦେଶ,
ସମୁଦ୍ର ରାସ୍ତାର ନିକଟସ୍ଥ ଯର୍ଦ୍ଦନ ନଦୀର ପରପାରିସ୍ଥ
ଗାଲିଲୀର ଏକ ଅଣଯିହୂଦୀ ପ୍ରଦେଶ।
16 ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ,
ସେମାନେ ଏକ ମହାନ ଜ୍ୟୋତି ଦେଖିଲେ।
କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ,
ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”(B)
17 ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”
2010 by World Bible Translation Center