Beginning
ତୀମଥି ପାଉଲ ଓ ଶୀଲାଙ୍କ ସହିତ ଗଲେ
16 ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଶିଷ୍ୟ ଥିଲେ। ସେ ଜଣେ ବିଶ୍ୱାସିନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ। 2 ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ। 3 ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ।
4 ସେମାନେ ନଗରରୁ ନଗର ଭ୍ରମଣ କଲାବେଳେ ଯିରୁଶାଲମରେ ଥିବା ପ୍ରେରିତ ଓ ପ୍ରାଚୀନମାନଙ୍କର ଉପଦେଶ ଓ ନିଷ୍ପତ୍ତିଗୁଡ଼ିକ ବିଷୟରେ ବିଶ୍ୱାସୀମାନଙ୍କୁ କହୁଥିଲେ ଓ ସେହି ଉପଦେଶଗୁଡ଼ିକୁ ପାଳନ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଉ ଥିଲେ। 5 ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ।
ଏସିଆରୁ ବାହାରକୁ ଯିବା ପାଇଁ ପାଉଲଙ୍କୁ ଆଦେଶ
6 ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ। 7 ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ। 8 ତା'ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।
9 ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।” 10 ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।
ଲୂଦିଆଙ୍କ ହୃଦୟ ପରିବର୍ତ୍ତନ
11 ଆମ୍ଭେ ତ୍ରୋୟା ନଗରରୁ ଜଳଯାତ୍ରାରେ ସାମଥ୍ରାକୀ ଉପଦ୍ୱୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିୟାପଲି ନଗରକୁ ଗଲୁ। 12 ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ।
13 ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ। 14 ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ। 15 ସେ ଓ ତା'ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ଯିବା ପାଇଁ ରାଜି କରାଇଲା।
ପାଉଲ ଓ ଶୀଲା କାରାଗାରରେ
16 ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ[a] ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା। 17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋର୍ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” 18 ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।
19 ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ। 20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। 21 ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”
22 ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। 23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। 24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
25 ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। 26 ହଠାତ୍ ଖୁବ୍ ଜୋର୍ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା। 27 କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି। 28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”
29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। 30 ତା'ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”
31 ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।” 32 ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ। 33 କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା'ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ। 34 ତା'ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।
35 ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ।
36 କାରାଧ୍ୟକ୍ଷ ପାଉଲଙ୍କୁ କହିଲେ ଯେ, “ବିଗ୍ଭରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦେବା ପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତିରେ ଯାଇପାରନ୍ତି।”
37 କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, “ସେମାନେ ଆମ୍ଭକୁ ବିନା ବିଗ୍ଭରରେ ଜନସାଧାରଣଙ୍କ ସାମନାରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାରରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସେମାନେ ଆମ୍ଭକୁ ଗୋପନରେ ଛାଡ଼ି ଦେବା ପାଇଁ କହୁଛନ୍ତି? ଏହା ଆଦୌ ହୋଇପାରିବ ନାହିଁ।” ତେଣୁ ସେମାନେ ନିଜେ ଆସି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ।
38 ସେମାନେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡରିଗଲେ। 39 ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା'ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ। 40 ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।
ପାଉଲ ଓ ଶୀଲାଙ୍କର ଥେସଲନିକୀରେ ପ୍ରବେଶ
17 ପାଉଲ ଓ ଶୀଲା ଆଂଫିପଲି ଓ ଆପଲ୍ଲୋନିଆ ନଗର ଦେଇ ଥେସଲନୀକୀ ନଗରରେ ପହଞ୍ଚିଲେ। ସେଠାରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା। 2 ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ। 3 ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।” 4 ସେମାନଙ୍କ ମଧ୍ୟରୁ କେତେକ ଲୋକ ପରିବର୍ତ୍ତିତ ହେଲେ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ୟ ପରମେଶ୍ୱରଙ୍କୁ ପୂଜା କରୁଥିବା ଅନେକ ଗ୍ରୀକ୍ ଲୋକ ଓ ଅନେକ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ୟ ସେମାନଙ୍କ ସହିତ ଯୋଗଦେଲେ।
5 କିନ୍ତୁ ଅବିଶ୍ୱାସୀ ଯିହୂଦୀୟମାନେ ଈର୍ଷାପରାୟଣ ହୋଇ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ୟରୁ ଗୋଟିଏ ଦଳ ଏକାଠି କଲେ ଓ ନଗରରେ ଗଣ୍ଡଗୋଳ ସୃଷ୍ଟିକଲେ। ସେମାନେ ନଗରରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେଷ୍ଟା କଲେ। 6 ସେମାନେ ତାହାଙ୍କୁ ନ ପାଇ ଯାସୋନ ଓ କେତେକ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସେମାନେ ପାଟି କରି କହିଲେ, “ଏହି ଲୋକମାନେ ସାରା ଜଗତରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସେମାନେ ବର୍ତ୍ତମାନ ଏଠାକୁ ମଧ୍ୟ ଆସିଲେଣି। 7 ଯାସୋନ ସେହିମାନଙ୍କୁ ଆଣି ନିଜ ଘରେ ରଖିଛି। ଯୀଶୁ ନାମରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସେମାନେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚରଣ କରୁଛନ୍ତି।”
8 ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସେମାନଙ୍କ କଥା ଶୁଣି ବିଚଳିତ ହୋଇ ପଡ଼ିଲେ। 9 ପରେ ସେମାନେ ଯାସୋନ ଓ ଅନ୍ୟମାନଙ୍କଠାରୁ ଜାମିନ ନେଇ ଛାଡ଼ି ଦେଲେ।
ପାଉଲ ଓ ଶୀଲାଙ୍କର ବେରେୟାରେ ପ୍ରବେଶ
10 ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ। 11 ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ। 12 ଅତଏବ, ଅନେକ ଯିହୂଦୀୟ ଲୋକ ବିଶ୍ୱାସ କଲେ। ଅନେକ ସମ୍ରାନ୍ତ ଗ୍ରୀକ ସ୍ତ୍ରୀ ଓ ପୁରୁଷମାନେ ମଧ୍ୟ ବିଶ୍ୱାସ କଲେ।
13 ଥେସଲନୀକୀୟ ଯିହୂଦୀୟମାନେ ବେରୟା ନଗରରେ ପାଉଲ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରୁଛନ୍ତି ବୋଲି ଜାଣି ପାରିଲେ। ତେଣୁ ସେମାନେ ସେଠାକୁ ଆସି ଆନ୍ଦୋଳନ କରି ଲୋକ ସମୂହକୁ ମତେଇଲେ। 14 ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ। 15 ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ନେଇ ଯାଇଥିଲେ ସେମାନେ ତାହାଙ୍କୁ ଆଥୀନୀ ନଗର ପର୍ଯ୍ୟନ୍ତ ପହଞ୍ଚାଇ ଦେଲେ। ପାଉଲ ସେମାନଙ୍କ ଦ୍ୱାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସେମାନେ ଫେରିଗଲେ।
ଆଥୀନୀ ନଗରରେ ପାଉଲ
16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। 17 ତେଣୁ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ। 18 ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ।
ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁତ୍ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”
19 ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି? 20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।” 21 ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।
22 ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ। 23 ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।
24 “ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ। 25 ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ। 26 ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,
27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି। 28 ‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ, ‘ଆମ୍ଭେମାନେ ତାହାଙ୍କର ସନ୍ତାନ।’
29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ। 30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି। 31 ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”
32 ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।” 33 ତେଣୁ ପାଉଲ ସେମାନଙ୍କୁ ଛାଡ଼ି ଗ୍ଭଲିଗଲେ। 34 କେତେକ ଲୋକ ପାଉଲଙ୍କ ସହିତ ଯୋଗଦାନ କଲେ ଓ ବିଶ୍ୱାସ କଲେ। ସେମାନଙ୍କ ଭିତରେ ଆରୟପାଗୀୟ ସଭାର ସଦସ୍ୟ ଦିୟସୂସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀଲୋକ ଓ ଅନ୍ୟମାନେ ମଧ୍ୟ ଥିଲେ।
2010 by World Bible Translation Center