Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 11-13

ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଭୁଲି ନାହାନ୍ତିଁ

11 ତା'ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ। ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ? ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟ‌ଦ୍‌ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।”(A) କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।”(B)

ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି। ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା'ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା'ହେଲେ କ’ଣ ହେଲା?

ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ। ଶାସ୍ତ୍ରରେ ଯେପରି ଲେଖା ଅଛି:

“ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।”(C)

“ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ,
    ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ।
ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।”(D)

ଦାଉଦ କୁହନ୍ତି:

“ସେ ଲୋକମାନେ ନିଜର ଭୋଜନରେ ଚ୍ଛନ୍ଦି ଓ ବାନ୍ଧି ହୋଇ ଯାଆନ୍ତୁ,
    ତାହାଙ୍କର ପତନ ହେଉ ଓ ସେମାନଙ୍କୁ ଦଣ୍ଡ ମିଳୁ।
10 ସେମାନଙ୍କର ଆଖି ସତ୍ୟକୁ ଦେଖି ନ ପାରିବା ପାଇଁ ବନ୍ଦ ହୋଇଯାଉ।
    ସର୍ବଦା ପାଇଁ ସେମାନଙ୍କର ଅଣ୍ଟା ନଇଁ ପଡ଼ୁ।”(E)

11 ତା'ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସେମାନଙ୍କୁ ନଷ୍ଟ କରିଥିଲା କି। ବରଂ ସେମାନଙ୍କର ଭୁଲ୍ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ୱାରା ଯିହୂଦୀମାନଙ୍କ ଭିତରେ ଉତ୍ସାହ ଭାବ ଜାଗୃତ ହେଲା। 12 ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!

13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। 14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। 15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। 16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା'ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା'ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।

17 ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। 18 ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି। 19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।” 20 ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର। 21 ବିଶ୍ୱାସ ନ କରିବା ହେତୁ ଯଦି ପରମେଶ୍ୱର ପ୍ରଥମ ଗଛର ଶାଖାଗୁଡ଼ିକୁ ଭାଙ୍ଗିଦେଲେ, ତା'ହେଲେ ତୁମ୍ଭେମାନେ ମଧ୍ୟ ବିଶ୍ୱାସ ନ ରଖି ପାରିଲେ ପରମେଶ୍ୱର ତୁମ୍ଭମାନଙ୍କୁ ବିଛିନ୍ନ କରିଦେବେ।

22 ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା'ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ। 23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା'ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। 24 ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।

25 ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ। 26 ଏହିଭଳି ସମଗ୍ର ଇସ୍ରାଏଲ ଉଦ୍ଧାର ପାଇବ। ଶାସ୍ତ୍ରରେ ଲେଖାଅଛି:

“ସିୟୋନ[a]ଠାରୁ ଉଦ୍ଧାରକର୍ତ୍ତା ଆସିବେ।
    ସେ ଯାବୁକ ପରିବାର ସମସ୍ତ ଅଧର୍ମଗୁଡ଼ିକୁ ଦୂର କରିବେ।
27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ
    ଏହି ଚୁକ୍ତି କରିବା।”(F)

28 ଯିହୂଦୀମାନେ ସୁସମାଗ୍ଭର ଗ୍ରହଣ କରୁ ନ ଥିବାରୁ, ପରମେଶ୍ୱରଙ୍କ ଶତ୍ରୁ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ୟ ପରମେଶ୍ୱରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦେଇଥିବା ପ୍ରତିଜ୍ଞା ହେତୁ, ପରମେଶ୍ୱର ସେମାନଙ୍କୁ ଖୁବ୍ ଭଲ ପାଆନ୍ତି। 29 ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ। 30 ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ। 31 ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ। 32 ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ।

ପରମେଶ୍ୱର ଧନ୍ୟ

33 ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ। 34 କେହିହେଲେ ପରମେଶ୍ୱରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁହେ:

“ପ୍ରଭୁଙ୍କର ମନକୁ କିଏ ଜାଣିଛି?
    କିଏ ପରମେଶ୍ୱରଙ୍କୁ ପରାମର୍ଶ ଦେଇ ପାରିବ କି?”(G)

35 “କିଏ କେବେ ହେଲେ ପରମେଶ୍ୱରଙ୍କୁ କ’ଣ ବା ଦେଇଛି?
    ଯେ ପରମେଶ୍ୱର ପ୍ରତ୍ୟୁପକାରରେ କିଛି ଦେବେ।”(H)

36 ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।

ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର

12 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।

ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର। ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।

ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ। ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।

ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର। 10 ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ। 11 ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍‌‌ଯୋଗ ହୁଅ। 12 ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧର। ନିରନ୍ତର ପ୍ରାର୍ଥନା କର। 13 ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।

14 ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ। 15 ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ। 16 ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।

17 ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ। 18 ଲୋକଙ୍କ ସହିତ ଶାନ୍ତିରେ ରହିବା ପାଇଁ ଯଥାସାଧ୍ୟ ଚେଷ୍ଟା କର। 19 ତୁମ୍ଭମାନଙ୍କ ପ୍ରତି ଭୁଲ୍ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ୱରଙ୍କ କ୍ରୋଧ ଦ୍ୱାରା ଦଣ୍ତିତ ହେବା ଲାଗି ଅପେକ୍ଷା କର। ଶାସ୍ତ୍ରରେ ଲେଖା ଅଛି: ପରମେଶ୍ୱର କହିଛନ୍ତି,

“ଦଣ୍ତ ଦେବା ମୋର କାମ।
    ମୁଁ ଲୋକମାନଙ୍କୁ ପ୍ରତିଦାନ ଦେବି।”(I)

20 କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍:

“ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି,
    ତାହାକୁ ଖାଇବାକୁ ଦିଅ,
ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି,
    ତାହାକୁ ପିଇବାକୁ ଦିଅ।
ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”(J)

21 ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।

ତୁମ୍ଭ ସରକାରଙ୍କ ନିୟମ ମାନ

13 ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି। ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ। ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ। ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି। ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।

ଅନ୍ୟ ଲୋକଙ୍କୁ ପ୍ରେମ କରିବା ହିଁ ବ୍ୟବସ୍ଥା ଅଟେ

କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।”(K) ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”(L) 10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।

11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। 12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। 13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ। 14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center