Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ଗୀତସଂହିତା 119:73-96

ଇୟୂଦ୍

73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
    ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
    କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
    ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
    ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
    ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
    ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
    ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
    ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।

କଫ୍

81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
    ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
    ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
    ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
    ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
    ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
    ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
    ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
    ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।

ଲାମଦ୍

89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
    ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
    କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
    ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
    କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
    ତୁମ୍ଭର ବ୍ୟବସ୍ଥା ଛଡ଼ା।

ଉପଦେଶକ 9:11-18

ଜୀବନ ସୌ-ଭାଗ୍ୟ ନୁହେଁ

11 ମୁଁ ଫେରି ସୂର୍ଯ୍ୟ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ଯୁଦ୍ଧର ବିଜୟ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ। ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ୱାରା ପ୍ରଭାବିତ ହୁଏ।

12 କାରଣ ମନୁଷ୍ୟ ତା’ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।

ଜ୍ଞାନୀର କ୍ଷମତା

13 ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମୋ’ ଦୃଷ୍ଟିରେ ମହତ ଥିଲା। 14 ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ। 15 ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା। ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା। ତଥାପି ସେହି ଦରିଦ୍ର ଲୋକଙ୍କୁ କେହି ସ୍ମରଣ କଲା ନାହିଁ। 16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କହେ କେହି ଶୁଣନ୍ତି ନାହିଁ।

17 ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା
    ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ।
    ମାତ୍ର ଜଣେ ପାପୀ ଅନେକ ମଙ୍ଗଳ ନାଶ କରିପାରେ।

ଗାଲାତୀୟଙ୍କ ପ୍ରତି ପତ୍ର 5:1-15

ସ୍ୱାଧୀନ ରହିଥାଅ

ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ। ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା’ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ। ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା’ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ। ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ। ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ। ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା’ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।

ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା? ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ। ସାବଧାନ ରୁହ, “ଅଳ୍ପ ଟିକିଏ ଖମୀର ଜନ୍ତା ହୋଇଥିବା ସବୁ ମଇଦାକୁ ଫୁଲାଇ ଦିଏ।” [a] 10 ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।

11 ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା’ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା’ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା। 12 ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?

13 ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର। 14 ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।” [b] 15 ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।

ମାଥିଉ ଲିଖିତ ସୁସମାଗ୍ଭର 16:1-12

ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା(A)

16 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ। ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ [a] ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।

ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ(B)

ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”

ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”

ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। 10 ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? 11 ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”

12 ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center