Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଗୀତସଂହିତା 99-100

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଗୀତସଂହିତା 94-95

94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
    ତୁମ୍ଭର ମହାନତା ଦେଖାଅ।
ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
    ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
    ସଦାପ୍ରଭୁ ଆଉ କେତେ କାଳ?
ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
    ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
    ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
    ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
    କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।

ହେ ପଶୁବତ୍ ଲୋକମାନେ,
    ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
    ଚେଷ୍ଟା କର ଏବଂ ବୁଝ।
ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
    ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
    ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
    ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
    ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।

12 ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
    ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
    ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
    ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
    ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।

16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
    ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
    ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
    କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
    ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।

20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
    ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
    ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
    ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
    ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
    ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।

95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
    ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
    ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
    ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
    ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
    ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ!
    ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
    ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
    ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

    ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
    ଜି‌ଦ୍‌ଖୋର ହୁଅ ନାହିଁ।
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
    ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
    ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
    ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
    ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

ଗଣନା ପୁସ୍ତକ 16:20-35

20 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 21 “ତୁମ୍ଭେମାନେ ଏହି ମଣ୍ତଳୀଠାରୁ ପୃଥକ୍ ହୁଅ, ଆମ୍ଭେ ଏକନିମିଷରେ ସେମାନଙ୍କୁ ସଂହାର କରିବା।”

22 ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?”

23 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 24 “ତୁମ୍ଭେ ମଣ୍ତଳୀକୁ କୁହ, କୋରହ, ଦାଥନ ଓ ଅବୀରାମର ତମ୍ବୁଠାରୁ ଗ୍ଭଲି ଯାଆନ୍ତୁ।”

25 ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇସ୍ରାଏଲର ନେତୃବର୍ଗ ସେମାନଙ୍କୁ ଅନୁସରଣ କଲେ। 26 ତହୁଁ ମୋଶା ମଣ୍ତଳୀକି କହିଲେ, “ବିନୟ କରୁଅଛି ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣିରୁ ଉଠିଯାଅ ଏବଂ ସେମାନଙ୍କର କିଛି ମାତ୍ର ସ୍ପର୍ଶ କର ନାହିଁ। ନଚେତ୍ ତୁମ୍ଭେମାନେ ସେମାନଙ୍କ ପାପ ଲାଗି ବିନଷ୍ଟ ହେବ।”

27 ଏଥିରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁଠାରୁ ଗ୍ଭଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପିଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।

28 ତା’ପରେ ମୋଶା କହିଲେ, “ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦେବି ଯେ ସଦାପ୍ରଭୁ ମୋତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁ ନାହିଁ ବୋଲି ତୁମ୍ଭେମାନେ ଜାଣିବ। 29 ଯଦି ଏହି ଲୋକମାନେ ସ୍ୱାଭାବିକ ଭାବରେ ମରନ୍ତି, ତେବେ ବୁଝିବେ ସଦାପ୍ରଭୁ ମୋତେ ପଠାଇନାହାନ୍ତି। 30 ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି, ଆଉ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବଶ୍ୱ ଗ୍ରାସ କରେ, ସେମାନଙ୍କୁ ଜିଅନ୍ତା କବର ଦିଅ, ତେବେ ତୁମ୍ଭେମାନେ ହୃ‌ଦ୍‌ବୋଧ କରିବ ଯେ, ସେମାନେ ସଦାପ୍ରଭୁଙ୍କୁ କଳୁଷିତ କରିଅଛନ୍ତି।”

31 ମୋଶା ତାଙ୍କର ଏହି ବକ୍ତବ୍ୟ ଶେଷ କରିବା ମାତ୍ରେ ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା। 32 ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିବାରକୁ ଆଉ କୋରହର ସପକ୍ଷ ଲୋକଙ୍କୁ ଓ ସେମାନଙ୍କର ସକଳ ସମ୍ପତ୍ତି ଗ୍ରାସ କଲା। 33 ଏହିରୂପେ ସେମାନେ ଜିଅନ୍ତା କବର ନେଲେ ଓ ପୃଥିବୀ ସେମାନଙ୍କୁ ଗ୍ଭପି ଦେଲା। ଏଥିରେ ସେମାନେ ମଣ୍ତଳୀରୁ ପୋଛି ହୋଇଗଲେ।

34 ଏଥିରେ ଇସ୍ରାଏଲ ଲୋକମାନେ ସେମାନଙ୍କର କରୁଣ ଚିତ୍କାର ଶୁଣି ଏଣେ ତେଣେ ପଳାୟନ କଲେ। ଆଉ ସେମାନେ କହିଲେ, “ପୃଥିବୀ ଆମ୍ଭମାନଙ୍କୁ ମଧ୍ୟ ଗ୍ରାସ କରିବ।”

35 ଏହା ପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ସେହି 250 ଧୂପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।

ରୋମୀୟଙ୍କ ପ୍ରତି ପତ୍ର 4:1-12

ଅବ୍ରହାମଙ୍କର ଉଦାହରଣ

ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]

କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:

“ଲୋକେ ପ୍ରକୃତରେ ଧନ୍ୟ,
    ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,

ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!

ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
    ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)

ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।

ମାଥିଉ ଲିଖିତ ସୁସମାଗ୍ଭର 19:23-30

23 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଧନୀଲୋକ ନିମନ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅତ୍ୟନ୍ତ କଷ୍ଟକର ବିଷୟ। 24 ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’

25 ଶିଷ୍ୟମାନେ ଏ କଥା ଶୁଣି ବଡ଼ ଆଶ୍ଚର୍ଯ୍ୟ ହେଲେ। ସେମାନେ ପଗ୍ଭରିଲେ, “ତେବେ କିଏ ପରିତ୍ରାଣ ପାଇ ପାରିବ?”

26 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।”

27 ତା’ପରେ ପିତର କହିଲେ, “ଆମ୍ଭର ଯାହାକିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦେଇଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା’ହେଲେ ଆମ୍ଭେ କ’ଣ ପାଇବୁ?”

28 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ୟପୁତ୍ର ତାହାଙ୍କର ମହାନ ସିଂହାସନ ପାଖରେ ବସିବେ ଓ ତୁମ୍ଭେମାନେ ମଧ୍ୟ ଯେଉଁମାନେ ମୋତେ ଅନୁସରଣ କରୁଛ, ସିଂହାସନ ପାଖରେ ବସିବ। ତୁମ୍ଭେମାନେ ବାରଟି ସିଂହାସନ ଉପରେ ବସିବ ଏବଂ ଇସ୍ରାଏଲର [a] ବାରଟି ବଂଶର ଲୋକମାନଙ୍କର ବିଗ୍ଭର କରିବ। 29 ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ। 30 କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center