Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 24

ଦାଉଦଙ୍କର ସଙ୍ଗୀତ।

24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
    ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
    ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।

କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
    କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
    ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
    କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।

ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
    ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
    ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।

ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
    ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
କିଏ ସେହି ଗୌରବମୟ ରାଜା?
    ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
    ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।

ହେ ଫାଟକ ସବୁ ଖୋଲି ଯାଅ।
    ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
    ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।

ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ଗୀତସଂହିତା 8

ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
    ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
    ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
    ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
“କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
    କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”

କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
    ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
    ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
ଆକାଶର ଉଡ଼ୁଥିବା ପକ୍ଷୀମାନେ
    ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

ଗୀତସଂହିତା 84

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।

84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
    ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
    ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
    ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
    ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।

ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
    ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
    ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
    ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
    ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।

ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
    ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।

ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
    ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
    ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
    ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
    ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
    ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
    ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।

ଲେବୀୟ ପୁସ୍ତକ 8:1-13

ମୋଶା ଯାଜକମାନଙ୍କୁ ପ୍ରସ୍ତୁତ କଲେ

ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମେଷଛୁଆ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ଏକତ୍ରିତ କର। ପୁଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”

ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ସବୁ କଲେ, ସମାଗମ-ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରିତ ହେଲେ। ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହାସବୁ କରିବାକୁ ସଦାପ୍ରଭୁ ଆଦେଶ ଦେଇଛନ୍ତି, ସେଗୁଡ଼ିକ ହେଉଛି ଏହି।”

ତା’ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ। ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟିରେ ତାଙ୍କର ବେ‌‌‌ଲ୍ଟ ବାନ୍ଧିଲେ, ତାଙ୍କୁ ଗ୍ଭେଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା’ପରେ ଏଫୋଦକୁ ସିନ୍ଦୁର ବେ‌‌‌ଲ୍ଟରେ ବାନ୍ଧିଲେ। ସେ ହାରୋଣଙ୍କୁ ବୁକୁପଟା ଦେଲେ, ଆଉ ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ। ପୁଣି ତାଙ୍କ ମସ୍ତକରେ ପଗଡ଼ି ରଖିଲେ, ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।

10 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ପବିତ୍ର ତମ୍ବୁ ଓ ତହିଁ ମଧ୍ୟରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ। 11 ତା’ପରେ ସେ ଅଭିଷେକାର୍ଥକ ତୈଳ ପାଇଁ ରଖାଯାଇଥିବା ତୈଳ ନେଲେ ଏବଂ ଏହା ଯଜ୍ଞବେଦି ଉପରେ ସାତଥର ଛିଞ୍ଚିଲେ। ସେ ଯଜ୍ଞବେଦି, ତା’ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର, ରୁଖା ଓ ଅନ୍ୟାନ୍ୟ ବସ୍ତୁକୁ ପବିତ୍ର କରିବାକୁ ଅଭିଷେକ କଲେ। 12 ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ। 13 ତା’ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।

ଲେବୀୟ ପୁସ୍ତକ 8:30-36

30 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।

31 ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁ ସମ୍ମୁଖରେ ମାଂସ ରାନ୍ଧ। ‘ତୁମ୍ଭେମାନେ ମଧ୍ୟ ତାହା ସେଠାରେ ଭୋଜନ କରିବ।’ ନିଯୋଗାର୍ଥକ ଡାଲାରେ ଥିବା ରୋଟୀ ନେଇ ଏକାଠି ଭୋଜନ କର। 32 ଯାହା ମାଂସ ଓ ରୋଟୀ ଅବଶିଷ୍ଟ ରହିବ ତାକୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ। 33 ଆଉ ପଦ ଅଭିଷେକ ଉତ୍ସବ ସାତ ଦିନ ଧରି ଗ୍ଭଲିବ। ତୁମ୍ଭେମାନେ ଏହି ସାତ ଦିନ ଯାଏ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ। କାରଣ ପୌରହିତ୍ୟ ନିଶ୍ଚୟ ସାତ ଦିନ ଯାଏ ଗ୍ଭଲିବ। 34 ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ସେସବୁ ଆଜ୍ଞା ଦେଇଛନ୍ତି। 35 ତୁମ୍ଭେମାନେ ସାତ ଦିନ ଧରି ଦିବାରାତ୍ରି ସମାଗମ-ତମ୍ବୁ ଦ୍ୱାରରେ ରହିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ରକ୍ଷା ପାଇବ। ଏହା ପାଳନ ନ କଲେ ତୁମ୍ଭେମାନେ ମୃତ୍ୟୁବରଣ କରିବ କାରଣ ସଦାପ୍ରଭୁ ମୋତେ ଏହି ଆଜ୍ଞା ଦେଇଛନ୍ତି।”

36 ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।

ଏବ୍ରୀ 12:1-14

ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍

12 ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍। ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି। ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।

ପରମେଶ୍ୱର ପିତାତୁଲ୍ୟ

ତୁମ୍ଭେମାନେ ପାପ ବିରୁଦ୍ଧରେ ସଂଗ୍ରାମ କରୁଛ, କିନ୍ତୁ ସେହି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୋଇପାରି ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ:

“ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ,
    ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ।
ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି,
    ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।” (A)

ଅତଏବ ପ୍ରତ୍ୟେକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତା’ର ପୁତ୍ର ପ୍ରତି ଯେଭଳି ବ୍ୟବହାର କରେ, ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ସେହିପରି ବ୍ୟବହାର କରନ୍ତି। ପ୍ରତ୍ୟେକ ପୁତ୍ର ପିତା ଦ୍ୱାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭେମାନେ କେବେ ଦଣ୍ଡ ପାଇ ନାହଁ ପ୍ରତ୍ୟେକ ପୁତ୍ର ଦଣ୍ଡ ପାଇବା ଉଚିତ୍, ତାହାହେଲେ ତୁମ୍ଭେମାନେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ। ଏହି ପୃଥିବୀରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସେମାନେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦେଖାଇଲୁ। ଅତଏବ ଏହା ଅଧିକ ଗୁରୁତ୍ୱପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା। 10 ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି। 11 ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହୁଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳରେ, ଦଣ୍ଡ ପାଇବା ଦ୍ୱାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।

ଜୀବନ ପଦ୍ଧତି ବିଷୟରେ ସାବଧାନ ରୁହ

12 ତୁମ୍ଭେମାନେ ଦୁର୍ବଳ ହୋଇ ଯାଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର। 13 ଧାର୍ମିକ ହୋଇ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହେବାର କାରଣ ହେବ ନାହିଁ, ଓ ତୁମ୍ଭେମାନେ ରକ୍ଷା ପାଇ ପାରିବ।

14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣକର ଜୀବନ ପବିତ୍ର ନୁହେଁ, ତା’ହେଲେ ସେ ପ୍ରଭୁଙ୍କୁ କେବେ ହେଲେ ଦେଖି ପାରିବ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 4:16-30

ଯୀଶୁ ତାଙ୍କର ନିଜ ସହରକୁ ଗଲେ(A)

16 ତା’ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ। 17 ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ:

18 “ପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଛି।
    ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି।
ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି,
    ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି
ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ
19     ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।” (B)

20 ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା’ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା। 21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।”

22 ପ୍ରତ୍ୟେକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ୟ ବାହାରି ଆସୁଥିଲା, ସେଥିରେ ସମସ୍ତେ ବିସ୍ମିତ ହୋଇ ଯାଉଥିଲେ। ସେମାନେ କହୁଥିଲେ, “ଏ କ’ଣ ଯୋଷେଫଙ୍କ ପୁଅ ନୁହେଁ?”

23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଜାଣିଛି ଯେ, ତୁମ୍ଭେମାନେ ମୋତେ ସେହି ପୁରୁଣା ଉକ୍ତିଟି କହିବ, ‘ଆରେ ବଇଦ, ଆଗ ନିଜକୁ ଭଲ କର।’ ତୁମ୍ଭେ କହିବିକୁ ଗ୍ଭହୁଁଛ, କଫର୍ନାହୂମରେ ତୁମ୍ଭେ ଯାହାସବୁ କରୁଛ ବୋଲି ଆମ୍ଭେମାନେ ଶୁଣିଛୁ, ସେହିସବୁ ଏବେ ନିଜ ପୈତୃକ ନଗରରେ ମଧ୍ୟ କର।” 24 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟ‌ଦ୍‌ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ।

25 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏଲିୟଙ୍କ ସମୟରେ ଇସ୍ରାଏଲରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶରେ ଭୀଷଣ ଦୁର୍ଭିକ୍ଷ ପଡ଼ିଲା, ସେତେବେଳେ ଇସ୍ରାଏଲରେ ବହୁ ସଂଖ୍ୟାରେ ବିଧବା ଥିଲେ। 26 କିନ୍ତୁ ଏଲିୟଙ୍କୁ ସେମାନଙ୍କ ମଧ୍ୟରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କେବଳ ସୀଦୋନ ଅଞ୍ଚଳର ସାରିଫତରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।

27 “ଆହୁରି ମଧ୍ୟ ଭବିଷ୍ୟ‌ଦ୍‌ବକ୍ତା ଏଲୀଶାୟଙ୍କ ସମୟରେ ଇସ୍ରାଏଲରେ ଅନେକ କୁଷ୍ଠରୋଗୀ ଥିଲେ। ତଥାପି ସେମାନଙ୍କ ମଧ୍ୟରୁ, କାହାରିକୁ ଆରୋଗ୍ୟ କରାଯାଇ ନ ଥିଲା। କେବଳ ସୁରିଆ ଦେଶର ନାମା‌ନଙ୍କୁ ଆରୋଗ୍ୟ କରାଯାଇଥିଲା। ନାମାନ୍ ଇସ୍ରାଏଲର ଲୋକ ନ ଥିଲେ।”

28 ସମାଜଗୃହରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ। 29 ଲୋକମାନେ ଉଠି ପଡ଼ିଲେ ଓ ଜୋର୍ ଜବରଦସ୍ତି ଯୀଶୁଙ୍କୁ ନଗର ମଧ୍ୟରୁ ବାହାର କରିଦେଲେ। ସେମାନଙ୍କ ନଗର ଗୋଟିଏ ପାହାଡ଼ ଉପରେ ନିର୍ମିତ ଥିଲା। ସେମାନେ ଯୀଶୁଙ୍କୁ ପାହାଡ଼ର ଧାରକୁ ନେଇଗଲେ। ସେମାନେ ଯୀଶୁଙ୍କୁ ସେଠାରୁ ତଳକୁ ଫିଙ୍ଗି ଦେବାକୁ ଗ୍ଭହୁଁଥିଲେ। 30 କିନ୍ତୁ ଯୀଶୁ ସେମାନଙ୍କ ମଧ୍ୟଦେଇ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center