Beginning
ପାଉଲ କରିନ୍ଥୀରେ
18 ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ। 2 ସେଠାରେ ସେ ପନ୍ତ ଦେଶୀୟ ଆକ୍ୱିଲା ନାମକ ଜଣେ ଯିହୂଦୀୟକୁ ଭେଟିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ୟ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଳାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଗ୍ଭଲିଯିବା ପାଇଁ ଆଦେଶ ଦେଇଥିଲେ। ତେଣୁ ସେମାନେ ଇତାଲିଆ ଛାଡ଼ି ଗ୍ଭଲିଆସି ଥିଲେ। ପାଉଲ ସେମାନଙ୍କୁ ଦେଖିବା ପାଇଁ ଯାଇଥିଲେ। 3 ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।
4 ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ। 5 ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଗ୍ଭର ପ୍ରଗ୍ଭର କରିବାରେ ଦେଲେ। ସେ ଯିହୂଦୀମାନଙ୍କ ଆଗରେ ପ୍ରମାଣିତ କରିଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି। 6 କିନ୍ତୁ ସେମାନେ ଯେତେବେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥା କହିଲେ, ପାଉଲ ଏହାର ବିରୁଦ୍ଧରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, “ଯଦି ତୁମ୍ଭେମାନେ ଉଦ୍ଧାର ପାଉ ନାହଁ ତାହାହେଲେ ଏହା ମୋର ଦୋଷ ନୁହେଁ। ମୁଁ ସମସ୍ତ ଚେଷ୍ଟା କରି ସାରିଛି। ମୁଁ ଏବେଠାରୁ ଅଣଯିହୂଦୀମାନଙ୍କ ପାଖକୁ ଯିବି।”
7 ପାଉଲ ସମାଜଗୃହ ଛାଡ଼ି ସତ୍ୟ ପରମେଶ୍ୱରଙ୍କର ଜଣେ ଉପାସକ ତୀତସ ଯୁସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖରେ ଥିଲା। 8 କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।
9 ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ। 10 ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।” 11 ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ।
ପାଉଲଙ୍କୁ ଗାଲ୍ଲିୟୋନଙ୍କ ସମ୍ମୁଖକୁ ଅଣା ଯିବା
12 ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ। 13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।”
14 ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା, 15 କିନ୍ତୁ ତୁମ୍ଭ ବ୍ୟବସ୍ଥାରେ ଲେଖାଥିବା ବାକ୍ୟ ଓ ନାମ ବିରୁଦ୍ଧରେ ଏହି ବଚସା ସୃଷ୍ଟି ହୋଇଥିବାରୁ ତୁମ୍ଭେମାନେ ନିଜେ ନିଜେ ଏହାର ସମାଧାନ କର। ଏହିସବୁ ବିଷୟରେ ମୁଁ କୌଣସି ବିଗ୍ଭର କରିବି ନାହିଁ।” 16 ସେ ଏହା କହି ସେମାନଙ୍କୁ ଅଦାଲତରୁ ବାହାର କରିଦେଲେ।
17 ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।
ପାଉଲଙ୍କ ଆନ୍ତିୟଖିଆକୁ ଫେରିବା
18 ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା'ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ। 19 ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ। 20 ସେମାନେ ତାହାଙ୍କୁ ସେଠାରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ। 21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
22 ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ। 23 ସେଠାରେ ପାଉଲ କିଛିଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଗ୍ଭଲିଗଲେ। ସେଠାରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ୟମାନଙ୍କୁ ବଳବାନ୍ କଲେ।
ଏଫିସ ଓ କରିନ୍ଥରେ ଆପଲ୍ଲ
24 ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା। 25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ। 26 ସେ ନିର୍ଭୟରେ ସମାଜଗୃହରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନେଇ ଆସିଲେ। ସେମାନେ ପରମେଶ୍ୱରଙ୍କ ପଥ ବିଷୟରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।
27 ସେ ଯେତେବେଳେ ଆଖାୟାକୁ ବାହାରିଲେ, ସେତେବେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବା ପାଇଁ ଶିଷ୍ୟମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ପରମେଶ୍ୱରଙ୍କ ଅନୁଗ୍ରହରେ ବିଶ୍ୱାସ କରିଥିବା ଲୋକମାନଙ୍କର ବହୁତ ସାହାଯ୍ୟ କଲେ। 28 କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣରେ ଦୃଢ଼ଭାବେ ଯୁକ୍ତିତର୍କ କରି ସେମାନଙ୍କୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦେଖାଇ ଦେଲେ ଯେ କେବଳ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।
ପାଉଲ ଏଫିସ ନଗରରେ
19 ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା'ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ। 2 ପାଉଲ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ବିଶ୍ୱାସୀ ହେଲାବେଳେ ପବିତ୍ରଆତ୍ମାଙ୍କୁ ପ୍ରାପ୍ତ ହୋଇଥିଲ କି?”
ସେହି ଶିଷ୍ୟମାନେ ତାହାଙ୍କୁ କହିଲେ, “ଜଣେ ପବିତ୍ରଆତ୍ମା ଯେ ଅଛନ୍ତି, ଏହା ଆମ୍ଭେମାନେ ଆଦୌ ଶୁଣି ନାହୁଁ।”
3 ସେ ପୁଣି ପଗ୍ଭରିଲେ, “ତେବେ ତୁମ୍ଭେମାନେ କେଉଁଥିରେ ବାପ୍ତିଜିତ ହୋଇଥିଲ?”
ସେମାନେ କହିଲେ, “ବାପ୍ତିଯୋକ ଯୋହନ ଯେଉଁ ବାପ୍ତିସ୍ମ ବିଷୟ ଶିକ୍ଷା ଦେଇଥିଲେ।”
4 ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”
5 ସେମାନେ ଏ କଥା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ। 6 ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟଦ୍ବାଣୀ କହିବାକୁ ଲାଗିଲେ। 7 ସେମାନେ ସମୁଦାୟ ବାରଜଣ ଥିଲେ।
8 ତା'ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ। 9 ମାତ୍ର ସେମାନଙ୍କ ଭିତରୁ କେତେକ ଜିଦ୍ଖୋର ହୋଇ ବିଶ୍ୱାସ କଲେ ନାହିଁ। ସେମାନେ ଲୋକମାନଙ୍କ ଆଗରେ ଖ୍ରୀଷ୍ଟଙ୍କ ପଥ ବିଷୟରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି କେବଳ ଯୀଶୁଙ୍କର ଶିଷ୍ୟମାନଙ୍କୁ ସାଙ୍ଗରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟକୁ ଯାଇ ଆଲୋଚନା କରୁଥିଲେ। 10 ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।
ସ୍କୋବାଙ୍କ ପୁତ୍ରମାନେ
11 ପରମେଶ୍ୱର ପାଉଲଙ୍କ ମାଧ୍ୟମରେ ଅତି ଅସାଧାରଣ କାର୍ଯ୍ୟମାନ କରୁଥିଲେ। 12 ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନେଇ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସେମାନେ ରୋଗରୁ ସୁସ୍ଥ ହୋଇଯାଉଥିଲେ। ସେମାନଙ୍କ ମଧ୍ୟରୁ ଭୂତାତ୍ମା ମଧ୍ୟ ଗ୍ଭଲିଯାଉଥିଲା।
13 ଭୂତାତ୍ମାକୁ ଦୂର କରିବା ପାଇଁ ଏଣେତେଣେ ବୁଲୁଥିବା କେତେକ ଯିହୂଦୀୟମାନେ ମଧ୍ୟ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ୟବହାର କରିବା ପାଇଁ ଚେଷ୍ଟା କଲେ। ସେମାନେ କହିଲେ, “ଯେଉଁ ଯୀଶୁଙ୍କୁ ପାଉଲ ପ୍ରଗ୍ଭର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମରେ ଆଦେଶ ଦେଉଛି।” 14 ସ୍କେବାଙ୍କର ସାତ ଜଣ ପୁତ୍ର ଏହିପରି କରୁଥିଲେ। ସ୍କେବା ଜଣେ ଯିହୂଦୀୟ ମୁଖ୍ୟ ଯାଜକ ଥିଲେ।
15 କିନ୍ତୁ ଜଣେ ଭୂତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଚିହ୍ନେ ଓ ପାଉଲଙ୍କୁ ମଧ୍ୟ ଜାଣେ। କିନ୍ତୁ ତୁମ୍ଭେମାନେ କିଏ?”
16 ଏହା କହି ସେହି ଭୂତାତ୍ମା ଥିବା ଲୋକଟି ସେମାନଙ୍କ ଉପରେ ଡେଇଁ ପଡ଼ିଲା। ସେ ସେମାନଙ୍କୁ ମାରି ପରାସ୍ତ କଲା। ତେଣୁ ସେମାନେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ଦୌଡ଼ି ଗ୍ଭଲିଗଲେ।
17 ଏ କଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀକ୍ମାନେ ଜାଣି ଭୟ କଲେ। ଏହା ଦ୍ୱାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ୱିତ ହେଲା। 18 ସେମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ୱାସ କରୁଥିଲେ, ସେହି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତରେ ନିଜର କୁକର୍ମ ସବୁ ସ୍ୱୀକାର କଲେ। 19 ଯେଉଁ ଲୋକମାନେ ଯାଦୁକର୍ମ କରୁଥିଲେ, ସେମାନେ ସେମାନଙ୍କର ସବୁ ବହିଗୁଡ଼ିକ ଏକାଠି କରି ଆଣି ସମସ୍ତଙ୍କ ସମ୍ମୁଖରେ ପୋଡ଼ି ପକାଇଲେ। ସେମାନେ ଏହି ଗୁଡ଼ିକର ଦାମ୍ ହିସାବ କରି ଦେଖିଲେ ଯେ, ଏହା ପ୍ରାୟ ପଗ୍ଭଶ ହଜାର ରୌପ୍ୟମୁଦ୍ରା ମୂଲ୍ୟର ବହି ଥିଲା। 20 ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହୋଇ ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
ପାଉଲଙ୍କର ଯାତ୍ରା ଯୋଜନା
21 ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାୟା ବାଟ ଦେଇ ଯିରୁଶାଲମ ଯିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, “ଯିରୁଶାଲମ ଗଲାପରେ ମୁଁ ରୋମକୁ ଯିବା କଥା।” 22 ତେଣୁ ସେ ତାହାଙ୍କର ଦୁଇଜଣ ସାହାଯ୍ୟକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆରେ କଟାଇଲେ।
ଏଫିସରେ ଉପଦ୍ରବ
23 ସେସମୟରେ ‘ପରମେଶ୍ୱରଙ୍କ ପଥ’ ବିଷୟରେ ଗୋଟିଏ ବଡ଼ ଧରଣର ଆନ୍ଦୋଳନ ହେଲା। 24 ସେଠାରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦେବୀ ଆର୍ତ୍ତେମୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ଯ୍ୟ ଯୋଗଇ ଦେଉଥିଲା।
25 ସେ ସେମାନଙ୍କୁ ଓ ଏହି କାମ କରୁଥିବା ଅନ୍ୟ କର୍ମୀମାନଙ୍କୁ ଏକାଠି କରି କହିଲା, “ହେ ଲୋକମାନେ, ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ଏ କାମରୁ ବହୁତ ଲାଭ କରୁଛୁ। 26 ତୁମ୍ଭେମାନେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କେବଳ ଏଫିସ ନଗରରେ ନୁହେଁ, ପୁରା ଏସିଆରେ ଲୋକମାନଙ୍କୁ ମତେଇ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ୟର ହାତ ତିଆରି ଦେବତାମାନେ ପ୍ରକୃତ ଦେବତା ନୁହନ୍ତି। 27 ଏହା ଦ୍ୱାରା କେବଳ ଆମ୍ଭ କାର୍ଯ୍ୟର କ୍ଷତି ଘଟିବ ନାହିଁ ମାତ୍ର ମହାଦେବୀ ଆର୍ତ୍ତେମୀର ମନ୍ଦିରର ମଧ୍ୟ କୌଣସି ଗୁରୁତ୍ୱ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦେବୀକୁ ପୂଜା କରନ୍ତି, ତାହାର ମହିମା ମଧ୍ୟ ନଷ୍ଟ ହୋଇଯିବ।”
28 ସେମାନେ ଏହା ଶୁଣି ଭୀଷଣ ରାଗିଗଲେ ଓ ଚିତ୍କାର କରି କହିଲେ, “ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ମହାନ୍ ଅଟନ୍ତି।” 29 ସମ୍ପୂର୍ଣ୍ଣ ସହରରେ ଚହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀୟା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନେଇ ସେମାନେ ଖେଳ ପଡ଼ିଆ ଆଡ଼କୁ ଦୌଡ଼ିଲେ। 30 ପାଉଲ ଭିତରକୁ ଯିବା ପାଇଁ ଇଚ୍ଛା କଲେ କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ। 31 ସେହି ଦେଶର କେତେକ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସେମାନେ ତାହାଙ୍କୁ ଖେଳପଡ଼ିଆ ପାଖକୁ ନ ଯିବା ପାଇଁ ଅନୁରୋଧ କରି ଖବର ପଠାଇଲେ।
32 ଏହି ସମୟ ଭିତରେ ନାନା ଲୋକ ନାନା କଥା କହିଲେ ଓ ପାଟିକଲେ। ଅଧିକାଂଶ ଲୋକମାନେ ସେମାନଙ୍କର ଏକାଠି ହେବାର କାରଣ ଜାଣି ନ ଥିଲେ। ଏହା ଫଳରେ ସଭାରେ ପାଟିତୁଣ୍ଡ ହେଉଥିଲା। 33 ସେତେବେଳେ ଯିହୂଦୀୟମାନେ ଆଲେକ୍ଜାଣ୍ଡାରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେକ୍ଜାଣ୍ଡାର ଲୋକମାନଙ୍କ ଆଗରେ ହାତ ହଲେଇ ସେମାନଙ୍କୁ ବୁଝାଇବା ପାଇଁ ଚେଷ୍ଟା କରୁଥିଲେ। 34 କିନ୍ତୁ ଯେତେବେଳେ ଲୋକମାନେ ଆଲେକ୍ଜାଣ୍ଡାରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତେବେଳେ ସେମାନେ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କଲେ ଓ କହିଲେ, “ଏଫିସୀୟମାନଙ୍କର ମହାଦେବୀ ଆର୍ତ୍ତେମୀ ମହାନ୍ ଅଟନ୍ତି!”
35 ଏହା ଶୁଣି ନଗରର ବେବର୍ତ୍ତା ଜନଗହଳିକୁ ଶାନ୍ତ କରେଇ କହିଲେ, “ହେ ଏଫିସୀୟ ବାସିନ୍ଦାମାନେ, ସାରା ପୃଥିବୀର କିଏ ନ ଜାଣେ ଯେ, ଏଫିସ ନଗର, ଆର୍ତ୍ତେମୀ ମହାଦେବୀ ଓ ସ୍ୱର୍ଗରୁ ପଡ଼ିଥିବା ପବିତ୍ର ଶିଳାର ମନ୍ଦିରର ରକ୍ଷକ ଅଟେ? 36 ଏ କଥା କେହି ଅସତ୍ୟ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭେମାନେ ଶାନ୍ତ ରହିବା ଉଚିତ୍। ପ୍ରଥମେ କିଛି ନଭାବି ତୁମ୍ଭେମାନେ କିଛି କରିବା ଅନୁଚିତ୍।
37 “ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି। 38 ସେ କହିଲେ, “ଆମ୍ଭର ବିଗ୍ଭରାଳୟ ଅଛି ଓ ବିଗ୍ଭରକମାନେ ମଧ୍ୟ ଅଛନ୍ତି। ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସେମାନେ ସେଠାକୁ ଯାଇ ପରସ୍ପର ବିରୁଦ୍ଧରେ ଅଭିଯୋଗ ଆଣି ପାରନ୍ତି।
39 “ମାତ୍ର ତୁମ୍ଭମାନଙ୍କର ଯଦି ଆଉ କିଛି ବିଷୟ ଅଛି, ତେବେ ତାହା ନିୟମିତ ଜନସଭାରେ ବିଗ୍ଭର କରାଯାଇ ପାରିବ। 40 ଆଜିର ଜନ ସଭାରେ ଆନ୍ଦୋଳନ ସକାଶେ ଆମ୍ଭେ ଦୋଷୀ ହୋଇପାରୁ, ଯେହେତୁ ଆମ୍ଭପାଖରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।” 41 ଏହା କହି ସେ ସଭା ଭାଙ୍ଗିଲେ। ତା'ପରେ ସେ ଲୋକମାନଙ୍କୁ ଘରକୁ ଯିବା ପାଇଁ କହିଲେ। ସମସ୍ତେ ଗ୍ଭଲିଗଲେ।
ପାଉଲଙ୍କ ମାକିଦନିଆ ଓ ଗ୍ରୀସ୍ ଯାତ୍ରା
20 ଉତ୍ତେଜନା ଶାନ୍ତ ହେବା ପରେ ପାଉଲ ଯୀଶୁଙ୍କର ଶିଷ୍ୟମାନଙ୍କୁ ଡକାଇ ପାଠାଇଲେ ଓ ସେମାନଙ୍କୁ ଉତ୍ସାହିତ କଲେ। ତା'ପରେ ସେମାନଙ୍କଠାରୁ ବିଦାୟ ନେଇ ସେ ମାକିଦନିଆକୁ ଯାତ୍ରା କଲେ। 2 ସେହି ଅଞ୍ଚଳ ଦେଇ ଯିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସେମାନଙ୍କୁ ଉତ୍ସାହଜନକ କଥା କହିଲେ। ତା'ପରେ ସେ ଗ୍ରୀସ୍ରେ ପହଞ୍ଚିଲେ। 3 ସେଠାରେ ସେ ତିନି ମାସ ପର୍ଯ୍ୟନ୍ତ ରହିଲେ।
ସେଠାରୁ ସୁରିଆକୁ ଜଳଯାତ୍ରା କରିବା ପାଇଁ ଗ୍ଭହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆକୁ ଫେରି ଯିବା ପାଇଁ ସ୍ଥିର କଲେ। 4 ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ। 5 ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ। 6 ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲିପ୍ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।
ପାଉଲଙ୍କର ତ୍ରୋୟା ଯାତ୍ରା
7 ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ। 8 ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା। 9 ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।
10 ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।” 11 ତା'ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। 12 ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।
ତ୍ରୋୟାରୁ ମିତୁଲୀନୀକୁ ଯାତ୍ରା
13 ଆମ୍ଭେମାନେ ସେଠାରୁ ଜାହାଜରେ ଆସସ୍ ନଗରକୁ ଯାତ୍ରା କଲୁ। ସେଠାରୁ ପାଉଲଙ୍କୁ ନେବା ପାଇଁ ଭାବିଥିଲୁ। ସେ ସ୍ଥଳ ମାର୍ଗରେ ଗ୍ଭଲି ଯିବା ପାଇଁ ଇଚ୍ଛା କଲେ। 14 ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ। 15 ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା'ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ। 16 ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।
ପାଉଲଙ୍କର ଏଫିସ ନଗରର ପ୍ରାଚୀନ ଲୋକଙ୍କ ସହିତ କଥାବାର୍ତ୍ତା
17 ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।
18 ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ। 19 ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି। 20 ଯେଉଁସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସେହିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚରେ ପ୍ରଗ୍ଭର କରିଛି। ଜନସାଧାରଣଙ୍କ ସାମନାରେ ଓ ଘରେ ଘରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦେଇଛି। 21 ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।
22 “କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ। 23 ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି। 24 କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।
25 “ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ। 26 ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଅଟେ। 27 କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି। 28 ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ। 29 ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ। 30 ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ। 31 ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।
32 “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ। 33 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ। 34 ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି। 35 ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”
36 ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। 37 ସେମାନେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢେଇ ଧରି ଚୁମ୍ବନ ଦେଲେ। 38 ସେମାନେ ତାହାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସେମାନଙ୍କୁ ବହୁତ ଦୁଃଖ ଦେଇଥିଲା। ସେମାନେ ସମସ୍ତେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ।
2010 by World Bible Translation Center