Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।
55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
2 ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
4 ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
7 ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
8 ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ।
ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ।
ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।
9 ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି।
ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା
ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।
11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ,
“ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ
ମୋତେ ଆଚ୍ଛାଦନ କରିବ।”
12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ।
ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ।
ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର।
ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
20 ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି।
ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ।
ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ।
ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼।
ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।
ପ୍ରତ୍ୟେକ ଶାସନକର୍ତ୍ତାଙ୍କର ଏକ ଶାସକ ଥାଏ
8 କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି। 9 ଏହିସବୁ ପଛରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ୱାରା ରାଜା ମଧ୍ୟ ସେବିତ ହୁଅନ୍ତି।
ସମ୍ପତ୍ତି ସୁଖ କିଣି ପାରିବ ନାହିଁ
10 ସମ୍ପତ୍ତି ସୁଖ କିଣିପାରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କେବେ ତା’ର ନିକଟରେ ଥିବା ଟଙ୍କାରେ ସନ୍ତୁଷ୍ଟ ହେବ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସମ୍ପତ୍ତିର ଅଧିକାରୀ ହେଲେ ମଧ୍ୟ ସେ ସନ୍ତୁଷ୍ଟ ହେବ ନାହିଁ, ଏହା ମଧ୍ୟ ଅସାର ଅଟେ।
11 ଜଣେ ବ୍ୟକ୍ତିର ଯେତେ ଅଧିକ ସମ୍ପତ୍ତି ଅଛି, ତାହାର ସେତେ “ବନ୍ଧୁ” ତା’ର ସମ୍ପତ୍ତି ଖର୍ଚ୍ଚ କରିବାକୁ ସାହାଯ୍ୟ କରନ୍ତି। ତେଣୁ ସେହି ଧନୀ ବ୍ୟକ୍ତିଟି ପ୍ରକୃତରେ କିଛି ଲାଭ ପାଏ ନାହିଁ। କେବଳ ସେ ନିଜ ସମ୍ପତ୍ତିକୁ ଦେଖେ।
12 ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13 ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ୟନ୍ତ ଦୁଃଖର ବିଷୟ ଯାହା ଜୀବନରେ ଘଟିଛି। ମନୁଷ୍ୟମାନେ ସେମାନଙ୍କର ପାଇଁ ଅର୍ଥ ଜମା ରଖନ୍ତି। 14 ଦୁର୍ଘଟଣା ବଶତଃ ସେହିସବୁ ଧନ କ୍ଷୟ ପାଏ। ଯେତେବେଳେ ତା’ର ପୁତ୍ର ଜନ୍ମ ହୁଏ, ତାକୁ ଦେବା ପାଇଁ ତା’ର କିଛି ନ ଥାଏ।
15 ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସେପରି ଉଲଗ୍ନ ହୋଇ ଫେରିଯିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ନେଇଯାଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନେବ ନାହିଁ। 16 ତାହା ଅତ୍ୟନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫେରିବ ଠିକ୍ ଯେପରି ଆସିଥିଲା। “ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ’ଣ ପାଇଛି?” 17 ସେ ବିଷାଦରେ ତା’ର ଜୀବନ କଟାଇ ଦିଏ। ପୁଣି ସେ ଅତିଶୟ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।
ଜୀବନର କର୍ମରୁ ଆନନ୍ଦ କର
18 ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ୟକ୍ତି ଏହା କରି ପାରିବ। ଏହି ପୃଥିବୀରେ ତା’ର ଅଳ୍ପ ଜୀବନ କାଳ ମଧ୍ୟରେ ଜଣେ ବ୍ୟକ୍ତି ଯାହା କାର୍ଯ୍ୟ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ୱର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦେଇଛନ୍ତି ଏବଂ ତାହା ହିଁ ତା’ର ସବୁକିଛି।
19 ଆହୁରି ପରମେଶ୍ୱର କୌଣସି ବ୍ୟକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ୱରଙ୍କର ଦାନ ଅଟେ। 20 ସତ୍ୟରେ, ଜଣେ ବ୍ୟକ୍ତି ତା’ର ଜୀବନ ବିଷୟରେ ବେଶୀ ଚିନ୍ତା କରେ ନାହିଁ, କାରଣ ପରମେଶ୍ୱର ତାକୁ ନିଜକୁ ଉପଭୋଗ କରିବାରେ ବ୍ୟସ୍ତ ରଖିଛନ୍ତି।
23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା। 24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା’ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। 25 ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।
26 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ। 27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ। 28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ। 29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।
4 ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ। 2 କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ। 3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। 4 କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। 5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
6 ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି। 7 ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ
8 ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। 9 କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? 10 ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ। 11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।
ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼(A)
15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, 2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”
3 ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? 4 ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, [a] କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’ [b] 5 କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା’ଫଳରେ ଜଣେ ଲୋକ ତା’ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ 6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। 7 ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠିକ୍ ଭାବରେ ଏହି ଭବିଷ୍ୟଦ୍ବାଣୀ କହିଥିଲେ।
8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
କିନ୍ତୁ ସେମାନଙ୍କ ମନକଥା ମୋ’ଠାରୁ ବହୁତ ଦୂରରେ ରହିଥାଏ।
9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” (B)
10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା’ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”
12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”
13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”
15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’
16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା’ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”
2010 by World Bible Translation Center