Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 132

ଆରୋହଣ ଗୀତ।

132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
    ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
    ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
ମୁଁ ଶୟନ କରିବି ନାହିଁ।
    ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
ମୁଁ ମୋର ଗୃହକୁ ଯିବି ନାହିଁ
    ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”

ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
    ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
    ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
    ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
    ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
    ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
    “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
    ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”

13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
    ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
    ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
    ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
    ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
    ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
    କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 11:1-10

ଶାନ୍ତିରାଜା ଅସୁଛନ୍ତି

11 ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ, ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।

ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। 4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।

ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ। ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।

କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।

10 ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।

ଏବ୍ରୀ 2:11-18

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:

“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
    ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।” (A)

13 ସେ ଆହୁରି କହନ୍ତି:

“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” (B)

ଓ ସେ କୁହନ୍ତି:

“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।” (C)

14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center