Print Page Options
Previous Prev Day Next DayNext

Beginning

Read the Bible from start to finish, from Genesis to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 19-21

ଇସ୍ରାଏଲ ସହିତ ପରମେଶ୍ୱରଙ୍କ ଚୁକ୍ତି

19 ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ। ସେମାନେ ରଫୀଦୀମଠାରୁ ଯାଇ ସୀନୟ ମରୁଭୂମିରେ ପହଞ୍ଚିଲେ ଓ ସେମାନେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣି ସ୍ଥାପନ କଲେ। ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ। ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି। ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର। ମୋ’ ପାଇଁ ତୁମ୍ଭେମାନେ ଯାଜକମାନଙ୍କର ଏକ ରାଜ୍ୟ ଏବଂ ପବିତ୍ର ରାଷ୍ଟ୍ର ହେବ।’ ମୋଶା, ଏହି ସମସ୍ତ କଥା ତୁମ୍ଭେ ଇସ୍ରାଏଲୀୟମାନଙ୍କୁ କୁହ।”

ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ। ସମସ୍ତ ଲୋକେ ଏକ ସମୟରେ କହିଲେ, “ଆମ୍ଭେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମାନିବୁ।”

ଏହା ପରେ ମୋଶା ପୁନରାୟ ପର୍ବତ ଉପରକୁ ପରମେଶ୍ୱରଙ୍କର ନିକଟକୁ ଗଲେ। ମୋଶା ପରମେଶ୍ୱରଙ୍କୁ କହିଲେ, ଲୋକମାନେ ଆପଣଙ୍କର ସମସ୍ତ ଆଜ୍ଞା ମାନିବେ। ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।”

ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ।

10 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶେଷ ସଭାର ଆୟୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ। 11 ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ। 12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ। 13 କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”

14 ତେଣୁ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସେମାନଙ୍କର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।

15 ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”

16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ। 17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ। 18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା। 19 ତୂରୀ ଧ୍ୱନି ଅଧିକରୁ ଅଧିକ ଶବ୍ଦରେ ଶୁଭିଲା। ମୋଶା ପରମେଶ୍ୱରଙ୍କୁ ଯେକୌଣସି ପ୍ରଶ୍ନ କଲେ ପରମେଶ୍ୱର ପ୍ରତ୍ୟେକ ଥର ବଜ୍ର ସ୍ୱରରେ ଉତ୍ତର ଦେଲେ।

20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।

21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ। 22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”

24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”

25 ତେଣୁ ମୋଶା ଓହ୍ଲାଇ ଗଲେ ଓ ଲୋକମାନଙ୍କୁ କହିଲେ।

ଦଶ ଆଜ୍ଞା

20 ଏହା ପରେ ପରମେଶ୍ୱର କହିଲେ,

“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।

“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।

“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି। କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର। ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ। 10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ। 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।

12 “ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13 “ତୁମ୍ଭେ ନରହତ୍ୟା କରିବ ନାହିଁ।

14 “ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।

15 “ତୁମ୍ଭେ ଗ୍ଭେରି କରିବ ନାହିଁ।

16 “ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

17 “ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”

ଲୋକମାନେ ପରମେଶ୍ୱରଙ୍କୁ ଭୟ କଲେ

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”

20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେମନ୍ତ ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।”

21 ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ। 22 ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ। 23 ତେଣୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ ଅନ୍ୟ ଦେବତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରୌପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତି ନିର୍ମାଣ କରିବ ନାହିଁ।

24 “ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ। 25 ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହେବ। ଏହା ଆଉ ଗ୍ରହଣ ଯୋଗ୍ୟ ହେବ ନାହିଁ। 26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।”

ଅନ୍ୟାନ୍ୟ ବ୍ୟବସ୍ଥା ଓ ଆଜ୍ଞା

21 ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଏଗୁଡ଼ିକ ହେଉଛି ଅନ୍ୟାନ୍ୟ ବ୍ୟବସ୍ଥା ତୁମ୍ଭେ ଲୋକମାନଙ୍କୁ ଜଣାଇବ।

“ଯଦି ତୁମ୍ଭେ ଜଣେ ଏବ୍ରୀୟ କ୍ରୀତଦାସ ନିଅ, ତେବେ ସେ ଛଅ ବର୍ଷ ତୁମ୍ଭର ସେବା କରିବ। ସପ୍ତମ ବର୍ଷରେ ସେ ମୁକ୍ତ ହୋଇଯିବ। ତାକୁ ଆଉ କିଛି ମୂଲ୍ୟ ଦେବାକୁ ପଡ଼ିବ ନାହିଁ। ଯଦି ସେହି ଲୋକ ଜଣକ ବିବାହିତ ନ ହୋଇଥାଏ, ତେବେ ସେ ଏକାକୀ ଯିବ ଓ ଯଦି ସେ ବିବାହିତ ହୋଇଥାଏ ତେବେ ସେ ମୁକ୍ତ ହେବା ସମୟରେ ତା'ର ସ୍ତ୍ରୀକୁ ସାଙ୍ଗରେ ନେଇଯିବ। ଯଦି ତା'ର ମୁନିବ ତାକୁ ବିବାହ କରି ଦେଇଥାଏ, ଯଦି ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟା ଜନ୍ମ ହୋଇଥାଏ, ତେବେ ତା'ର ସ୍ତ୍ରୀ ଓ ପୁତ୍ରକନ୍ୟା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାଯିବ।

“ମାତ୍ର ଏପରି ହୋଇପାରେ ଯେ ସେ ଦାସ କହିପାରେ ମୁଁ ମୋର ମୁନିବ ନିକଟରେ ରହିବି। ଯଦି ସେ କହେ, ‘ମୁଁ ମୋର ମୁନିବକୁ ଭଲ ପାଏ, ମୁଁ ମୋର ସ୍ତ୍ରୀ, ପୁତ୍ରକନ୍ୟାକୁ ପ୍ରେମ କରେ, ମୁଁ ମୁକ୍ତ ହେବାକୁ ଗ୍ଭହୁଁ ନାହିଁ, ମୁଁ ଏଠାରେ ରହିବି।’ ଯଦି ଏପରି ଘଟେ, ତେବେ ତା'ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସେବା କରିବ।

“ଜଣେ ଲୋକ ତା'ର କନ୍ୟାକୁ ଦାସୀଭାବେ ବିକ୍ରୟ କରି ପାରିବ, ଯଦି ଏପରି ହୁଏ, ଅନ୍ୟ ଦାସମାନେ ମୁକ୍ତ ହେଲା ପରି ସେ ମୁକ୍ତ ହୋଇ ପାରିବ ନାହିଁ। ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି। ଯଦି ତା'ର ମୁନିବ ତାକୁ ତା'ର ପୁତ୍ରବଧୁ କରିବାକୁ କହିଥାଏ, ତେବେ ତାକୁ ଦାସୀ ଭାବରେ ବିବେଚନା କରାଯାଇ ପାରିବ ନାହିଁ। ତାକୁ ତାଙ୍କର କନ୍ୟାପରି ବ୍ୟବହାର କରାଯିବ।

10 “ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତେବେ ସେ ପ୍ରଥମ ସ୍ତ୍ରୀକୁ କେବେ ଅସୁବିଧାରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ୟ ଯଥା: ଖାଦ୍ୟ, ବସ୍ତ୍ରରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ। 11 ସେହି ଲୋକ ଏହିସବୁ କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ଯଦି ଏଥିରେ ସେ ତୃଟି କରେ ତେବେ ସେହି ସ୍ତ୍ରୀ ଜଣକ ନିଜେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।

12 “ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଆଘାତ କରେ ଓ ହତ୍ୟାକରେ, ତେବେ ଆଘାତ କରିଥିବା ବ୍ୟକ୍ତିକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। 13 ଯଦି ସେ ତାକୁ ହତ୍ୟା କରିବାକୁ ଗ୍ଭହୁଁ ନ ଥିଲା କିନ୍ତୁ ପରମେଶ୍ୱର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସେମାନେ ତାକୁ ଉପଯୁକ୍ତ ଜାଗା ଦେବେ। 14 କିନ୍ତୁ ଯଦି ଜଣେ ବ୍ୟକ୍ତି ଇଚ୍ଛା କରି କିମ୍ବା ରାଗରେ ଅନ୍ୟଜଣକୁ ହତ୍ୟା କରେ, ତେବେ ହତ୍ୟାକାରୀ ନିଶ୍ଚିତ ମୃତ୍ୟୁଦଣ୍ଡ ପାଇବ। ତାକୁ ମୋର ଯଜ୍ଞବେଦି ପାଖରୁ ନେଇଯାଅ ଓ ହତ୍ୟା କର।

15 “ଯଦି କୌଣସି ଲୋକ ତା'ର ପିତା କିମ୍ବା ମାତାକୁ ଆଘାତ କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।

16 “ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଅପହରଣ କରି ବିକ୍ରୟ କରେ କିମ୍ବା ଦାସ ଭାବରେ ରଖେ, ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।

17 “ଯଦି କେହି ତା'ର ପିତାମାତାଙ୍କୁ ଅଭିଶାପ ଦିଏ ତେବେ ତା'ର ମୃତ୍ୟୁଦଣ୍ଡ ହେବ।

18 “ଯଦି ଦୁଇ ଲୋକ ମଧ୍ୟରେ ବିବାଦ ଉପୁଜିବାରୁ କେହି ଅନ୍ୟକୁ ପଥରରେ ଆଘାତ କରେ ବା ହସ୍ତରେ ଆଘାତ କରେ ଏବଂ ସେ ଆଘାତପ୍ରାପ୍ତ ଲୋକ ନ ମରେ ତେବେ ମାରିଥିବା ଲୋକକୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ। 19 ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା'ର ସହାୟତା କରିବ।

20 “ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ଼ ମାରେ, ଯଦି ଆଘାତପ୍ରାପ୍ତ ହୋଇ ଦାସଟି ମରିଯାଏ, ତେବେ ତା'ର ମୁନିବକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍। 21 ଯଦି ସେହି ଦାସ ମାଡ଼ ହେବା ଦିନଠାରୁ ଦିନେ ବା ଦୁଇ ଦିନ ବଞ୍ଚେ, ତେବେ ତାକୁ ଆଉ ଦଣ୍ଡ ଦିଆଯିବ ନାହିଁ। କାରଣ, ମୁନିବ ତାକୁ ପଇସା ବିନିମୟରେ କ୍ରୟ କରିଥାଏ ଏବଂ ଦାସଟି ତା'ର ସମ୍ପୁର୍ଣ୍ଣ ନିଜର ହୋଇଥାଏ।

22 “ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯେବେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେଉଁରୂପେ ଦାବି କରିବ ସେହି ଅନୁସାରେ ତାକୁ ଅବଶ୍ୟ ଅର୍ଥଦଣ୍ଡ ହେବ। ପୁଣି ସେ ବିଗ୍ଭରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦେବ। 23 ଯଦି ଜଣେ ବ୍ୟକ୍ତି ଜୋ‌‌ର୍‌‌ରେ ଆଘାତ ପ୍ରାପ୍ତ ହୁଏ, ତେବେ ଆଘାତକାରୀ ଜୀବନ ବଦଳରେ ଜୀବନ ଦେବ। 24 ଚକ୍ଷୁ ପରିଶୋଧରେ ଚକ୍ଷୁ, ହାତ ପରିଶୋଧରେ ହାତ, ପାଦ ପରିଶୋଧରେ ପାଦ, 25 ବାହୁ ପରିଶୋଧରେ ବାହୁ, କ୍ଷତ ପରିଶୋଧରେ କ୍ଷତ, ଦାଗ ପରିଶୋଧରେ ଦାଗ ଦଣ୍ଡ ଦିଆଯିବ।

26 “ଯଦି କେହି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହୋଇଯାଏ ତେବେ ତାକୁ ମୁକ୍ତ କରି ଦିଆଯିବ। 27 ଯଦି କେହି ମୁନିବ ତା'ର ଦାସର ମୁହଁରେ ଆଘାତ କରେ ଓ ସେ ଯଦି ତା'ର ଦାନ୍ତ ହରାଏ ତେବେ ତା'ର ଦାନ୍ତ ପାଇଁ ତାକୁ ମୁକ୍ତ କରି ଦିଆଯିବ।

28 “ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା'ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା'ର ମାଂସ ଖିଆଯିବ ନାହିଁ। 29 ଯଦି ଆଗରୁ ପ୍ରମାଣ ଥାଏ ଯେ ସେହି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବାନ୍ଧି ରଖି ନାହିଁ, ଯଦି ସେ କାହାରିକୁ ହତ୍ୟା କରେ ତେବେ ତା'ର ମୁନିବକୁ ମଧ୍ୟ ହତ୍ୟା କରାଯିବ। 30 ଯଦି ବିଗ୍ଭରକର୍ତ୍ତାଙ୍କ ନିଷ୍ପତ୍ତି ଅନୁସାରେ ସେ ଅର୍ଥ ପୈଠ କରେ ଏବଂ ମୃତ ଲୋକର କେହି ଆତ୍ମୀୟ ସେହି ଅର୍ଥକୁ ଗ୍ରହଣ କରେ ତେବେ ଆଉ ତାକୁ ମୃତ୍ୟୁ ଦଣ୍ଡ ଦିଆଯିବ ନାହିଁ।

31 “ଏହି ନିୟମ ମଧ୍ୟ ବଳଦ ମାରି ଦେଇଥିବା ପୁତ୍ର, କନ୍ୟା ଏବଂ ଲୋକଙ୍କ କ୍ଷେତ୍ରରେ ପ୍ରଜୁଯ୍ୟ ହେବ। 32 କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା'ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ।

33 “ଯଦି ଜଣେ ବ୍ୟକ୍ତି ଖୋଳିଥିବା କୂଅ ବା ଗାତ ଖୋଲା ରଖିଥାଏ ଏବଂ ଯଦି ତା’ ଭିତରେ ଏକ ବଳଦ କିମ୍ବା ଏକ ଗଧ ପଡ଼ିଯାଏ ତେବେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାଯିବ। 34 ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ।

35 “ଯଦି କୌଣସି ଲୋକର ବଳଦ କାହାରି ବଳଦକୁ ହତ୍ୟା କରେ, ତେବେ ସେମାନେ ସେହି ଜୀବିତ ଗୋରୁକୁ ବିକ୍ରୟ କରି ଦୁଇଭାଗ କରିବେ ଏବଂ ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ। 36 ମାତ୍ର ତା'ର ଗୋରୁ ପୂର୍ବରୁ ବିନ୍ଧୁଥିବା ଜାଣି ଯଦି ତା'ର ମୁନିବ ତାକୁ ବାନ୍ଧି ନ ରଖେ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ନେବ ମାତ୍ର ମୃତ ଗୋରୁ ତା'ର ନିଜର ହେବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center