Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।
ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
    ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
    ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
    ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
    ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
    ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
    ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
    ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
    ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
    ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
    ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
    ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
    ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
    କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
    ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
    ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
    ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

ଗୀତସଂହିତା 35

ଦାଉଦଙ୍କର ଗୀତ

35 ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
    ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ [a] ଉଠାଅ।
    ଜାଗ୍ରତ ହୁଅ, ମୋର ସହାୟ ହୁଅ।
ଏକ ବର୍ଚ୍ଛା ଓ କୁନ୍ତ ଧର
    ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
    ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
    ସେମାନଙ୍କୁ ଘଉଡ଼ାଇ ଦିଅ।
    ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
    ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
    ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
    ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
    ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
    ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
    ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
    ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
    ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
    ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
    ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
    ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
    ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
    ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
    ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
    ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ।
    ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
    ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
    ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
    ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।

17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
    ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
    ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
    ସେମାନେ ସିଂହ ତୁଲ୍ୟ ଅଟନ୍ତି।

18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
    ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
    ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
    ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
    ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
    ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ।
    ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
    ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
    ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
    ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ।
    ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
    ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
    ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
    ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

Error: Book name not found: Sir for the version: Odia Holy Bible: Easy-to-Read Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:13-21

ଷଷ୍ଠ ତୂରୀ ବିସ୍ଫୋରଣ

13 ତା’ପରେ ଷଷ୍ଠ ସ୍ୱର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ୱରଙ୍କ ସମ୍ମୁଖରେ ଥିବା ସୁନା ବେଦୀର ଗ୍ଭରି ଶୃଙ୍ଗ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି। 14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।” 15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା। 16 ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।

17 ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା। 18 ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ। 19 ସେହି ଅଶ୍ୱମାନଙ୍କର ମାରାତ୍ମକ ଶକ୍ତି କେବଳ ମୁହଁରେ ନ ଥାଇ ଲାଙ୍ଗୁଳରେ ମଧ୍ୟ ଥିଲା। ସେମାନଙ୍କର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା।

20 ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ। 21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 10:38-42

ମରିୟମ ଓ ମାର୍ଥା

38 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା। 39 ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା। 40 ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”

41 ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ। 42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା’ଠାରୁ ଛଡ଼େଇ ନିଆଯିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center