Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।
55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
2 ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
4 ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
7 ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
8 ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ।
ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ।
ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।
9 ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି।
ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା
ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।
11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ,
“ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ
ମୋତେ ଆଚ୍ଛାଦନ କରିବ।”
12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ।
ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ।
ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର।
ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
20 ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି।
ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ।
ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ।
ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼।
ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।
ପୃଥିବୀ ମଧ୍ୟରୁ ପଶୁ
11 ତା’ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା’ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା। 12 ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା। 13 ଏହି ଦ୍ୱିତୀୟ ପଶୁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରେ। ଲୋକମାନେ ଦେଖୁଥିଲାବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।
14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା। 15 ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା’ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ। 16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। 17 ଯେଉଁ ମନୁଷ୍ୟ ସେହି ପଶୁର ନାମ କିମ୍ବା ତାହାର ନାମର ସଂଖ୍ୟା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରି ପାରିବ ନାହିଁ।
18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।
ଧନ ଉପରେ ଭରସା ରଖ ନାହିଁ
32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି। 33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।
ସର୍ବଦା ପ୍ରସ୍ତୁତ ରୁହ(A)
35 “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ। 36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ। 37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ। 38 ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା’ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।
39 “ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”
ବିଶ୍ୱସ୍ତ ସେବକ କିଏ
41 ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”
42 ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ? 43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ। 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।
45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। 46 ତା’ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା’ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।
47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। 48 କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା’ଠାରୁ ବହୁତ ଅଧିକ ଆଶା କରାଯିବ।”
2010 by World Bible Translation Center