Beginning
ଯୋହନଙ୍କର ସ୍ୱର୍ଗ ଦେଖିବା
4 ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” 2 ତତ୍କ୍ଷଣାତ୍ ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ। 3 ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।
4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। 5 ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି। 6 ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା।
ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। 7 ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା। 8 ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ:
“ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର।
ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”
9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। 10 ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି:
11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର!
ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ
ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ।
ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”
5 ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର[a] ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। 2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” 3 କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। 4 ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ। 5 କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”
6 ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।
7 ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ। 8 ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା। 9 ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ:
“ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ
ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ,
କାରଣ ତୁମ୍ଭେ ହତ ହୋଇଥିଲ;
ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ।
ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”
11 ତା'ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ। 12 ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ:
“ମେଷଶାବକ
ଯେ ବଳିକୃତ ଥିଲେ,
ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା
ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”
13 ତା'ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି:
“ଯେ ସିଂହାସନରେ ବସିଛନ୍ତି,
ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”
14 ଗ୍ଭରି ଜଣ ଜୀବିତ ପ୍ରାଣୀ କହିଲେ, “ଆମେନ୍!” ଏବଂ ଚବିଶ ଜଣ ପ୍ରାଚୀନ ବ୍ୟକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
6 ତା'ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ” 2 ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ।
3 ତା'ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। 4 ତା'ପରେ ଆଉ ଗୋଟିଏ ଲାଭ ଘୋଡ଼ା ଆସିଲା। ସେହି ଘୋଡ଼ାର ଆରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରିଦେବେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।
5 ତା'ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା। 6 ତା'ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।”
7 ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।” 8 ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆରୋହୀଙ୍କର ନାମ ଥିଲା, ‘ମୃତ୍ୟୁ’। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଯାଇଥିଲା। ସେମାନଙ୍କୁ ଖଡ଼୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ୟ ପଶୁଙ୍କ ଦ୍ୱାରା ଲୋକମାନଙ୍କୁ ମାରିଦେବାକୁ ଶକ୍ତି ଦିଆଗଲା।
9 ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା। 10 ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?” 11 ତା'ପରେ ପ୍ରତ୍ୟେକ ଆତ୍ମାଙ୍କୁ ଗୋଟିଏ ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସେମାନଙ୍କୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠାରେ ଥିବା ସେମାନଙ୍କର ଅନ୍ୟସବୁ ଭାଇମାନଙ୍କୁ ସେମାନଙ୍କ ପରି ହତ୍ୟା କରାଯିବା ପର୍ଯ୍ୟନ୍ତ ଓ ସେମାନଙ୍କ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ୟାର ସବୁକିଛି ସରିବା ପର୍ଯ୍ୟନ୍ତ ସେମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା।
12 ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା। 13 ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ। 14 ଆକାଶ ଭାଗଭାଗ ହୋଇଗଲା ଓ ଚର୍ମପତ୍ର ଭଳି ଗୁଡ଼େଇ ହୋଇଗଲା। ପର୍ବତ ଓ ଦ୍ୱୀପସମୂହ ନିଜ ନିଜ ସ୍ଥାନରୁ ସ୍ଥାନଚ୍ୟୁତ ହୋଇଗଲେ।
15 ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ। 16 ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ। 17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”
ଇସ୍ରାଏଲର 144,000 ଲୋକ
7 ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ। 2 ତା'ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ। 3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।”
4 ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
5 ଯିହୂଦା ପରିବାରବର୍ଗରୁ | 12,000 |
ରୁବେନ ପରିବାରବର୍ଗରୁ | 12,000 |
ଗାଦ୍ ପରିବାରବର୍ଗରୁ | 12,000 |
6 ଆଶେର ପରିବାରବର୍ଗରୁ | 12,000 |
ନପ୍ତାଲି ପରିବାରବର୍ଗରୁ | 12,000 |
ମନଃଶି ପରିବାରବର୍ଗରୁ | 12,000 |
7 ଶିମିୟୋନ ପରିବାରବର୍ଗରୁ | 12,000 |
ଲେବୀ ପରିବାରବର୍ଗରୁ | 12,000 |
ଇସାଖର ପରିବାରବର୍ଗରୁ | 12,000 |
8 ସବୁଲୂନ୍ ପରିବାରବର୍ଗରୁ | 12,000 |
ଯୋଷେଫ ପରିବାରବର୍ଗରୁ | 12,000 |
ବିନ୍ୟାମିନ ପରିବାରବର୍ଗରୁ | 12,000 |
ବିଶାଳ ଜନତା
9 ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠାରେ ଏତେଲୋକ ଥିଲେ ଯେ, କେହି ସେମାନଙ୍କୁ ଗଣି ପାରିବ ନାହିଁ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସେହି ଲୋକମାନେ ସିଂହାସନ ଓ ମେଷଶାବକଙ୍କ ସାମନାରେ ଠିଆ ହୋଇଥିଲେ। ସେମାନେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସେମାନଙ୍କର ହାତରେ ଖଜୁରି ବାହୁଙ୍ଗା ଥିଲା। 10 ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”
11 ପ୍ରାଚୀନମାନେ ଓ ଗ୍ଭରି ଜଣ ପ୍ରାଣୀ ସେଠାରେ ଥିଲେ। ସବୁ ଦୂତମାନେ ସେମାନଙ୍କର ଓ ସିଂହାସନର ଗ୍ଭରିପାଖରେ ଘେରି ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ପ୍ରଣାମ କରି ପରମେଶ୍ୱରଙ୍କ ଉପାସନା କଲେ। 12 ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”
13 ତା'ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?”
14 ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ।
ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି। 15 ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ। 16 ସେହି ଲୋକମାନେ ଆଉ କେବେ କ୍ଷୁଧିତ ହେବେ ନାହିଁ। ସେମାନେ କଦାପି ତୃଷାର୍ତ୍ତ ହେବେ ନାହିଁ। ସୂର୍ଯ୍ୟ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସେମାନଙ୍କୁ ଜାଳି ପାରିବ ନାହିଁ। 17 ସିଂହାସନର ମଧ୍ୟରେ ଥିବା ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼େଇ ନେଇଯିବେ। ପରମେଶ୍ୱର ସେମାନଙ୍କର ଆଖିରୁ ସବୁ ଲୁହ ପୋଛି ଦେବେ।’’
ସପ୍ତମ ମୁଦ୍ରା
8 ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା। 2 ତା'ପରେ ମୁଁ ପରମେଶ୍ୱରଙ୍କ ସାମନାରେ ସାତ ଜଣ ସ୍ୱର୍ଗଦୂତଙ୍କୁ ଠିଆ ହୋଇଥିବାର ଦେଖିଲି। ସେମାନଙ୍କୁ ସାତୋଟି ତୂରୀ ଦିଆଗଲା।
3 ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା। 4 ସ୍ୱର୍ଗଦୂତ ଏହି ପ୍ରାର୍ଥନାଯୁକ୍ତ ଧୂପକୁ ବେଦୀ ଉପରେ ପକାନ୍ତେ ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପରକୁ ଉଠିଲା। 5 ତା'ପରେ ଦୂତ ବେଦୀର ଅଗ୍ନି ନେଇ ଧୂପଦାନୀ ପୂର୍ଣ୍ଣ କଲେ ଓ ତାହା ପୃଥିବୀ ଉପରକୁ ନିକ୍ଷେପ କଲେ। ତେଣୁ ସେଠାରେ ବଜ୍ରପାତ, ମେଘ ଘଡ଼ଘଡ଼ି, ବିଜୁଳି, କୋଳାହଳ ଓ ଭୂମିକମ୍ପ ହେଲା।
ସାତ ଜଣ ସ୍ୱର୍ଗ ଦୂତଙ୍କର ତୂରୀନାଦ
6 ତା'ପରେ ସାତ ଜଣ ସ୍ୱର୍ଗଦୂତ ସାତୋଟି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।
7 ପ୍ରଥମ ସ୍ୱର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ୱାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳାବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀୟାଂଶରେ ନିଆଁ ଲାଗି ଏକ ତୃତୀୟାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।
8 ଦ୍ୱିତୀୟ ସ୍ୱର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ୱଳନ୍ତ ପର୍ବତ ପରି ଦିଶୁଥିବା ଏକ ବସ୍ତୁ ସମୁଦ୍ରରେ ପଡ଼ିଲା। ଏହା ଦ୍ୱାରା ସମୁଦ୍ରର ଏକ ତୃତୀୟାଂଶ ଜଳ ରକ୍ତରେ ପୂର୍ଣ୍ଣ ହୋଇଗଲା। 9 ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା।
10 ଯେତେବେଳେ ତୃତୀୟ ସ୍ୱର୍ଗଦୂତ ତୂରୀ ବଜାଇଲେ, ସେତେବେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥାରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀୟାଂଶ ନଦୀ ଓ ଏକ ତୃତୀୟାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା। 11 ସେହି ତାରାର ନାମ ‘ନାଗଦଅଣା’ ଥିଲା। ଏହା ଦ୍ୱାରା ପୃଥିବୀର ଏକ ତୃତୀୟାଂଶ ଜଳଭାଗ ପିତା ହୋଇଗଲା। ଏହି ପିତା ଜଳ ପାନକରି ଅନେକ ଲୋକ ମୃତ୍ୟୁବରଣ କଲେ।
12 ଯେତେବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀୟାଂଶ ସୂର୍ଯ୍ୟ, ଏକତୃତୀୟାଂଶ ଚନ୍ଦ୍ର ଓ ଏକତୃତୀୟାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସେମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଅନ୍ଧକାରମୟ ହୋଇଗଲା। ଦିନ ଓ ରାତ୍ରିର ଏକ ତୃତୀୟାଂଶ ଆଲୋକବିହୀନ ହେଲା।
13 ମୁଁ ସେତେବେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜୋର୍ରେ କହିଲା, “ହାୟ, ହାୟ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଳେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।”
2010 by World Bible Translation Center