Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଗୀତସଂହିତା 96

96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
    ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
    ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
    ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
    ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
    କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
    ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
    ଓ ପରାକ୍ରମର ଗୁଣ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
    ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
    ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10     ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
    ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
    ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
    ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
    କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
    ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।

ଗୀତସଂହିତା 34

ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।

34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
    ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
    ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
    ତାଙ୍କ ନାମର ମହିମା କୀର୍ତ୍ତନ କର।
ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
    ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
    ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
    ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
    ଓ ସଦାପ୍ରଭୁ ତାହା ଶୁଣିଲେ
    ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
    ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
    ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
    କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
    କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
    ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
    ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
    ଶାନ୍ତି ପାଇଁ କାର୍ଯ୍ୟ କର।
    ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
    ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
    ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
    ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
    ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
    ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
    କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
    ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
    ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
    ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 6:12-23

12 ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। 13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। 14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

15 ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ। 16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।

17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

18 ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 19 ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।

ମୀଖଲ ରାଜା ଦାଉଦଙ୍କୁ ଗାଳି ଦେଲେ

20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”

21 ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି। 22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା'ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”

23 ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।

ରୋମୀୟଙ୍କ ପ୍ରତି ପତ୍ର 14:7-12

ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ। ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା'ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ। ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।

10 ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ। 11 ଶାସ୍ତ୍ରରେ ଲେଖା ଅଛି:

“ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ
    ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ।
    ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ।
    ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”(A)

12 ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।

ଯୋହନ ଲିଖିତ ସୁସମାଗ୍ଭର 1:43-51

43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।” 44 ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ। 45 ଫିଲିପ୍ପ ନିଥନିୟେଲଙ୍କର ଦେଖା ପାଇ ତାଙ୍କୁ କହିଲେ, “ମୋଶା ବ୍ୟବସ୍ଥାରେ ଯାହାଙ୍କ ବିଷୟରେ ଲେଖିଥିଲେ ଏବଂ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ଯାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ। ତାହାଙ୍କ ନାମ ଯୀଶୁ, ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”

46 ନିଥନିୟେଲ ଫିଲିପ୍ପଙ୍କୁ ପଚାରିଲେ, “ନାଜରିତ! ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?”

ଫିଲିପ୍ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”

48 ନିଥନିୟେଲ ଯୀଶୁଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?”

ଯୀଶୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

49 ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”

50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ରେଷ୍ଠତର ବିଷୟମାନ ଦେଖିବ।” 51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ[a] ମନୁଷ୍ୟପୁତ୍ରଙ୍କ[b] ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center