Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 107:33-108:13

33 ପରମେଶ୍ୱର ନଦନଦୀକୁ ମରୁଭୂମିରେ ପରିଣତ କରି ପାରିବେ
    ଏବଂ ଝରଣାର ଜଳସ୍ରୋତକୁ ବନ୍ଦ କରି ପାରନ୍ତି।
34 ପରମେଶ୍ୱର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି।
    କାରଣ ଦେଶର ଅଧର୍ମୀ ଲୋକମାନେ ସେଠାରେ ବାସ କରନ୍ତି।
35 କିନ୍ତୁ ପରମେଶ୍ୱର ମଧ୍ୟ ମରୁଭୂମିକୁ ଜଳାଶୟରେ ପରିବର୍ତ୍ତିତ କରି ପାରନ୍ତି।
    ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
36 ପରମେଶ୍ୱର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗେଇ ନିଅନ୍ତି।
    ଏବଂ ସେଠାରେ ସେମାନେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।
37 ସେହି ଲୋକମାନେ ସେମାନଙ୍କର ଜମିରେ ବୀଜ ରୋପଣ କଲେ ଓ ସେମାନେ ଦ୍ରାକ୍ଷାଲତା ଲଗେଇଲେ
    ଏବଂ ଭଲ ଫସଲ ଅମଳ କରି ପାରନ୍ତି।
38 ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି।
    ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି।
    ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।
39 ଯେତେବେଳେ ପରମେଶ୍ୱରଙ୍କର ଲୋକମାନେ ଛୋଟ ହୋଇଗଲେ
    ଏବଂ ଅତ୍ୟାଗ୍ଭର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।
40 ପରମେଶ୍ୱର ସେମାନଙ୍କର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ୟାଗ୍ଭର କରିଥିଲେ।
    ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।
41 କିନ୍ତୁ ପରମେଶ୍ୱର ସେହି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ।
    ସେ ସେମାନଙ୍କର ପରିବାରକୁ ମେଷପଲ ତୁଲ୍ୟ ପାଳନ କରନ୍ତି।
42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ
    ଏବଂ ଦୁଷ୍ଟ ଲୋକମାନେ କ’ଣ କହିବା କଥା ତାହା ଜାଣନ୍ତି ନାହିଁ।
43 ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ।
    ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।

ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।

108 ହେ ପରମେଶ୍ୱର,
    ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
    ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
    ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
    ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
    ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
    ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।

ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
    “ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
    ମୁଁ ଶିଖି‌ମ୍‌କୁ ସେମାନଙ୍କୁ ଦେବି।
    ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
    ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
    ଇଦୋମ୍ ମୋର ପାଦୁକା ବହିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
    ଏବଂ ଜୟଧ୍ୱନି କରିବି।”

10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11     କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
    ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
    ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
    ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।

ଗୀତସଂହିତା 33

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 16:1-14

ଶା‌ମ୍‌ଶୋନ୍ ଘସା ନଗରକୁ ଗଲେ

16 ଦିନେ ଶା‌ମ୍‌ଶୋନ୍ ଘସାରେ ଥିବା ଏକ ବେଶ୍ୟା ପାଖକୁ ଗଲେ। ସେ ତା’ର ସହିତ ରାତ୍ରିଯାପନ କରିବା ପାଇଁ ସେଠାକୁ ଯାଇଥିଲେ। କେହି ଜଣେ ଘସୀୟ ଲୋକମାନଙ୍କୁ କହିଲେ ଯେ, “ଶା‌ମ୍‌ଶୋନ୍ ସେହି ସ୍ଥାନକୁ ଯାଇଥିଲେ।” ସେମାନେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବାକୁ ଗ୍ଭହିଁଲେ। ତେଣୁ ସେମାନେ ସେ ସହରକୁ ଘେରି ଗଲେ। ସେମାନେ ରାତ୍ରି ତମାମ ଚୁ‌ପ୍‌ଗ୍ଭପ୍ ନଗର ଫାଟକ ନିକଟରେ ଲୁଚି ରହିଲେ। ସେମାନେ ପରସ୍ପର କୁହାକୁହି ହେଲେ, “ସକାଳ ହେଲେ ଆମେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବା।”

କିନ୍ତୁ ଶା‌ମ୍‌ଶୋନ୍ ସେ ବେଶ୍ୟା ପାଖରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ରହିଲେ ଓ ମଧ୍ୟରାତ୍ରିରେ ନଗର ଫାଟକ ଭାଙ୍ଗି ବାହାରି ଆସିଲେ। ସେ ସେଗୁଡ଼ିକୁ କାନ୍ଥରୁ ଓ ଦୁଇ ବାଜୁବନ୍ଧରୁ ଉପାଡ଼ି ପକାଇଲେ। ସେ ଫାଟକର ଦୁଇଟି ଖମ୍ବକୁ ତା’ର ବାଜୁବନ୍ଧକୁ ହିବ୍ରୋଣ ପର୍ବତ ପାଖକୁ ନେଇଗଲେ।

ଶା‌ମ୍‌ଶୋନ୍ ଓ ଦଲୀଲା

ଏହା ପରେ ଶା‌ମ୍‌ଶୋନ୍ ଦଲୀଲା ନାମକ ଏକ ସ୍ତ୍ରୀଲୋକର ପ୍ରେମରେ ପଡ଼ିଗଲେ। ଯେ କି ଥିଲା ସୋରେକ୍ ଉପତ୍ୟକାର ଜଣେ ସ୍ତ୍ରୀଲୋକ।

ତେଣୁ ପଲେଷ୍ଟୀୟ ନେତୃବର୍ଗମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “ଆମ୍ଭେ ଜାଣିବାକୁ ଗ୍ଭହୁଁ ସେ କେଉଁଠାରୁ ବଳ ପାଉଛି, ତୁମ୍ଭେ ଚତୁରତାର ସହ ତାଙ୍କ ପାଖରୁ ଏହି ଗୁପ୍ତ ରହସ୍ୟ ଆଦାୟ କର। ଆମ୍ଭେ ଜାଣିବାକୁ ଗ୍ଭହୁଁ, ତାକୁ କିପରି କାବୁ କରି ହେବ। ଯାହାଫଳରେ ଆମ୍ଭେ ଯେକୌଣସି ପ୍ରକାରେ ବନ୍ଦୀ କରି ପାରିବୁ। ଯଦି ତୁମ୍ଭେ ଏହା କରି ପାରିବ ତେବେ ତୁମ୍ଭକୁ ଆମ୍ଭେ ପ୍ରତ୍ୟେକ 1100 ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”

ତେଣୁ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ଦୟାକରି କୁହ କିଏ ତୁମ୍ଭକୁ ଶକ୍ତିଶାଳୀ କରୁଛି, କିପରି ଭାବରେ ଜଣେ ବ୍ୟକ୍ତି ତୁମ୍ଭକୁ ବାନ୍ଧି ପାରିବ?”

ଶା‌ମ୍‌ଶୋନ୍ ଉତ୍ତର ଦେଇ କହିଲେ, “ଯାହା କେବେ ଶୁଷ୍କ ହୋଇ ନାହିଁ। ଏପରି ସାତୋଟା କଞ୍ଚାତନ୍ତୁରେ ଯେବେ ସେମାନେ ମୋତେ ବାନ୍ଧିବେ। ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକପରି ହୋଇ ଯିବି।”

ଏହା ପରେ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟା କଞ୍ଚାତନ୍ତ ଆଣି ସେହି ସ୍ତ୍ରୀଲୋକଟିକୁ ଦେଲେ। ସେଥିରେ ସେ ଶା‌ମ୍‌ଶୋ‌ନଙ୍କୁ ବାନ୍ଧିଲା। ସେ ସମୟରେ କେତେକ ଲୋକ ପରବର୍ତ୍ତୀ କୋଠରୀରେ ଲୁଚି ରହିଲେ। ତେଣୁ ସେ ସେମାନଙ୍କୁ କହିଲା, “ଶା‌ମ୍‌ଶୋନ୍! ବର୍ତ୍ତମାନ ପଲେଷ୍ଟୀୟମାନେ ତୁମ୍ଭ ପାଖକୁ ଆସିଛନ୍ତି!” କିନ୍ତୁ ଶା‌ମ୍‌ଶୋନ୍ ଅନାୟାସରେ ଧନୁର ଗୁଣକୁ ଛିଣ୍ତାଇ ଦେଲେ। ଅଗ୍ନି ଝାସ ପାଇଥିବା ଦଉଡ଼ି ପରି ଛିଣ୍ତିଗଲା। ଏହିପରି ସେମାନେ ତାଙ୍କର ବଳର ଗୁପ୍ତ ରହସ୍ୟ ଜାଣି ପାରିଲେ ନାହିଁ।

10 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ତୁମ୍ଭେ ମୋତେ ବୋକା ବନେଇଲ ଓ ମିଥ୍ୟା କହିଲ। ଏବେ ତୁମ୍ଭେ କେଉଁଥିରେ ବନ୍ଧାଯାଇପାର କୁହ।”

11 ତହିଁରେ ସେ ତାକୁ କହିଲେ, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ। ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକଙ୍କ ପରି ହୋଇଯିବି।”

12 ତେଣୁ ଦଲୀଲା ନୂତନ ରଜ୍ଜୁ ନେଇ ତାହାଙ୍କୁ ବାନ୍ଧିଲା। ସେତେବେଳେ ଅକ୍ତିଆର କରିବାକୁ ଉତ୍କଣ୍ଠିତ ଲୋକମାନେ ପରବର୍ତ୍ତୀ କୋଠରୀରେ ଲୁଚି ରହିଥିଲେ। ତା’ପରେ ସେ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହୁ ଉପରେ ଥିବା ରଜ୍ଜୁ ସବୁକୁ ଛିଣ୍ତାଇ ପକାଇଲେ।

13 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲେ, “ତୁମ୍ଭେ ପୁନର୍ବାର ମୋତେ ନିର୍ବୋଧ ବନେଇଲ ଓ ମିଛ କହିଲ! ତୁମ୍ଭେ କାହିଁରେ ବନ୍ଧାଯାଇପାର, ମୋତେ କୁହ।”

ତହିଁରେ ସେ ତାକୁ କହିଲେ, “ଯେବେ ତୁମ୍ଭେ ବୁଣା ଯାଉଥିବା ସୂତାରେ ମୋର ମସ୍ତକର ସାତ ବେଣୀ ବୁଣିବ ଏବଂ ଏହାକୁ ଏକ ଖିଲରେ ଜୋ‌ର୍‌ରେ ବାନ୍ଧିବ, ତେବେ ମୁଁ ସାଧାରଣ ମଣିଷପରି ଦୁର୍ବଳ ହୋଇଯିବି।”

14 ଶା‌ମ୍‌ଶୋନ୍ ଶୋଇଥିବା ବେଳେ ସେ ତାଙ୍କର ବାଳକୁ ଗୋଟିଏ ସୂତା ବାହାର କରି ସାତୋଟି ବେଣୀ କଲା ଏବଂ ଗୋଟିଏ ତମ୍ବୁ ଖିଲରେ ବାନ୍ଧି ଦେଲା ଏବଂ ତା’ପରେ ସେ ତାଙ୍କୁ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” ତେଣୁ ସେ ଖିଲକୁ, ସୂତାକୁ ଓ ତନ୍ତୁକୁ ଉପାଡ଼ି ପକାଇଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:30-43

30 “ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ। 31 ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ: 32 ‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର।’ [a] ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।

33 “ତା’ପରେ ପ୍ରଭୁ ତାହାଙ୍କୁ କହିଲେ, ‘ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହୋଇଛ ତାହା ପବିତ୍ରଭୂମି। 34 ମୁଁ ମିଶର ଦେଶରେ ମୋ’ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ୟବହାର ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଲି। ମୁଁ ସେମାନଙ୍କୁ ମୁକ୍ତି ଦେବା ପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।’ [b]

35 “ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ। 36 ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।

37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’ [c] 38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।

39 “କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ। 40 ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’ [d] 41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। 42 କିନ୍ତୁ ପରମେଶ୍ୱର ସେମାନଙ୍କଠାରୁ ବିମୁଖ ହେଲେ। ସେ ସେମାନଙ୍କୁ ଆକାଶସ୍ଥ ଭଣ୍ଡ ଦେବତାମାନଙ୍କର ପୂଜା କରିବା ପାଇଁ ଛାଡ଼ି ଦେଲେ। ଏହି ବିଷୟରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲେଖାଅଛି,

‘ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ,
    ମୋ’ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରି ନାହଁ।
43 ତୁମ୍ଭେମାନେ ତୁମ୍ଭମାନଙ୍କ ସହିତ ମୋଲଖର ତମ୍ବୁ
    ଏବଂ ନକ୍ଷତ୍ର ଦେବତା ରମ୍ପାର ମୂର୍ତ୍ତିକୁ ମଧ୍ୟ ବୋହି ନେଇଯାଇଥିଲ।
ଏଗୁଡ଼ିକୁ ତୁମ୍ଭେମାନେ ପୂଜା କରିବା ପାଇଁ ତିଆରି କରିଥିଲ।
    ତେଣୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦେବି।’ (A)

ଯୋହନ ଲିଖିତ ସୁସମାଗ୍ଭର 5:1-18

ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ

ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେ‌‌ଥ୍‌‌ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ସୁସ୍ଥ ହେବାକୁ ଗ୍ଭହଁ?”

ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”

ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।

ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”

11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”

12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”

13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।

14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”

15 ତା’ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।

16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। 17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”

18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center