Book of Common Prayer
ସୟିନ୍
49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।
ହେତ୍
57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।
ଟେଟ୍
65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
49 ହେ ଜାତିଗଣ ସମୂହ ଶୁଣ,
ହେ ପୃଥିବୀବାସୀ ଲୋକମାନେ ଶୁଣ,
2 ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
ଓ ବୁଦ୍ଧିମାନର କଥା କହିବି।
4 ମୁଁ ସେ ସବୁ ଯେ ଶୁଣି ଅଛି
ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।
5 ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
7 ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
8 ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
ତା’ର ଜୀବନକୁ ପ୍ରାୟାଶ୍ଚିତ କରି ପାରିବ।
9 କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା’ର ଶରୀରକୁ ରକ୍ଷା କରି ପାରିବ,
ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା’ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।
15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ।
16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା’ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।
53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
3 ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
ନାଁ, ଜଣେ କେହି ନାହିଁ!
4 ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”
5 କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।
6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
ସେତେବେଳେ ଯାକୁବ ଆନନ୍ଦିତ ହେବେ
ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।
ଆଶୀର୍ବାଦ ଓ ଅଭିଶାପ ପଠନ
30 ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। 31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
32 ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ। 33 ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।
34 ଏହା ପରେ ବ୍ୟବସ୍ଥା ପୁସ୍ତକରେ ଲେଖାଯାଇଥିବା ଉଭୟ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ ଶବ୍ଦ ସେ ପାଠକଲେ। 35 ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା।
କୌଣସି ଲୋକର ପାପର କାରଣ ହୁଅ ନାହିଁ
13 ତା’ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ। 14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।
15 ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା’ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ। 16 ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ। 17 ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା। 18 ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
19 ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା। 20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ। 21 ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା’ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।
22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। 23 କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା’ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା’ହେଲେ ସେ ପାପ କରୁଛି।
ଯିହୂଦୀନେତାମାନଙ୍କ ସମ୍ମୁଖରେ ଯୀଶୁଙ୍କୁ ହାଜର କରାଗଲା(A)
57 ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ। 58 ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ।
59 ଯୀଶୁଙ୍କୁ ଯେପରି ମୃତ୍ୟୁଦଣ୍ଡ ଦେଇ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସମ୍ପୂର୍ଣ୍ଣ ଯିହୂଦୀ ମହାସଭା ଯୀଶୁଙ୍କ ବିରୁଦ୍ଧରେ କିଛି ମିଛ ଅଭିଯୋଗ ଖୋଜି ବାହାର କରିବାକୁ ଚେଷ୍ଟା କଲେ। 60 କିନ୍ତୁ ଯଦିଓ ଅନେକ ମିଛ ସାକ୍ଷୀ ଆଗକୁ ଆସି ମିଛରେ ସାକ୍ଷ୍ୟ ଦେଲେ, ତଥାପି ମହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ପ୍ରକୃତ କାରଣ ପାଇ ପାରିଲା ନାହିଁ। ଶେଷରେ ଦୁଇଜଣ ଲୋକ ଆଗରୁ ବାହାରି ଆସି କହିଲେ, 61 “ଏହି ଲୋକ କହିଛନ୍ତି, ‘ମୁଁ ପରମେଶ୍ୱରଙ୍କ ମନ୍ଦିର ଧ୍ୱଂସ କରିପାରେ ଓ ପୁଣି ଏହାକୁ ତିନି ଦିନ ମଧ୍ୟରେ ତିଆରି କରି ଦେଇପାରେ।’”
62 ତା’ପରେ ମହାଯାଜକ ଠିଆ ହେଲେ ଓ ଯୀଶୁଙ୍କୁ ପଗ୍ଭରିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଯାହା ଅଭିଯୋଗ କଲେ ତା’ର ତୁମ୍ଭେ କିଛି ଉତ୍ତର ଦେବ କି? ଏ ଲୋକମାନେ କ’ଣ ସତ୍ୟ କହୁଛନ୍ତି?” 63 ଯୀଶୁ କିନ୍ତୁ ଚୁପ୍ ରହିଲେ।
ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”
64 ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।”
65 ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?” 66 ସେମାନେ କହିଲେ,
“ସେ ଅପରାଧୀ, ତାହାଙ୍କର ମୃତ୍ୟୁ ହେବା ଉଚିତ୍।”
67 ତା’ପରେ ସେଠାରେ ଥିବା ଲୋକମାନେ ଯୀଶୁଙ୍କ ମୁହଁ ଉପରେ ଛେପ ପକାଇଲେ, ବିଧା ମାରିଲେ। କେତେକ ଲୋକ ଗ୍ଭପୁଡ଼ା ମାରିଲେ। 68 ସେମାନେ କହିଲେ, “ହେ ଖ୍ରୀଷ୍ଟ! ତୁମ୍ଭେ ଯଦି ଜଣେ ଭବିଷ୍ୟଦ୍ବକ୍ତା ତେବେ କୁହ, ତୁମ୍ଭକୁ କିଏ ମାରିଲା?”
2010 by World Bible Translation Center