Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 25

ଦାଉଦଙ୍କର ଗୀତ।

25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
    ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
    ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
    କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
    ସେମାନେ କିଛି ପାଇବେ ନାହିଁ।

ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
    ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
    ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
    ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
    ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
    ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।

ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
    ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
    ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
    ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।

11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି।
    କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର।
    କାରଣ ତୁମ୍ଭେ ମହାନ।

12 ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ,
    ତା'ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।
13 ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ
    ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।
14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି।
    ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।
15 ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ।
    ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।

16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ।
    ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ।
17 ମୋତେ ବିପଦରୁ ମୁକ୍ତ କର।
    ମୋର ସମସ୍ୟାର ସମାଧାନରେ ସହାୟକ ହୁଅ।
18 ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର।
    ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।
19 ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ।
    ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।
20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର।
    ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି।
    ତେଣୁ ମୋତେ ନିରାଶ କର ନାହିଁ।
21 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ।
    ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
22 ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ
    ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।

ଗୀତସଂହିତା 9

ପ୍ରଧାନ ବାଦ୍ୟକର ନିମନ୍ତେ ବେ‌‌ନ୍‌‌ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ।

ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ।
    ହେ ସଦାପ୍ରଭୁ, ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
ଯେତେବେଳେ ସେମାନେ ମୋ'ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ,
    ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।

ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ।
ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ।
    ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା'ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ।
    ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ।
    ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ।
    ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି।
    ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ।
    ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ।
    ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।

କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ,
    ସେ ତାହାଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି।
    ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି।
    ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
    କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
    ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।

10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
    ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ, ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
    ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।

11 ହେ ସିୟୋନ ନିବାସୀ, ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
    ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
    ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।

13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
    ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
    ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା'ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
    ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”

15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
    ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି, କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
    ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା

17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
    ସେମାନେ ମନ୍ଦ ଲୋକ ଅଟନ୍ତି।
    ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
    ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
    କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।

19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
    ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
    ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି। ସେଲା

ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

ହିତୋପଦେଶ 10:1-12

ଶଲୋମନଙ୍କର ହିତୋପଦେଶ

10 ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତୋପଦେଶ।

ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।

ଯଦି ଜଣେ କୁକର୍ମ କରି ଧନ ଅର୍ଜ୍ଜନ କରେ, ତେବେ ତାହା କାର୍ଯ୍ୟରେ ଲାଗେ ନାହିଁ। ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ।

ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ୟକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।

ଅଳସୁଆ ଦରିଦ୍ର ହେବ; ପରିଶ୍ରମୀ ଲୋକ ଧନୀ ହେବ।

ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ୟ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ୟକ୍ତି ଏହି ସମୟରେ ଶୋଇପଡ଼େ, ତାହା ଲଜ୍ଜାଜନକ।

ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ଷେ, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୁଏ।

ଧାର୍ମିକ ଲୋକମାନେ ଆଦର ସହକାରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ୟକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।

ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ଯୁକ୍ତି କରେ ଓ ନିଜକୁ ବିପର୍ଯ୍ୟୟ ଆଡ଼କୁ ଟାଣିନିଏ।

ଜଣେ ସଚ୍ଚୋଟ ବ୍ୟକ୍ତି ରକ୍ଷା ପାଏ, କିନ୍ତୁ ଦୁଷ୍ଟ ଲୋକ ଧରା ପଡ଼ିଯାଏ।

10 ଜଣେ ଯିଏ ସତ୍ୟକୁ ଲୁଗ୍ଭଏ, ସେ ଅସୁବିଧାର କାରଣ ଅଟେ। ଜଣେ ଯିଏ ଖୋଲାଖୋଲି ଭାବରେ କଥା କୁହେ, ଶାନ୍ତି ବିରାଜିତ କରେ।[a]

11 ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର, କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ୟ ବଢ଼ାଏ।

12 ହିଂସା କଳି ଆଣେ, କିନ୍ତୁ ପ୍ରେମ ସବୁ ଅଧର୍ମକୁ କ୍ଷମା କରେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:1-17

ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।

ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା

ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ। ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର। କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି। ସେହି ଲୋକମାନେ ବ୍ୟବସ୍ଥାର[a] ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।

ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ, 10 ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସ‌ତ୍‌‌ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ। 11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।

ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ

12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି। 13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। 14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।

15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। 16 କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ। 17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।

ମାଥିଉ ଲିଖିତ ସୁସମାଗ୍ଭର 12:22-32

ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି

(ମାର୍କ 3:20-30; ଲୂକ 11:14-23; 12:10)

22 ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା’ ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା। 23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”

24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆ‌‌‌ଲ୍‌ଜିବୂଲ୍[a]ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”

25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। 26 ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା'ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା'ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। 27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆ‌‌‌ଲ୍‌ଜିବୂ‌ଲ୍‌ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। 28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି। 29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା'ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। 30 ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।

31 ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି। 32 ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center