Book of Common Prayer
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
2 ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
ଦାରା ଓ ବୀଣା ବାଦନ କରି।
4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
ସେ ସେମାନଙ୍କୁ ରକ୍ଷା କଲେ।
5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।
6 ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ।
7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
2 ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
3 ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
ଯର୍ଦ୍ଦନ ନଦୀ ଉଜାଣି ବହିଲା।
4 ପର୍ବତଗଣ ମେଷପରି ଡେଇଁଲେ।
ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।
5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?
7 ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
ସମ୍ମୁଖରେ କମ୍ପିତ ହୁଅ।
8 ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
ଓ ପରମେଶ୍ୱର ଚକ୍ମକି ପଥରରୁ ନିର୍ଝର ବୁହାଇଲେ।
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଯିହୂଦୀମାନଙ୍କ ଭଳି ହୁଅ ନାହିଁ
10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। 2 ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। 3 ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। 4 ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ। 5 କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।
6 ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। 7 ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।” [a] 8 ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। 9 ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ। 10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ)ଙ୍କ ହାତରେ ମଲେ।
11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। 12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ। 13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ(A)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର [a] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ [b] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ [c] ବା ଭବିଷ୍ୟଦ୍ବକ୍ତା [d]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର [e] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି [f] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
2010 by World Bible Translation Center