Beginning
ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟଦ୍ବାଣୀ
(ମାର୍କ 13:1-31; ଲୂକ 21:5-33)
24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। 2 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”
3 ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”
4 ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। 5 ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। 6 ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। 7 ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। 8 କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।
9 “ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟଦ୍ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।
15 “ଭବିଷ୍ୟଦ୍ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’[a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।
19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ[b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।
22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।
23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟଦ୍ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ। 25 ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।
26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 27 ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ। 28 ଯେଉଁ ସ୍ଥାନରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହୋଇଥିବାର ଦେଖ, ତୁମ୍ଭେ ସହଜରେ ଜାଣିପାର ଯେ ସେହି ସ୍ଥାନରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସେହିଭଳି ମୋର ଆସିବା ଦିନ ଏହି ପ୍ରକାର ହେବ।
29 “ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:
‘ସୂର୍ଯ୍ୟ ଅନ୍ଧକାରମୟ ହେବ,
ଚନ୍ଦ୍ର ଆଲୋକ ଦେବ ନାହିଁ।
ତାରାମାନେ ଆକାଶରୁ ଖସି ପଡ଼ିବେ,
ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’(A)
30 “ସେତିକିବେଳେ ମନୁଷ୍ୟପୁତ୍ରଙ୍କ ଆସିବା ସଙ୍କେତ ଆକାଶରେ ଦେଖାଦେବ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକାଶରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ୟପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ। 31 ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।
32 “ଡିମିରିଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତେବେଳେ ଡିମିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତେବେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିଯିବ। 33 ଠିକ୍ ସେହିଭଳି ମୁଁ କହିଥିବା କଥାଗୁଡ଼ିକ ଯେତେବେଳେ ଘଟିବାର ତୁମ୍ଭେ ଦେଖିବ, ତୁମ୍ଭେ ଜାଣିବ ଯେ ଖ୍ରୀଷ୍ଟଙ୍କ ଆସିବା ସମୟ ନିକଟ ହେଲାଣି। 34 ମୁଁ ତୁମ୍ଭକୁ ସତ୍ୟ କହୁଛି। ବର୍ତ୍ତମାନର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। 35 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।
କେବଳ ପରମେଶ୍ୱର ଉଚିତ୍ ସମୟ ଜାଣନ୍ତି
(ମାର୍କ 13:32-37; ଲୂକ 17:26-30,34-36)
36 “ସେହି ଦିନ ବା ସେହି ସମୟ କେବେ ଆସିବ, କେହି ଜାଣନ୍ତି ନାହିଁ। ଏପରିକି ସ୍ୱର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କେବଳ ପରମପିତା ଏହା ଜାଣନ୍ତି।
37 “ନୋହଙ୍କ ସମୟରେ ଯେଭଳି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସେହିପରି ଘଟିବ। 38 ସେତେବେଳେ ବନ୍ୟା ଆସିବା ପୂର୍ବରୁ ଲୋକମାନେ ଭୋଜନପାନ କରୁଥିଲେ, ଲୋକେ ବିବାହ କରୁଥିଲେ ଏବଂ ପିଲାମାନଙ୍କୁ ବିବାହ ଦେଉଥିଲେ। ନୋହଙ୍କର ଜାହାଜରେ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଏସବୁ କରୁଥିଲେ। 39 ଯାହାସବୁ ସେତେବେଳେ ଘଟି ଯାଉଥିଲା, ଲୋକେ ତାହା ଜାଣିପାରୁ ନ ଥିଲେ। ସେତିକିବେଳେ ବନ୍ୟା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହୋଇଗଲେ।
“ମନୁଷ୍ୟପୁତ୍ର ଆସିବା ସମୟରେ ଠିକ୍ ସେହିପରି ହେବ। 40 ଦୁଇଜଣ ଲୋକ ଏକାଠି କାମ କରୁଥିବେ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାରେ ଛାଡ଼ି ଆର ଜଣକୁ ନିଆଯିବ। 41 ଦୁଇଜଣ ସ୍ତ୍ରୀଲୋକ ମିଶି ଚକିରେ ଶସ୍ୟ ପେଷୁଥିବେ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାରେ ପରିତ୍ୟାଗ କରି ଆରଜଣକୁ ନିଆଯିବ।
42 “ତେଣୁ ସଦାବେଳେ ପ୍ରସ୍ତୁତ ରୁହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣ ନାହିଁ। 43 ମନେରଖ, ଯଦି ଘରମାଲିକ ଜାଣିଥା’ନ୍ତା ଯେ ଗ୍ଭେର କେତେବେଳେ ଆସିବ, ତେବେ ସେ ସତର୍କ ରହନ୍ତେ ଓ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 44 ଠିକ୍ ସେହିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତେବେଳେ ଆଶା କରୁ ନ ଥିବ, ଠିକ୍ ସେତେକି ବେଳେ ମନୁଷ୍ୟପୁତ୍ର ଆସିଯିବେ।
ଉତ୍ତମ ଓ ମନ୍ଦ ସେବକ
(ଲୂକ 12:41-48)
45 “କିଏ ବିଶ୍ୱାସ ଯୋଗ୍ୟ ଓ ବିଜ୍ଞ ଗ୍ଭକର? ଯିଏ ଅନ୍ୟ ଗ୍ଭକରମାନଙ୍କୁ ଠିକ୍ ସମୟରେ ସେମାନଙ୍କର ଖାଦ୍ୟ ଦେବ, ମାଲିକ ସେହିଭଳି ଗ୍ଭକରକୁ ବିଶ୍ୱାସ କରିଥା’ନ୍ତି। କିଏ ସେ ଗ୍ଭକର, ସେହି କାମ କରିବା ପାଇଁ, ସେ କେଉଁ ଗ୍ଭକରକୁ ବିଶ୍ୱାସ କରିବେ? 46 ଯେତେବେଳେ ମାଲିକ ଫେରି ଆସି ଦେଖିବେ ଯେ ସେ ଗ୍ଭକରଟିକୁ ଯେଉଁ କାମ ଦେଇଥିଲେ, ସେ ସେହି କାମ ଠିକ୍ ଭାବରେ କରୁଛି, ସେତେବେଳେ ସେ ଗ୍ଭକରଟି ଉପରେ ବହୁତ ଖୁସୀ ହେବ। 47 ମୁଁ ତୁମ୍ଭକୁ ସତ୍ୟ କହୁଛି, ମାଲିକ ତାହାଙ୍କ ନିଜର ସମସ୍ତ ସମ୍ପତ୍ତିର ଦାୟିତ୍ୱ ଦେବା ପାଇଁ ସେହି ଗ୍ଭକରଟିକୁ ବାଛିବେ।
48 “ଅନ୍ୟ ପକ୍ଷରେ ଗ୍ଭକରଟି ଯଦି ମନ୍ଦ ଲୋକ ହୋଇଥିବ, ଏବଂ ସେ ମନେ ମନେ ଭାବିବ ଯେ ମାଲିକ ଏତେ ଶୀଘ୍ର ଆସିବେ ନାହିଁ। 49 ତେବେ ସେ ଅନ୍ୟ ଗ୍ଭକରମାନଙ୍କୁ ପିଟିବା ଆରମ୍ଭ କରିଦେବ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ୟପାନ କରି ରହିବ। 50 ଗ୍ଭକରଟି ଆଶା କରି ନ ଥିବା ଦିନ ଓ ତାକୁ ଜଣା ନ ଥିବା ସମୟରେ ସେ ମାଲିକ ଆସି ପହଞ୍ଚିବେ। 51 ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।
ଦଶ ଜଣ କୁମାରୀ ଝିଅଙ୍କ କାହାଣୀ
25 “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ, 2 ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚତୁର ଥିଲେ। 3 ବୋକୀ ଝିଅ ପାଞ୍ଚ ଜଣ ସେମାନଙ୍କ ସାଥୀରେ ଦୀପ ସିନା ନେଇଥିଲେ, କିନ୍ତୁ ଦୀପ ଜାଳିବା ପାଇଁ ବେଶୀ ତେଲ ଆଣି ନ ଥିଲେ। 4 ଚତୁର ଝିଅ ପାଞ୍ଚ ଜଣ ଦୀପ ତ ନେଇଥିଲେ, ତା'ଛଡ଼ା କାଚ ପାତ୍ରରେ ଅଧିକ ତେଲ ନେଇଥିଲେ। 5 ବରର ଆସିବା ଡେରି ହୋଇଗଲା, ସବୁ ଝିଅଯାକ କ୍ଳାନ୍ତ ହୋଇ ଶେଷରେ ଶୋଇ ପଡ଼ିଲେ।
6 “ଅଧ ରାତିରେ ଜଣେ କେହି ଘୋଷଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
7 “ଏ କଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ। 8 ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’
9 “ଚତୁର ଝିଅମାନେ କହିଲେ, ‘ନା, ନା, ଆମ୍ଭ ତେଲ ଆମ୍ଭ ସମସ୍ତଙ୍କ ପାଇଁ ଯଥେଷ୍ଟ ହେବ ନାହିଁ। ବରଂ ତୁମ୍ଭେମାନେ ଦୋକାନକୁ ଯାଇ ନିଜ ପାଇଁ କିଛି ତେଲ କିଣିଆଣ।’
10 “ତେଣୁ ପାଞ୍ଚ ଜଣ ଯାକ ବୋକୀ ଝୀଅ ତେଲ କିଣିବାକୁ ଗ୍ଭଲିଗଲେ। ସେମାନେ ଗ୍ଭଲିଗଲାପରେ ବର ଆସିଲେ। ଯେଉଁ ଚତୁର ଝିଅଯାକ ପ୍ରସ୍ତୁତ ଥିଲେ, ସେମାନେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
11 “ସେହି ସମୟରେ ବାକିତକ ଝିଅ ପହଞ୍ଚିଲେ। ସେମାନ କହିଲେ, ‘ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,’
12 “କିନ୍ତୁ ବର ଉତ୍ତର ଦେଲେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ତୁମ୍ଭକୁ ଚିହ୍ନି ନାହିଁ।’
13 “ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।
ତିନି ଜଣ ଗ୍ଭକରଙ୍କ ବିଷୟରେ କାହାଣୀ
(ଲୂକ 19:11-27)
14 “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା'ର ଗ୍ଭକରମାନଙ୍କୁ ଡାକି ତା'ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ। 15 କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ। 16 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା। 17 ସେହିଭଳି ଯେଉଁ ଗ୍ଭକରଟି ଦୁଇ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମଧ୍ୟ ଟଙ୍କାକୁ ବ୍ୟବସାୟରେ ଲଗାଇ ଆଉ ଦୁଇ ତୋଡ଼ା ରୂପାଟଙ୍କା ଲାଭ କଲା। 18 କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା।
19 “ବହୁତ ଦିନ ପରେ ମାଲିକ ଘରକୁ ଫେରି ଆସିଲେ। ସେ ଗ୍ଭକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କାରେ କ’ଣ କଲେ, ତାହା ସେମାନଙ୍କୁ ପଗ୍ଭରିଲେ। 20 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’
21 “ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’
22 “ତା'ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’
23 “ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’
24 “ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି। 25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’
26 “ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ। 27 ତେଣୁ ତୁମ୍ଭେ ମୋ’ ଟଙ୍କାକୁ ବ୍ୟାଙ୍କରେ ଜମା ରଖିଦେବା ଉଚିତ୍ ଥିଲା। ତା ହୋଇଥିଲେ ମୁଁ ଘରକୁ ଫେରିବା ପରେ ମୋ’ ଟଙ୍କା ଫେରି ପାଇଥା’ନ୍ତି। ତା’ ସହିତ ମୋ’ ଟଙ୍କାର ସୁଧ ମଧ୍ୟ ପାଇଥା’ନ୍ତି।’
28 “ତା'ପରେ ମାଲିକ ତାହାଙ୍କର ଅନ୍ୟ ଗ୍ଭକରମାନଙ୍କୁ କହିଲେ, ‘ସେହି ଗ୍ଭକରଠାରୁ ଟଙ୍କାର ଥଳିଟି ନେଇ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦେଇଦିଅ। 29 ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା'ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’ 30 ତା'ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’
ମନୁଷ୍ୟପୁତ୍ର ସମସ୍ତଙ୍କର ବିଗ୍ଭର କରିବେ
31 “ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ। 32 ମନୁଷ୍ୟପୁତ୍ରଙ୍କ ଆଗରେ ଜଗତର ସବୁ ଲୋକେ ଏକାଠି ହେବେ। ତା'ପରେ ମନୁଷ୍ୟପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳରେ ବାଣ୍ଟି ଦେବେ। ଜଣେ ଜଗୁଆଳ ଯେପରି ଛେଳିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସେହିପରି ଅଟେ। 33 ମନୁଷ୍ୟପୁତ୍ର ମେଷମାନଙ୍କୁ ତାହାଙ୍କ ଡାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।
34 “ତା'ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।” 35 ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ। 36 ମୋର କୌଣସି ଲୁଗାପଟା ନ ଥିଲା, ଏବଂ ତୁମ୍ଭେ ମୋତେ ପିନ୍ଧିବାକୁ ଦେଇଥିଲ। ମୁଁ ଅସୁସ୍ଥ ଥିଲି, ତୁମ୍ଭେ ମୋର ଯତ୍ନ ନେଇଥିଲ, ମୁଁ କାରାଗାରରେ ଥିଲି। ତୁମ୍ଭେ ମୋତେ ଦେଖିବାକୁ ଆସିଥିଲ।’
37 “ସେତେବେଳେ ଭଲ ଲୋକମାନେ ଉତ୍ତର ଦେବେ, ‘ହେ ପ୍ରଭୁ! ଆମ୍ଭେ କେତେବେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦେଇଥିଲୁ? କେତେବେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦେଇଥିଲୁ? 38 କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ? 39 କେତେବେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନେଇଥିଲୁ?’
40 “ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’
41 “ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି। 42 କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ଖାଇବାକୁ ଦେଇ ନ ଥିଲ, 43 ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମୋତେ କିଛି ପିଇବାକୁ ଦେଇ ନ ଥିଲ। ମୁଁ ଏକୁଟିଆ ଘରଠାରୁ ଦୂରରେ ଥିଲି, କିନ୍ତୁ ତୁମ୍ଭେ ମୋତେ ଘର ଭିତରକୁ ଡାକିଲ ନାହିଁ, ମୋର ଲୁଗାପଟା ନ ଥିଲା, ମୋତେ ତୁମ୍ଭେ ପିନ୍ଧିବାକୁ କିଛି ଦେଇ ନ ଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାରରେ ଥିଲି ଓ ତୁମ୍ଭେ ମୋ’ ପାଇଁ ଚିନ୍ତା କରି ନ ଥିଲ।’
44 “ତା'ପରେ ସେମାନେ ମଧ୍ୟ ଉତ୍ତର ଦେବେ, ‘ପ୍ରଭୁ, ଆପଣଙ୍କୁ କେତେବେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତେବେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂରରେ ଦେଖିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନ ଥିବା ଅବସ୍ଥାରେ ବା ଅସୁସ୍ଥ ଅବସ୍ଥାରେ ବା କାରାଗାରରେ ଦେଖିଥିଲୁ? କେବେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାଯ୍ୟ କଲୁ ନାହିଁ?’
45 “ତା'ପରେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଯେତେବେଳେ ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଲୋକଙ୍କ ଭିତରୁ ଯେକୌଣସି ଲୋକକୁ ସାହାଯ୍ୟ କରିବାକୁ ମନାକଲ, ତୁମ୍ଭେ ମୋତେ ସାହାଯ୍ୟ କରିବା ପାଇଁ ମନାକଲ!’
46 “ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”
2010 by World Bible Translation Center