Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:49-72

ସୟିନ୍

49 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର।
    ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
50 ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ।
    ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
51 ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି,
    କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
52 ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ
    ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
53 ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ
    ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
54 ମୋର ଗୃହରେ
    ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ।
    ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।

ହେତ୍

57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
58 ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
59 ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି।
    ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ,
    ବିଳମ୍ବ କରି ନାହିଁ।
61 ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି,
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
62 ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ
    ମଧ୍ୟରାତ୍ରିରେ ଉଠିଥାଏ।
63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି,
    ମୁଁ ସେମାନଙ୍କର ବନ୍ଧୁ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ।
    ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।

ଟେଟ୍

65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ।
    ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
66 ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର।
    ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି।
    ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
68 ହେ ପରମେଶ୍ୱର, ତୁମ୍ଭେ ମଙ୍ଗଳମୟ, ତୁମ୍ଭେ ମଙ୍ଗଳ କର।
    ମୋତେ ତୁମ୍ଭର ନିୟମସବୁ ଶିଖାଅ।
69 ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
70 ସେହି ଲୋକମାନେ ବହୁତ ମୂର୍ଖ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
71 ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା,
    ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
72 ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ,
    ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

ଗୀତସଂହିତା 49

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

49 ହେ ଜାତିଗଣ ସମୂହ ଶୁଣ,
    ହେ ପୃଥିବୀବାସୀ ଲୋକମାନେ ଶୁଣ,
    ପ୍ରତ୍ୟେକ ମଣିଷ, ଧନୀ ଓ ଦରିଦ୍ର, ନିର୍ବିଶେଷରେ ସମସ୍ତେ ଶୁଣ,
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ
    ଓ ବୁଦ୍ଧିମାନର କଥା କହିବି।
ମୁଁ ସେ ସବୁ ଯେ ଶୁଣି ଅଛି
    ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।

ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି?
    ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ
    କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ
    କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ
    ତା’ର ଜୀବନକୁ ପ୍ରାୟାଶ୍ଚିତ କରି ପାରିବ।
କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ,
    ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା’ର ଶରୀରକୁ ରକ୍ଷା କରି ପାରିବ,
    ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି
    ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ,
    ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି।
    କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ।
    ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ।
    ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି।
    ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ।
ତା’ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ।
    ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ,
    ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।

15 କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ।
    ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ।

16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ।
    ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ।
    ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ।
    ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା’ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ
    ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
20 ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ,
    ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।

ଗୀତସଂହିତା 53

ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।

53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
    ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
    ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
    ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
    ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
    ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
    ନାଁ, ଜଣେ କେହି ନାହିଁ!

ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
    ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
    ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”

କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
    ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
    ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
    ସେତେବେଳେ ଯାକୁବ ଆନନ୍ଦିତ ହେବେ
    ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।

Error: Book name not found: Sir for the version: Odia Holy Bible: Easy-to-Read Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:1-6

ନାରୀ ଓ ମହାସର୍ପ

12 ତା’ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।

ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା’ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା’ର ଦଶଟି ଶିଙ୍ଗ ମଧ୍ୟ ଥିଲା। ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।

ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା’ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା। ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା’ର ଯତ୍ନ 1260 ଦିନ ପର୍ଯ୍ୟନ୍ତ ନିଆଯିବ।

ଲୂକ ଲିଖିତ ସୁସମାଗ୍ଭର 11:37-52

ଯୀଶୁ ଧାର୍ମିକ ନେତାମାନଙ୍କୁ ସମାଲୋଚନା କଲେ(A)

37 ଯୀଶୁ ତାହାଙ୍କ କଥା ଶେଷ କଲାବେଳକୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡ଼ିଲେ। 38 ଯୀଶୁ ଖାଇବାକୁ ଯିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ଯ୍ୟ ହୋଇଗଲେ। 39 ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତରେ ତୁମ୍ଭେମାନେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା’ ଦ୍ୱାରା ପାଇଥିବା ଜିନିଷରେ ପରିପୂର୍ଣ୍ଣ କରିଛ। 40 ହେ ନିର୍ବୋଧଗଣ! ବାହାରେ ଯାହା ଅଛି, ତାହା ଯିଏ ତିଆରି କରିଛନ୍ତି ସେ ମଧ୍ୟ ଭିତରେ ଥିବା ବିଷୟ ସବୁ ତିଆରି କରିଛନ୍ତିା 41 ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା’ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ।

42 “ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।

43 “ହାୟ ଫାରୂଶୀଗଣ! କାରଣ ତୁମ୍ଭେମାନେ ଯିହୂଦୀ ସମାଜଗୃହରେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଆସନ ଗ୍ଭହୁଁଛ ଓ ହାଟ ବଜାରରେ ଲୋକମାନଙ୍କଠାରୁ ସମ୍ମାନଜନକ ନମସ୍କାର ପାଇବାକୁ ଭଲ ପାଉଛ। 44 ହାୟ, କାରଣ ତୁମ୍ଭେମାନେ ଲୁଚି ରହିଥିବା ସେହି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣାରେ ଗ୍ଭଲିଯାଆନ୍ତି।”

ଧର୍ମଶାସ୍ତ୍ରୀମାନଙ୍କ ବିଷୟରେ ଯୀଶୁଙ୍କ କଥନ

45 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।”

46 ଏହା ଶୁଣି ଯୀଶୁ କହିଲେ, “ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭେମାନେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହୋଇଯାଉଛି। ଏହି ନିୟମ ଗୁଡ଼ିକୁ ମାନିବା ପାଇଁ ତୁମ୍ଭେମାନେ ଲୋକଙ୍କୁ ବାଧ୍ୟ କରୁଛ କିନ୍ତୁ ନିଜେ କେବେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁ ନାହଁ। 47 ହାୟ, କାରଣ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରି ଦେଇଥିଲେ। 48 ଏହା ଦ୍ୱାରା ତୁମ୍ଭେମାନେ ଲୋକଙ୍କୁ ଦେଖେଇ ଦେବାକୁ ଗ୍ଭହୁଁଛ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମାରି ଦେଇଥିଲେ ଏବଂ ତୁମ୍ଭେମାନେ ତାହାଙ୍କ ପାଇଁ କବର ତିଆରି କରୁଛ। 49 ଏଥିପାଇଁ ପରମେଶ୍ୱରଙ୍କ ଜ୍ଞାନ କହେ, ‘ମୁଁ ଭବିଷ୍ୟ‌ଦ୍‌ବକ୍ତା ଓ ପ୍ରେରିତମାନଙ୍କୁ ସେମାନଙ୍କ ପାଖକୁ ପଠାଇବି। କେତେକଙ୍କୁ ସେମାନେ ମାରି ଓ ଆଉ କେତେକଙ୍କୁ ବହୁତ ଖରାପ ବ୍ୟବହାର ଦେଖାଇବେ।’

50 “ଏଣୁ ସୃଷ୍ଟି ଆରମ୍ଭରୁ ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଙ୍କ ରକ୍ତପାତ ହୋଇଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିବ। 51 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ହେବଲ [a]ଙ୍କ ରକ୍ତପାତଠାରୁ ଆରମ୍ଭ କରି ବେଦି [b] ଓ ମନ୍ଦିର [c]ର ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟଙ୍କ ରକ୍ତପାତ ପର୍ଯ୍ୟନ୍ତ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କ ରକ୍ତପାତ ପାଇଁ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କୁ ଏହି ଦଣ୍ଡ ଭୋଗିବାକୁ ପଡ଼ିବ।

52 “ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center