Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
ପରମେଶ୍ୱର ଆୟୁବଙ୍କୁ କହିଲେ
38 ତା’ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଉତ୍ତର ଦେଇ କହିଲେ,
18 ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ?
ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।
19 “ଆୟୁବ, ଆଲୋକ କେଉଁଠାରୁ ଆସେ?
ଅନ୍ଧକାର କେଉଁଠାରୁ ଆସେ।
20 ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା’ର ପୂର୍ବ ସ୍ଥାନକୁ ଫେରାଇ ଦେଇ ପାରିବ କି?
ତୁମ୍ଭେ ସେ ସ୍ଥାନକୁ କିପରି ଯାଇପାରିବ ଜାଣିଛ କି?
21 ନିଶ୍ଚୟ ତୁମ୍ଭେ ଏ କଥା ସବୁ ଜାଣିଛ।
ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ୟ ଅଟ।
ତୁମ୍ଭେ ବଞ୍ଚିଥିଲ ମୁଁ ଯେତେବେଳେ ଏହିସବୁ ଗଢ଼ିଥିଲି, ନୁହେଁ କି?
22 “ଆୟୁବ, ତୁମ୍ଭେ କେବେ ମୋର ଭଣ୍ଡାର ଘରକୁ ଯାଇଛ କି,
ଯେଉଁଠାରେ କି ମୁଁ ବରଫ ଏବଂ କୁଆପଥର ରଖିଛି?
23 ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ,
କଷ୍ଟ ସମୟ ପାଇଁ ଯୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚୟ କରିଛି।
24 ତୁମ୍ଭେ ସେହି ସ୍ଥାନକୁ ଯାଇଛ କି ଯେଉଁଠାରୁ ସୂର୍ଯ୍ୟ ଉଦୟ ହୁଏ
ଏବଂ ଯେଉଁଠାରୁ ପୂର୍ବବାୟୁ ସାରା ପୃଥିବୀରେ [a] ଗ୍ଭରିଆଡ଼େ ବିଚ୍ଛୁରିତ ହୋଇଯାଏ?
25 ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶରେ ଖାଲ ଖୋଳି ରଖିଛି?
କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି?
26 କିଏ ବର୍ଷା ତିଆରି କରନ୍ତି ଏପରି ଜାଗାରେ
ଯେଉଁଠାରେ କେହି ମନୁଷ୍ୟ ରହନ୍ତି ନାହିଁ?
27 ସେହି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ।
ଘାସ ଉଠିବାକୁ ଆରମ୍ଭ କରେ।
28 ବର୍ଷାର କ’ଣ ପିତା ଅଛି?
କିଏ କାକର ବୁନ୍ଦା ତିଆରି କରେ?
29 ବରଫର କ’ଣ ମାତା ଅଛି?
କିଏ କୁଆପଥରର ଜନ୍ମଦାତା ଅଟେ?
30 ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ।
ଏପରିକି ସମୁଦ୍ର ଜଳ ମଧ୍ୟ ଜମାଟ ବାନ୍ଧି ଯାଏ।
31 “ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି?
ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି?
32 ତୁମ୍ଭେ କ’ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ?
ତୁମ୍ଭେ କ’ଣ ଭାଲୁକୁ ତା’ର ଛୁଆମାନଙ୍କ ସହିତ କଢ଼େଇ ନେବ?
33 ତୁମ୍ଭେ ଆକାଶ ମଣ୍ଡଳର ନିୟମସବୁ ଜାଣ କି?
ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି?
34 “ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦେଇ ପାରିବ,
ସେମାନେ ବର୍ଷାରେ ତୁମ୍ଭକୁ ଘୋଡ଼ାଇ ପାରିବେ?
35 ତୁମ୍ଭେ ବିଜୁଳି କି ଡାକି ପାରିବ କି?
ସେ ତୁମ୍ଭ ନିକଟକୁ ଆସି କହିବ କି?
‘ଆମ୍ଭେ ଏଠାରେ ଅଛୁ;
ମହାଶୟ, ଆପଣ କ’ଣ ଗ୍ଭହାନ୍ତି।’
ଏହା କ’ଣ ତୁମ୍ଭେ ଯେଉଁଠାକୁ ଯିବ ତୁମ୍ଭ ସାଥୀରେ ଯାଇପାରିବ କି?
36 “ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ?
କିଏ ତାଙ୍କ ଭିତରେ ଜ୍ଞାନ ଭର୍ତ୍ତୀ କରେ?
37 ଏପରି କିଏ ବୁଦ୍ଧିମାନ ଅଛି, ଯିଏ ମେଘକୁ ଗଣିପାରେ
ଏବଂ କିଏ ତାଙ୍କୁ ବକ୍ସିସ୍ ଦେଇ ତାଙ୍କ ବୃଷ୍ଟି ଢାଳି ଦେବ?
38 ତେଣୁ ଧୂଳି ରାସ୍ତା କାଦୁଅରେ ପରିଣତ ହୁଏ
ଏବଂ ମାଟିମୁଣ୍ଡା ଲାଗିଯାଆନ୍ତି।
39 “ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି?
ତୁମ୍ଭେ ସେମାନଙ୍କ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?
40 ସେହି ସିଂହମାନେ ତାଙ୍କ ଗୁମ୍ଫା ଭିତରେ।
ସେମାନେ ଘାସ ଭିତରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହୋଇଥା’ନ୍ତି।
41 କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ?
ଯେତେବେଳେ ତା’ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?
ବାବିଲର ଧ୍ୱଂସ
18 ତା’ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। 2 ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ:
“ତା’ର ପତନ ହେଲା।
ମହାନଗରୀ ବାବିଲର ପତନ ହୋଇଗଲା।
ତାହା ଭୂତମାନଙ୍କର ବାସସ୍ଥଳୀ ହେଲା।
ତାହା ପ୍ରତ୍ୟେକ ଭୂତାତ୍ମା,
ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ
ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।
3 ପୃଥିବୀର ସବୁ ଲୋକମାନେ
ତା’ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି।
ପୃଥିବୀର ରାଜାମାନେ ତା’ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି।
ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”
4 ତା’ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି
“ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ,
ତୁମ୍ଭେମାନେ ବାହାରି ଆସିଲେ, ତା’ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।
5 ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି।
ପରମେଶ୍ୱର ତା’ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି।
ସେ ତା’ର କୁକର୍ମ ସବୁ ମନେ ପକାଇଲାଣି।
6 ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ।
ତା’ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ।
ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି,
ତା’ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।
7 ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି,
ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ।
ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି।
ମୁଁ ବିଧବା ନୁହେଁ,
ମୁଁ କେବେ ଶୋକ କରିବି ନାହିଁ।’
8 ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ:
ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା।
ସେ ଅଗ୍ନିରେ ଜଳିଯିବ,
କାରଣ ପ୍ରଭୁ ପରମେଶ୍ୱର ତା’ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି
21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। [a] ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ [b] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।
25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
2010 by World Bible Translation Center