Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
    ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
    ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
    ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
    ଏବଂ ଆମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
    ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ[a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
    ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
    ସେମାନେ ଏକ ଲୁହାର କଡ଼ା ତା'ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା'ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
    ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
    ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
    ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
    ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
    କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
    ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
    ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
    ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
    ହାମ ଦେଶରେ ବହୁ ଅ‌ଦ୍‌ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
    କିନ୍ତୁ ମିଶରବାସୀମାନେ ତା’ କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
    ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
    ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
    ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
    ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
    ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
    ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
    ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
    ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
    ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 8

ଇସ୍ରାଏଲୀୟମାନଙ୍କ ରାଜାପାଇଁ ପ୍ରାର୍ଥନା

ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ। ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେ‌ର୍‌ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ। ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ। ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ। ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”

ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଲା ସମୟରେ ଯାହା କରୁଥିଲେ, ଆଜି ପର୍ଯ୍ୟନ୍ତ ତାହା ଦୋହରାଉଛନ୍ତି। ସେମାନେ ମୋତେ ପରିତ୍ୟାଗ କଲେ ଓ ମୋ’ ବଦଳରେ ଅନ୍ୟ ଦେବତାମାନଙ୍କର ସେବା କଲେ। ସେଥିପାଇଁ ସେମାନେ ତୁମ୍ଭ ସହିତ ଏପରି ବ୍ୟବହାର କରୁଛନ୍ତି। ତେଣୁ ଲୋକମାନଙ୍କ କଥା ଶୁଣ ଏବଂ ସେମାନଙ୍କ କଥା ଅନୁସାରେ କାର୍ଯ୍ୟ କର। କିନ୍ତୁ ସେମାନଙ୍କୁ ସତର୍କ କରାଇଦିଅ ଯେ, ସେମାନଙ୍କ ପାଇଁ ରାଜା କ’ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।”

10 ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ। 11 ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା'ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ।

12 “ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ।

“ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।

13 “ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନେଇ ସୁବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ୟ ତୁମ୍ଭର ଝିଅମାନଙ୍କୁ ତା’ ପାଇଁ ରୋଷେଇ କାର୍ଯ୍ୟରେ ଓ ସେକିବା କାର୍ଯ୍ୟ କରିବା ପାଇଁ ବାଧ୍ୟ କରିବ।

14 “ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା'ର ଅଧିକାରୀମାନଙ୍କୁ ବାଣ୍ଟିବେ। 15 ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନେଇ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦେବ।

16 “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ[a] ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ। 17 ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ।

“ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ। 18 ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।”

19 କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର। 20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।”

21 ଶାମୁୟେଲ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକୁ ଶୁଣାଇଲେ। 22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।”

ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 6:15-7:16

15 ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।

ସ୍ତିଫାନଙ୍କ ଭାଷଣ

ମହାଯାଜକ ସ୍ତିଫାନଙ୍କୁ ପଗ୍ଭରିଲେ, “ଏସବୁ କଥା କ’ଣ ସତ୍ୟ?” ସେ ଉତ୍ତର ଦେଲେ, “ମୋର ଯିହୂଦୀ ପିତାମାନେ ଓ ଭାଇମାନେ, ମୋ’ କଥା ଶୁଣ। ଆମ୍ଭର ପିତା ଅବ୍ରହାମ ହାରୋଣ ନଗରରେ ବାସ କରିବା ପୂର୍ବରୁ ଯେତେବେଳେ ମେସପତାମିଆରେ ଥିଲେ, ସେତେବେଳେ ଗୌରବମୟ ପରମେଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ, ‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’(A)

“ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ୟାଗ କରି ହାରଣରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ୟୁ ପରେ ପରମେଶ୍ୱର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭେମାନେ ବର୍ତ୍ତମାନ ରହୁଛ। ପରମେଶ୍ୱର ତାହାଙ୍କୁ କିଛି ଦେଲ ନାହିଁ। ଏପରିକି ଗୋଟିଏ ଫୁଟ ଜାଗା ମଧ୍ୟ ନୁହେଁ। ସେତେବେଳେ ତାହାଙ୍କର କିଛି ପିଲାପିଲି ନ ଥିଲା। ପରମେଶ୍ୱର ତାହାଙ୍କୁ ଓ ତାହାଙ୍କର ଭବିଷ୍ୟତ୍ ଉତ୍ତରାଧିକାରୀଙ୍କୁ ଏହି ଭୂମି ଏକ ଅଧିକାର ରୂପେ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।

“ପରମେଶ୍ୱର ତାହାଙ୍କୁ ଏହିକଥା କହିଥିଲେ, ‘ତୁମ୍ଭର ସନ୍ତାନମାନେ ବିଦେଶରେ ଦାସ କର୍ମ କରିବେ। ସେମାନେ ତାହାଙ୍କୁ ଗ୍ଭରିଶହ ବର୍ଷ ପର୍ଯ୍ୟନ୍ତ ଖରାପ ବ୍ୟବହାର କରିବେ।’(B) ପରମେଶ୍ୱର କହିଲେ, ‘ଯେଉଁମାନେ ସେମାନଙ୍କୁ ଦାସ କରି ରଖିଛନ୍ତି, ମୁଁ ସେମାନଙ୍କୁ ଦଣ୍ଡ ଦେବି। ତା'ପରେ ସେମାନେ ସେଠାରୁ ଆସି ଏହି ସ୍ଥାନରେ ମୋତେ ପୂଜା କରିବେ।’(C)

“ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇ‌ସ୍‌ହାକଙ୍କର ପିତା ହେଲେ। ଇ‌ସ୍‌ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇ‌ସ୍‌ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

“ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। 10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରିଦେଲେ। 11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।

12 “ମିଶରରେ ଶସ୍ୟଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସେଠାକୁ ପଠାଇଲେ। 13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। 14 ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ। 15 ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସେଠାରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ୟୁ ବରଣ କଲେ। 16 ସେମାନଙ୍କୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରହାମ ହମୋରର ପୁତ୍ରମାନଙ୍କ ପାଖରୁ କିଛି ରୂପାଟଙ୍କା ଦେଇ କିଣିଥିଲେ।

ଲୂକ ଲିଖିତ ସୁସମାଗ୍ଭର 22:24-30

ଜଣେ ସେବକ ଭଳି ହୁଅ

24 ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ଶ୍ରେଷ୍ଠ ପ୍ରେରିତମାନେ ସେହି ବିଷୟରେ ପରସ୍ପର ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। 25 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଏହି ସଂସାରର ଦେଶଗୁଡ଼ିକର ରାଜାମାନେ ସେମାନଙ୍କ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସେମାନେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ୟାତ ହୁଅନ୍ତି। 26 କିନ୍ତୁ ତୁମ୍ଭେମାନେ ସେମାନଙ୍କ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ବଡ଼, ସେ ସବୁଠାରୁ ଛୋଟ ହେବା ଉଚିତ୍। ନେତା ସେବକ ଭଳି ହେବା ଉଚିତ୍। 27 ସବୁଠାରୁ ଶ୍ରେଷ୍ଠ ଲୋକ କିଏ? ଟେବୁଲ ପାଖରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭେମାନେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ମୁଁ ଜଣେ ସେବକ ଭଳି ରହିଛି।

28 “ଅନେକ ବାଧାବିଘ୍ନ ଭିତର ଦେଇ ତୁମ୍ଭେମାନେ ମୋ’ ସହିତ ରହିଛ। 29 ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି। 30 ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର[a] ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center