Beginning
ଯିହୂଦୀଙ୍କ ସଭା ସମ୍ମୁଖରେ ପିତର ଏବଂ ଯୋହନ
4 ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ। 2 ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉତ୍ଥାନ ହେବ, ଏହି କଥା ଘୋଷଣା କରୁଥିଲେ। 3 ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ। 4 କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।
5 ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ। 6 ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେକ୍ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ। 7 ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”
8 ତା'ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ! 9 ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା? 10 ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି। 11 ଯୀଶୁ ହେଉଛନ୍ତି
‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ।
କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’(A)
12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”
13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ। 14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। 16 ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ। 17 ଆମ୍ଭେ ସେମାନଙ୍କୁ ଯୀଶୁଙ୍କ ବିଷୟରେ କିଛି ନ କହିବା ପାଇଁ ଭୟ ଦେଖାଇବା। ଫଳରେ, ଲୋକମାନଙ୍କ ମଧ୍ୟରେ ଏ କଥା ଅଧିକ ବ୍ୟାପି ପାରିବ ନାହିଁ।”
18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ। 19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ। 22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।
ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ
23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ। 24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। 25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି,
‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି?
ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।
26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଲାଇଲେ
ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’(B)
27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। 28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। 29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। 30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”
31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
32 ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ। 33 ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ। 34 ସେମାନଙ୍କ ମଧ୍ୟରେ କାହାର କିଛି ଅଭାବ ନ ଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା। 35 ସେମାନେ ସେହି ଧନ ପ୍ରେରିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରତ୍ୟେକଙ୍କ ନିଜ ଆବଶ୍ୟକତା ଅନୁସାରେ ଟଙ୍କା ବଣ୍ଟାଗଲା।
36 ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣବ୍ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ। 37 ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ।
ହନନିୟ ଓ ଶଫୀରା
5 ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ। 2 ସେ ତା’ ସ୍ତ୍ରୀକୁ ଜଣାଇ ତା'ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା।
3 ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ। 4 ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”
5 ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ। 6 ତା'ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।
7 ପ୍ରାୟ ତିନିଘଣ୍ଟା ବିତିଗଲା ପରେ ତା’ ସ୍ତ୍ରୀ ଶଫୀରା ସେଠାରେ ପହଞ୍ଚିଲା। ସେ ଏହି ଘଟଣା ବିଷୟରେ କିଛି ମଧ୍ୟ ଜାଣି ନ ଥିଲା। 8 ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦାମ୍ରେ ବିକ୍ରୀ କରିଛ କି?”
ସେ ଉତ୍ତର ଦେଲା, “ହଁ, ସେହି ଦାମ୍ରେ।”
9 ତା'ପରେ ପିତର କହିଲେ, “ତୁମ୍ଭେମାନେ ଦୁହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ୱାମୀକୁ କବର ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ପହଞ୍ଚିଗଲେଣି। ତୁମ୍ଭକୁ ମଧ୍ୟ ସେମାନେ ବାହାରକୁ ଟାଣି ନେଇଯିବେ।” 10 ସେ ସ୍ତ୍ରୀଲୋକଟି ମଧ୍ୟ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ଯୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନେଇଗଲେ ଓ ତାହାର ସ୍ୱାମୀ ପାଖରେ ତାହାକୁ କବର ଦେଲେ। 11 ମଣ୍ଡଳୀର ସମସ୍ତ ବିଶ୍ୱାସୀ ଓ ଅନ୍ୟ ସମସ୍ତ ଲୋକ, ଯେଉଁମାନେ ଏ କଥା ଶୁଣିଲେ, ବହୁତ ଭୟଭୀତ ହେଲେ।
ପରମେଶ୍ୱରଙ୍କଠାରୁ ପ୍ରମାଣ
12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ। 13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ। 14 ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ। 15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। 16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।
ଯିହୂଦୀମାନେ ପ୍ରେରିତମାନଙ୍କୁ କ୍ଷାନ୍ତ କରିବାକୁ ଚେଷ୍ଟା
17 ମହାଯାଜକ ଓ ତାହାଙ୍କର ସବୁ ବନ୍ଧୁମାନେ, ଅର୍ଥାତ୍ ସାଦ୍ଦୂକୀ ଦଳ ଈର୍ଷାନ୍ୱିତ ହୋଇ ସେମାନଙ୍କ ବିରୁଦ୍ଧରେ ଠିଆ ହେଲେ। 18 ସେମାନେ ପ୍ରେରିତମାନଙ୍କୁ ବନ୍ଦୀକରି କାରାଗାରରେ ରଖିଲେ। 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ, 20 “ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।” 21 ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ।
ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ। 22 କିନ୍ତୁ ସେହି ଲୋକମାନେ କାରାଗାରରେ ପ୍ରେରିତମାନଙ୍କୁ ନ ପାଇ ଫେରିଗଲେ ଓ ଯାଇ ସେମାନଙ୍କୁ ଏହି ଖବର ଦେଲେ, 23 “ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।” 24 ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”
25 ଠିକ୍ ସେହି ସମୟରେ ଜଣେ ଆସି ସେମାନଙ୍କୁ କହିଲା, “ତୁମ୍ଭେମାନେ ଯେଉଁମାନଙ୍କୁ କାରାଗାରରେ ବନ୍ଦୀକରି ରଖିଥିଲ ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।” 26 ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋର୍ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।
27 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା'ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ, 28 “ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”
29 ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ। 30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି। 31 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡାହାଣ ପଟେ ସ୍ଥାପିତ କରିଛନ୍ତି। 32 ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ରଆତ୍ମା ମଧ୍ୟ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ୱର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। ସେମାନେ ମଧ୍ୟ ଏହାର ସାକ୍ଷୀ।”
33 ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 34 କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ। 35 ତା'ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ। 36 ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା'ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ। 37 ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। 38 ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ। 39 କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।”
ସେମାନେ ତାହାଙ୍କ ଉପଦେଶ ମାନିଲେ। 40 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସେମାନଙ୍କୁ ଛାଡ଼ି ଦେଲେ। 41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। 42 ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।
ବିଶେଷ କାର୍ଯ୍ୟ ପାଇଁ ସାତ ଜଣଙ୍କୁ ବାଛିଲେ
6 ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା। 2 ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ,
“ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ। 3 ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ। 4 ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”
5 ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)। 6 ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।
7 ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।
ସ୍ତିଫାନଙ୍କ ବିରୁଦ୍ଧରେ ଯିହୂଦୀମାନେ
8 ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ। 9 କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେକ୍ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ। 10 କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।
11 ତା'ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।” 12 ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।
13 ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ। 14 ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।” 15 ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।
2010 by World Bible Translation Center