Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 9-10

ଶାଉଲଙ୍କ ହୃଦୟ ପରିବର୍ତ୍ତନ

ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।

ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉ‌ଦ୍‌ଭାସିତ ହୋଇଗଲା। ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”

ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?”

ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”

ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ। ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ। ସେ ତିନି ଦିନ ପର୍ଯ୍ୟନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ୟ କଲେ ନାହିଁ।

10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!”

ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”

11 ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି। 12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”

13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। 14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”

15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। 16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”

17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” 18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ। 19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।

ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର

ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’

21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”

22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।

ଶାଉଲ ଯିହୂଦୀଙ୍କଠାରୁ ରକ୍ଷା ପାଇବା

23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। 24 ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ। 25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।

ଯିରୁଶାଲମରେ ଶାଉଲ

26 ଶାଉଲ ଯିରୁଶାଲମରେ ପହଞ୍ଚି ବିଶ୍ୱାସୀ ଶିଷ୍ୟମାନଙ୍କ ସହିତ ଯୋଗଦେବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତରେ ଯୀଶୁଙ୍କର ଶିଷ୍ୟ ହୋଇଅଛନ୍ତି, ଏହା ଶିଷ୍ୟମାନେ ବିଶ୍ୱାସ କଲେ ନାହିଁ। 27 ମାତ୍ର ବର୍ଣ୍ଣ‌ବ୍‌‌ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।

28 ତା'ପରେ ଶାଉଲ ସେମାନଙ୍କ ସହିତ ରହି, ଯିରୁଶାଲମର ପ୍ରତ୍ୟେକ ସ୍ଥାନରେ ପ୍ରଭୁଙ୍କର ନାମରେ ସାହସର ସହିତ ପ୍ରଗ୍ଭର କଲେ। 29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। 30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।

31 ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।

ଲୂଦ ଓ ଯାଫୋରେ ପିତର

32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ। 33 ସେଠାରେ ସେ ଏନିୟ ନାମକ ଜଣେ ପକ୍ଷାଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶଯ୍ୟାଶାୟୀ ଅବସ୍ଥାରେ ପଡ଼ିଥିଲା। 34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।” 35 ଏହା ଦେଖି ଲୂଦ ଓ ଶାରୋଣର ସମସ୍ତ ବାସିନ୍ଦାମାନେ ମନ ଫେରଣ କରି ପ୍ରଭୁଙ୍କଠାରେ ବିଶ୍ୱାସ କଲେ।

36 ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ। 37 ପିତର ଯେତେବେଳେ ଲୂଦରେ ଥିଲେ, ସେତେବେଳେ ସେ ଅସୁସ୍ଥ ହୋଇ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀରେ ଶୁଆଇ ଦେଲେ। 38 ଯାଫୋର ବିଶ୍ୱାସୀ ଶିଷ୍ୟମାନେ ଶୁଣିଲେ ଯେ, ପିତର ଲୂଦରେ ଅଛନ୍ତି। ଲୂଦ ଯାଫୋର ପାଖରେ ଥିଲା। ତେଣୁ ସେମାନେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବେଦନ କଲେ, “ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।”

39 ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସେମାନଙ୍କ ସହିତ ଗଲେ। ସେ ଯେତେବେଳେ ପହଞ୍ଚିଲେ, ସେମାନେ ତାହାଙ୍କୁ ଉପର କୋଠରିକୁ ନେଇ ଗଲେ। ପିତରଙ୍କ ଗ୍ଭରିପାଖେ ବିଧବାମାନେ ଠିଆ ହୋଇ କାନ୍ଦୁଥିଲେ। ଟାବୀଥା ସେମାନଙ୍କ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସେଗୁଡ଼ିକ ସେମାନେ ପିତରଙ୍କୁ ଦେଖାଇଲେ। 40 ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ। 41 ପିତର ତାହାଙ୍କର ହାତ ଧରି ଉଠେଇଲେ ଓ ବିଶ୍ୱାସୀମାନଙ୍କୁ ଓ ବିଧବାମାନଙ୍କୁ କୋଠରି ମଧ୍ୟକୁ ଡାକିଲେ ଓ ଟାବୀଥାକୁ ଜୀବିତ ଦେଖାଇଲେ।

42 ଏହି ଖବର ଯାଫୋର ଗ୍ଭରିଆଡ଼େ ବ୍ୟାପିଗଲା। ଅନେକ ଲୋକ ପ୍ରଭୁଙ୍କ ପାଖରେ ବିଶ୍ୱାସ କଲେ। 43 ତା'ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ।

ପିତର ଓ କର୍ଣ୍ଣୀଲିୟ

10 କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ। ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”

କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?”

ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି। ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ। ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।” ଏହା କହି ସ୍ୱର୍ଗଦୂତ ଗ୍ଭଲିଗଲେ। ଏହା ପରେ କର୍ଣ୍ଣୀଲିୟ ନିଜର ବ୍ୟକ୍ତିଗତ ସହକାରୀ ମଧ୍ୟରୁ ତାହାଙ୍କର ଦୁଇଜଣ ସେବକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ। ସେ ସେମାନଙ୍କୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।

ତହିଁ ଆରଦିନ ସେମାନେ ଯାଫୋ ନଗର ନିକଟରେ ପହଞ୍ଚିଲେ, ସେତେବେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବା ପାଇଁ ଯାଇଥିଲେ। ତାହା ପ୍ରାୟ ଦ୍ୱିପ୍ରହର ସମୟ ଥିଲା। 10 ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ। 11 ସେ ଦେଖିଲେ ଯେ, ସ୍ୱର୍ଗ ଖୋଲିଗଲା ଓ ତା’ ଭିତରୁ ଗୋଟିଏ ଗ୍ଭରି କୋଣ ଧରା ବଡ଼ ଗ୍ଭଦର ଭଳି କିଛି ଗୋଟାଏ ପୃଥିବୀକୁ ଖସୁଛି। 12 ତା'ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ। 13 ତା'ପରେ ତାହାଙ୍କୁ ଗୋଟିଏ ବାଣୀ ଶୁଭିଲା, “ପିତର, ଉଠ, ଏହି ପଶୁମାନଙ୍କ ମଧ୍ୟରୁ ଯେକୌଣସିଟିକୁ ମାର ଓ ଖାଅ।”

14 ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”

15 ମାତ୍ର ସେହି ସ୍ୱର ତାଙ୍କୁ ପୁଣି କହିଲେ, “ପରମେଶ୍ୱର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହ ନାହିଁ।” 16 ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା। 17 ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା'ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ।

ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ। 18 ସେମାନେ ତାହାଙ୍କୁ ଡାକିଲେ ଓ ପିତର ନାମରେ ପରିଚିତ ଶିମୋନ ସେଠାରେ ଅତିଥି ଭାବରେ ରହିଛନ୍ତି କି ନାହିଁ ପଗ୍ଭରିଲେ।

19 ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି। 20 ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।” 21 ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?”

22 ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।” 23 ତେଣୁ ପିତର ସେମାନଙ୍କୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ।

ତହିଁ ଆରଦିନ ସେ ସେମାନଙ୍କ ସହିତ ପ୍ରସ୍ତୁତ ହୋଇ ଗ୍ଭଲିଗଲେ। ଯାଫୋର କେତେକ ଭାଇମାନେ ମଧ୍ୟ ତାହାଙ୍କ ସହିତ ଆସିଥିଲେ। 24 ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।

25 ପିତର ଘରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ। 26 ପିତର ତାହାଙ୍କୁ ଉଠେଇ ଦେଇ କହିଲେ, “ଉଠ, ମୁଁ ତୁମ୍ଭପରି କେବଳ ଜଣେ ମଣିଷ।” 27 ପିତର ତାହାଙ୍କ ସହିତ କଥା ହେଉ ହେଉ ଭିତରକୁ ଗଲେ। ସେଠାରେ ସେ ବହୁତ ଲୋକମାନଙ୍କୁ ଏକତ୍ରିତ ହେବାର ଦେଖିଲେ।

28 ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି। 29 ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତିରେ ଏଠାକୁ ଗ୍ଭଲିଆସିଲି। ମୋତେ ବର୍ତ୍ତମାନ କୁହ, ତୁମ୍ଭେମାନେ ମୋତେ କାହିଁକି ଡକେଇଥିଲ?”

30 କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ। 31 ସେ କହିଲେ, ‘କର୍ଣ୍ଣୀଲିୟ, ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦେଇଥିବା ଦାନ ମନେ ରଖିଛନ୍ତି। 32 ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଏଠାକୁ ଡକାଅ। ସେ ସମୁଦ୍ର କୂଳରେ ଚମାର ଶିମୋନଙ୍କ ଘରେ ରହୁଛନ୍ତି।’ 33 ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡକେଇ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦେଇଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠାରେ ପ୍ରଭୁଙ୍କ ସମ୍ମୁଖରେ ଅପେକ୍ଷା କରି ରହିଛୁ।”

କର୍ଣ୍ଣୀଲିୟଙ୍କ ଘରେ ପିତରଙ୍କ ଶିକ୍ଷା

34 ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ। 35 କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି। 36 ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।

37 “ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ। 38 ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।

39 “ଯୀଶୁ ଯିହୂଦା ଦେଶରେ ଓ ଯିରୁଶାଲମରେ ଯାହାସବୁ କରିଥିଲେ ସେହିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସେମାନେ ତାହାଙ୍କୁ ବଧକଲେ। କାଠ ନିର୍ମିତ କ୍ରୁଶରେ ସେମାନେ ତାହାଙ୍କୁ ଚଢ଼ାଇ ହତ୍ୟା କଲେ। 40 କିନ୍ତୁ ତାହାଙ୍କ ମୃତ୍ୟୁର ତିନି ଦିନ ପରେ ପରମେଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ପୁନର୍ଜୀବିତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦେଖାଇଲେ। 41 ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।

42 “ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଗ୍ଭରକ ହେବା ନିମନ୍ତେ କେବଳ ଏକମାତ୍ର ସେ ଯେ ନିଯୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ୟ ଦେବା ପାଇଁ ମଧ୍ୟ କହିଲେ। 43 ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”

ଅଣଯିହୂଦୀମାନଙ୍କ ଉପରେ ପବିତ୍ରଆତ୍ମାଙ୍କର ଅଧିଷ୍ଠାନ

44 ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ। 45 ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା। 46 ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ। 47 ତା'ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!” 48 ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ। ତା'ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center